Posted inଜାତୀୟ

ଡୋଭାଲ୍‌ଙ୍କୁ କ୍ୟାବିନେଟ୍‌ ର଼୍ୟାଙ୍କ୍‌: ବଢ଼ିଲା କାର୍ଯ୍ୟକାଳ

ନୂଆଦିଲ୍ଲୀ,୩।୬: ଭାରତୀୟ ସୁରକ୍ଷା ପରାମର୍ଶଦାତା ଅଜିତ୍‌ ଡୋଭାଲ୍‌ଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି  କ୍ୟାବିନେଟ୍‌ ର଼୍ୟାଙ୍କ୍‌ ପ୍ରଦାନ କରିଛନ୍ତି। ଏହା ସହିତ ସେ ଏହି ପଦବୀରେ ଆଗାମୀ ୫ ବର୍ଷ ପାଇଁ କାମ କରିବେ ବୋଲି କୁହାଯାଉଛି। ମୋଦି ସରକାରଙ୍କ ସହିତ ସେ ଗଲା ୫ ବର୍ଷ ଧରି କାମ କରିଛନ୍ତି। ତାଙ୍କର ଭଲ କାମ ଆଧାରରେ ଡୋଭାଲଙ୍କୁ କ୍ୟାବିନେଟ୍‌ ର଼୍ୟାଙ୍କ୍‌ ଦିଆଯାଇଛି। ବାଲାକୋଟ୍‌ ଏୟାର ଷ୍ଟ୍ରାଇକ୍‌ ସମେତ ୨୦୧୬ରେ ପିଓକେରେ ସର୍ଜିକାଲ୍‌ ଷ୍ଟ୍ରାଇକ୍‌ ଆଦି ଘଟଣାରେ ଡୋଭାଲଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା। ଦେଶ ସୁରକ୍ଷା ପାଇଁ ଡୋଭାଲ୍‌ ୭ ବର୍ଷ ପାକିସ୍ତାନର ଲାହୋରରେ ଜଣେ ମୁସଲମାନ୍‌ଙ୍କ ଛଦ୍ମବେଶରେ ରହିଥିଲେ। ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ତାଙ୍କୁ କୀର୍ତ୍ତି ଚକ୍ର ସମ୍ମାନରେ ସମ୍ମାନିତ କରାଯାଇଥିଲା। ସେ ୧୯୬୮ କେରଳ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଭାବେ ନିଯୁକ୍ତ ହୋଇଥିଲେ। ପରେ ୧୯୭୨ରେ ସେ ଇଣ୍ଟେଲଜେନ୍ସ ବ୍ୟୁରୋରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

CBSE ପ୍ରସଙ୍ଗକୁ ନେଇ ରାହୁଲ-ଧର୍ମେନ୍ଦ୍ର ମୁହାଁମୁହିଁ

ନୂଆଦିଲ୍ଲୀ,୨୮।୫: CBSE ର ମୂଲ୍ୟାୟନ ପ୍ରକ୍ରିୟା ସମ୍ପର୍କରେ ଛାତ୍ରମାନଙ୍କ ଦ୍ୱାରା ଉଠାଯାଉଥିବା ପ୍ରଶ୍ନ ମଧ୍ୟରେ, ଏହି ପ୍ରସଙ୍ଗକୁ ନେଇ ରାଜନୈତିକ ଉତ୍ତେଜନା ମଧ୍ୟ ତୀବ୍ର ହୋଇଛି। ଗୁରୁବାର,…

‘ଯଦି ସରକାର ପରିବର୍ତ୍ତନ ହୋଇନଥାନ୍ତା, ତେବେ ମୋତେ ବିହାର ଫେରିବାକୁ ପଡିଥାନ୍ତା…’ – ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଝାଲମୁଢି ଖୁଆଇଥିବା ବିକ୍ରମ କାହିଁକି କହିଲେ ଏମିତି? ଜାଣନ୍ତୁ…

କୋଲକାତା,୨୮।୫: ‘ଯଦି ବଙ୍ଗଳାରେ ସରକାର ପରିବର୍ତ୍ତନ ହୋଇନଥାନ୍ତା, ତେବେ ଆମକୁ ସବୁକିଛି ପରିତ୍ୟାଗ କରି ବିହାର ଫେରିଯିବାକୁ ପଡ଼ିଥାନ୍ତା।’ ଏଗୁଡ଼ିକ ହେଉଛି ଝାରଗ୍ରାମର ଜଣେ ଝାଲମୁଢି ବିକ୍ରେତା…

ଭାରସାମ୍ୟ ହରାଇ ପୋଲ ତଳକୁ ଖସି ପଡ଼ିଲା କାର୍, ଦୁର୍ଘଟଣାରେ ଚାଲିଗଲା ୨ଜୀବନ

କେନ୍ଦୁଝର,୨୮।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଦୈତାରୀ ଥାନା ଅନ୍ତର୍ଗତ ରାସୋଳ ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଢେଙ୍କାନାଳରୁ ଘଟଗାଁ ଯାଉଥିବା ବେଳେ ରାସୋଳ ଗ୍ରାମ…

ମୁକେଶ ଅମ୍ବାନୀଙ୍କ 0 ଦରମା; ୬ ବର୍ଷରେ ବି ନେବେନି, ଆୟର ଉତ୍ସ କ’ଣ ଜାଣନ୍ତୁ

ନୂଆଦିଲ୍ଲୀ,୨୮।୫: ଏସିଆର ସବୁଠାରୁ ଧନୀ ବ୍ୟକ୍ତି ଏବଂ ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ଅଧ୍ୟକ୍ଷ ମୁକେଶ ଅମ୍ବାନୀ ଏହି ବର୍ଷ ପୁଣି ଥରେ କମ୍ପାନୀରୁ ଦରମା ନେବେ ନାହିଁ ବୋଲି…

Twisha Death Case: ଗିରଫ ହେଲେ ଗିରିବାଳା

ନୂଆଦିଲ୍ଲୀ,୨୮।୫: ମଧ୍ୟପ୍ରଦେଶର ଭୋପାଳରେ ଟ୍ବିଶା ଶର୍ମାଙ୍କ ମୃତ୍ୟୁ ମାମଲା ସମ୍ପର୍କରେ ନିରନ୍ତର ଅପଡେଟ ସାମ୍ନାକୁ ଆସୁଛି। ଏହି ସଦ୍ୟତମ ଘଟଣାକ୍ରମରେ, ପୂର୍ବତନ ବିଚାରପତି ଗିରିବାଳା ସିଂହଙ୍କ ସାମ୍ନାରେ…

ରାଜ୍ୟ ସଭା ଯିବାକୁ ମନା କଲେ ସିଦ୍ଧରାମାୟା! ଜାଣନ୍ତୁ ଏହା ପଛର କାରଣ

ବେଙ୍ଗାଲୁରୁ,୨୮।୫: କର୍ନାଟକର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାର କିଛି ଘଣ୍ଟା ପରେ, ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରାମାୟା ସ୍ପଷ୍ଟ କରିଛନ୍ତି ଯେ ସେ ରାଜ୍ୟ ସଭାକୁ ଯିବେ ନାହିଁ।…

ଭାଜପା ସଙ୍ଗଠନରେ ବଡ଼ ଧରଣର ଅଦଳବଦଳ, ବଦଳିଲେ ୪ ରାଜ୍ୟର ଅଧ୍ୟକ୍ଷ

ନୂଆଦିଲ୍ଲୀ,୨୮।୫: ଗୁରୁବାର (୨୮ ମଇ) , ଭାଜପା ଚାରୋଟି ରାଜ୍ୟରେ ରାଜ୍ୟ ସଭାପତି ବା ପଦେଶ ଅଧ୍ୟକ୍ଷ ପରିବର୍ତ୍ତନ ଘୋଷଣା କରିଛି। ଦିଲ୍ଲୀରେ, ବୀରେନ୍ଦ୍ର ସଚଦେବଙ୍କ ସ୍ଥାନରେ…

CBSE ମୂଲ୍ୟାୟନ ପ୍ରସଙ୍ଗ: ପାଲଟା ଆକ୍ରମଣ କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲ ଗାନ୍ଧୀ ହତାଶ….

ନୂଆଦିଲ୍ଲୀ,୨୮ା୫: CBSEର ଅନ୍-ସ୍କ୍ରିନ୍ ମାର୍କିଂ ସିଷ୍ଟମକୁ ନେଇ ସାରା ଦେଶରେ ଚାଲିଥିବା ରାଜନୈତିକ ଉତ୍ତେଜନା ମଧ୍ୟରେ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିରୋଧୀ ଦଳ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri