Posted inଖେଳ

ଡୋପ୍‌ ଟେଷ୍ଟରେ ବିଫଳ ହେଲେ ଗୋମତୀ

ନୂଆଦିଲ୍ଲୀ, ୨୨ା୫ (ପି.ଟି.)-ଗତମାସରେ ଅନୁଷ୍ଠିତ ଏସିଆନ ଚାମ୍ପିୟନଶିପ୍‌ ୮୦୦ମିଟର ରେସ୍‌ରେ ସ୍ବର୍ଣ୍ଣ ଜିତିଥିବା ଗୋମତୀ ମାରିମୁଥୁ ଡୋପ୍‌ ଟେଷ୍ଟରେ ବିଫଳ ହୋଇଛନ୍ତି। ତାଙ୍କୁୁ ମଙ୍ଗଳବାର ତୁରନ୍ତ ସସ୍‌ପେଣ୍ଡ କରାଯାଇଛି। ତାମିଲନାଡୁର ଏହି ୩୦ବର୍ଷୀୟା ମହିଳା ଆଥ୍‌ଲେଟଙ୍କର ଦୋହାରେ ଏସିଆନ ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ ବେଳେ ଡୋପ୍‌ ଟେଷ୍ଟ ହୋଇଥିଲା। ତାଙ୍କ ‘ଏ’ ସାମ୍ପଲରେ ଏକ ଷ୍ଟେରଏଡ୍‌ର ମାତ୍ରା ରହିଥିଲା। ଚାମ୍ପିୟନଶିପ୍‌ରେ ଏପ୍ରିଲ ୨୨ ତାରିଖରେ ୨ମିନିଟ ୨.୭୦ ସେକେଣ୍ଡ ଟାଇମିଂରେ ଗୋମତୀ ସ୍ବର୍ଣ୍ଣ ଜିତିଥିଲେ। ଯଦି ବି’ ସାମ୍ପଲ ପଜିଟିଭ ଆସେ ତେବେ ତାଙ୍କୁ ସର୍ବାଧିକ ୪ ବର୍ଷ ପର୍ଯ୍ୟନ୍ତ ବାସନ୍ଦ ଦଣ୍ଡ ଭୋଗିବାକୁ ପଡ଼ିପାରେ। ଏହାର ତାଙ୍କର ପ୍ରଥମ ଡୋପ୍‌ ଅପରାଧ। ଏସିଆନ ଚାମ୍ପିୟନଶିପ୍‌ରେ ଭାରତ ୩ ସ୍ବର୍ଣ୍ଣ, ୭ ରୌପ୍ୟ ଏବଂ ସମାନ ସଂଖ୍ୟକ ବ୍ରୋଞ୍ଜ ପଦକ ଜିତିଥିଲା। ଗୋମତୀଙ୍କ ଯୋଗୁ ଭାରତକୁ ଗୋଟିଏ ସ୍ବର୍ଣ୍ଣ ହରାଇବାକୁ ପଡ଼ିବ। ଖବର ଅନୁସାରେ ମାର୍ଚ୍ଚ ୧୫ରୁ ୧୮ ପର୍ଯ୍ୟନ୍ତ ପଟିଆଲାରେ ଫେଡେରେଶନ କପ୍‌ ବେଳେ ନ୍ୟାଶନାଲ ଆଣ୍ଟି ଡୋପିଂ ଏଜେନ୍‌ସି(ନାଡା) ଦ୍ୱାରା ଗୋମତୀଙ୍କ ଡୋପ୍‌ ଟେଷ୍ଟ ହୋଇଥିଲା। ସେଥର ତାଙ୍କଠାରୁ ସଂଗ୍ରହ କରାଯାଇଥିବା ସାମ୍ପଲରୁ ନିଷିଦ୍ଧ ପଦାର୍ଥ ମିଳିଥିଲା। ମାତ୍ର ରିପୋର୍ଟ ଠିକଣା ସମୟରେ ମିଳିଥିଲେ ଏହି ଆଥଲେଟଙ୍କୁ ଏସିଆନ ଚାମ୍ପିୟନଶିପ୍‌ରେ ଅଂଶଗ୍ରହଣରୁ ବଞ୍ଚତ୍ତ କରାଯାଇ ପାରିଥାନ୍ତା ବୋଲି ଆଥଲେଟିକ୍ସ ଫେଡେରେଶନ ଅଫ୍‌ ଇଣ୍ଡିଆ (ଏଏଫ୍‌ଆଇ)ର ଜଣେ ଅଫିସିଆଲ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏସିଆନ ଗେମ୍ସର ଓପନିଂ ମ୍ୟାଚ୍‌ରେ ଭାରତର ବଡ଼ ବିଜୟ

କାକାମିଗାହାରା,୨୦ା୯: ଏସିଆନ ଗେମ୍ସ ପୁରୁଷ ହକି ପୁଲ୍‌ ‘ଏ’ର ଓପନିଂ ମ୍ୟାଚରେ ଭାରତ ୧୩-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ଷ୍ଟ୍ରାଇକର ଦିଲ୍‌ପ୍ରୀତ ସିଂ ଏକାକି ୪ଟି…

ଟି୨୦ କ୍ରିକେଟରେ ଇତିହାସ ରଚିଲେ ମନ୍ଧାନା

ନିଶିନ,୨୦ା୯: ଭାରତୀୟ ଓପନର ସ୍ମୃତି ମନ୍ଧାନା ରବିବାର ନିଜ କ୍ୟାରିୟରରେ ଆଉ ଏକ ରେକର୍ଡର ଅଧିକାରୀ ହୋଇଛନ୍ତି। ବାଂଲାଦେଶ ବିପକ୍ଷ ଏସିଆନ ଗେମ୍ସ ସେମିଫାଇନାଲ ମ୍ୟାଚ୍‌ରେ ୩୭…

ଶେଫାଳିଙ୍କ ଦମ୍‌ଦାର ଶତକ: ଫାଇନାଲରେ ଭାରତ

ନିଶିନ,୨୦ା୯: ଶେଫାଳି ବର୍ମାଙ୍କ ଶତକ ବଳରେ ଖେଳାଯାଇଥିବା ସେମିଫାଇନାଲ ମ୍ୟାଚ୍‌ରେ ଭାରତ ୧୧୪ ରନ୍‌ରେ ବାଂଲାଦେଶକୁ ହରାଇ ମହିଳା କ୍ରିକେଟ ଟି୨୦ ଇଭେଣ୍ଟ ଫାଇନାଲରେ ପ୍ରବେଶ କରିଛି।…

ଚମକାଇଦେଲା BCCIର ନିଷ୍ପତ୍ତି! ଟିମ୍ ଇଣ୍ଡିଆର ନୂଆ ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଦ୍ରୁତ ବୋଲର ଲକ୍ଷ୍ମୀପତି ବାଲାଜୀଙ୍କୁ ଭାରତ-ଏ ଦଳର ହେଡ୍‌ କୋଚ୍‌ ଭାବେ ନିଯୁକ୍ତ କରାଯାଇଛି । ଅଷ୍ଟ୍ରେଲିଆ-ଏ ବିପକ୍ଷ ମଲ୍ଟି-ଫର୍ମାଟ୍‌…

ନ୍ୟୁଜିଲ୍ୟାଣ୍ଡ ଗସ୍ତରେ ବଦଳିବେ ଟିମ୍ ଇଣ୍ଡିଆର କ୍ୟାପ୍ଟେନ, ଶୁଭମନ୍ ଗିଲ୍‌ଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍ ଦଳ ବର୍ତ୍ତମାନ ଏସୀୟ କ୍ରୀଡ଼ା ପାଇଁ ଯାତ୍ରା କରୁଥିବା ବେଳେ, ଏହି ସମୟ ମଧ୍ୟରେ ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଏକ ଦିନିକିଆ (ODI) ସିରିଜ୍…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ଭାରତୀୟ କ୍ରିକେଟ ଦଳକୁ ନେଇ ହଟଚମଟ; Asian Gamesକୁ ନେଇ ଉଠିଲା ନୂଆ ବିବାଦ

ନୂଆଦିଲ୍ଲୀ,୧୯।୯: ୨୦୨୬ ଏସୀୟ କ୍ରୀଡ଼ା ପାଇଁ ଭାରତୀୟ ପୁରୁଷ କ୍ରିକେଟ ଦଳ ରବିବାର ଜାପାନ ଗସ୍ତ କରିବାକୁ ପ୍ରସ୍ତୁତ ହେଉଥିବା ବେଳେ ଏହି ଯାତ୍ରା ପୂର୍ବରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?