ଡ୍ରାଇଭର ଲଳିନ୍ଦ୍ରଙ୍କ ସମେତ ସମସ୍ତ ଅଭିଯୁକ୍ତଙ୍କୁ ଫାଶୀ ଦିଆଯାଉ, ନହେଲେ ଆତ୍ମହତ୍ୟା କରିବି: ଜୁନାଗଡ଼ ପୀଡ଼ିତା

ଜୁନାଗଡ଼,୨୭।୯(ଡି.ଏନ୍‌.ଏ.)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଞ୍ଚଳରେ ଘଟିଥିବା ଗଣବଳାତ୍କାର ଓ ଭିଡିଓ ଭାଇରାଲ ଘଟଣାରେ ପୀଡ଼ିତା ଗୁରୁବାର ଚାଞ୍ଚଲ୍ୟକର ବୟାନ ଦେଇଛନ୍ତି। ଏକ ୱେବ୍‌ ଚ୍ୟାନେଲକୁ ସାକ୍ଷାତକାର ଦେଇ ସେ କହିଛନ୍ତି, ଏହି ଘଟଣାରେ ତାଙ୍କୁ ବାଇକ୍‌ରେ ଲିପ୍ଟ ଦେଇଥିବା ବସ୍‌ ଡ୍ରାଇଭର ଧର୍ମଗଡ ବ୍ଲକ ପର୍ଲା ଗ୍ରାମର ଲଳିନ୍ଦ୍ର ଶବର ମଧ୍ୟ ସମ୍ପୃକ୍ତ ଅଛନ୍ତି। ସେ ମଧ୍ୟ ତାଙ୍କୁ ବଳାତ୍କାର କରିଛନ୍ତି। ତାଙ୍କ ଉପରେ ମଧ୍ୟ ମଧ୍ୟ କାର୍ଯ୍ୟାନୁଷ୍ଠାନ ନିଆଯାଉ। ତାଙ୍କ ସମେତ ସମସ୍ତ ଅଭିଯୁକ୍ତଙ୍କୁ ଫାଶୀ ଦିଆଯାଉ। ନଚେତ ସେ ଆତ୍ମହତ୍ୟା କରିବେ ବୋଲି ବୟାନ ଦେଇଛନ୍ତି। ଏ ସମ୍ପର୍କରେ କଳାହାଣ୍ଡି ଏସ୍‌ପି ବି. ଗଙ୍ଗାଧରଙ୍କୁ ପଚାରିବାରୁ ପୀଡିତାଙ୍କ ଲିଖିତ ଅଭିଯୋଗ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯାଇଛି ବୋଲି କହିଛନ୍ତି। ଅପରପକ୍ଷେ ଉକ୍ତ ଘଟଣାର କିଛିଦିନ ପରେ ପୀଡିତା ଏପରି ବୟାନ ଦେବାକୁ ନେଇ ସାଧାରଣରେ ସନ୍ଦେହ ସୃଷ୍ଟି ହୋଇଛି।

ପ୍ରକାଶଯୋଗ୍ୟ,ଗତ ୧୪ ତାରିଖରେ ବସ୍‌ ଡ୍ରାଇଭର ଲଳିନ୍ଦ୍ର ତାଙ୍କୁ ବାଇକରେ ବସାଇ ଭବାନୀପାଟଣାରୁ ଘରକୁ ଆଣୁଥିଲେ। ବାଟରେ ଜୁନାଗଡ ବନମାଲୀପୁର ନିକଟ ଘନା ଜଙ୍ଗଲରେ ଉକ୍ତ ଘଟଣାଟି ଘଟିଥିଲା। ପରେ ଏହାର ଭିଡିଓ ଭାଇରାଲ ହେବା ପରେ ପୀଡିତା ଜୁନାଗଡ଼ ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗରେ ୬ ଜଣ ତାଙ୍କୁ ବଳାତ୍କାର କରିଥିବା ଲେଖିଥିବାବେଳେ ଡ୍ରାଇଭର ଲଲିନ୍ଦ୍ର ବଳାତ୍କାରରେ ସମ୍ପୃକ୍ତ ରହିଥିବା କଥା ଉଲ୍ଲେଖ କରି ନ ଥିଲେ। ଏବେ ପୀଡିତାଙ୍କ ଏପରି ଚାଞ୍ଚଲ୍ୟକର ବୟାନ ପରେ ପୋଲିସ ଆଗାମୀ ପଦକ୍ଷେପ କ’ଣ ନେବ ତାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri