ଡ୍ରାଇଭରଙ୍କ ମୃତଦେହ ମିଳିବା ଘଟଣା: ହତ୍ୟା ମାମଲା ରୁଜୁକଲା ପୋଲିସ

ଭୁବନେଶ୍ୱର, ୫ା୧୨(ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଶ୍ରୀବିହାରସ୍ଥିତ ଏକ ଆପାର୍ଟମେଣ୍ଟ ନିକଟ ପାଚେରୀ କଡ଼ରୁ ସନ୍ଦେହଜନକ ଅବସ୍ଥାରେ ଜଣେ କାର୍‌ ଡ୍ରାଇଭରଙ୍କ ମୃତଦେହକୁ ପୋଲିସ ସୋମବାର ଉଦ୍ଧାର କରିଥିଲା। ମୃତକ ଜଣକ ହେଲେ ପୁରୀ ଜିଲା ବ୍ରହ୍ମଗିରି ଅଞ୍ଚଳର ସୁନୀଲ୍‌ ସେଠୀ। ପ୍ରାଥମିକ ଅବସ୍ଥାରେ ପୋଲିସ ୮୫/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଥିଲା। ମାତ୍ର ପରିବାର ଲୋକଙ୍କ ଅଭିଯୋଗକ୍ରମେ ପୋଲିସ ୪୮୧/୧୯ରେ ହତ୍ୟା ମାମଲା ରୁଜୁ କରି ତଦନ୍ତ ଚଳାଇଛି। ସୂଚନା ମୁତାବକ, ସୁନୀଲ ବ୍ରହ୍ମଗିରିର ଏକ ଟ୍ରାଭେଲ୍ସରେ ଡ୍ରାଇଭର ଭାବେ କାର୍ଯ୍ୟ କରନ୍ତି। ସେ ଗତ ରବିବାର ଏକ କାରରେ ଜଣେ ବ୍ୟକ୍ତିଙ୍କୁ ଭଡ଼ାରେ ଶ୍ରୀବିହାର ଆଣି ହଠାତ୍‌ ଗାଡ଼ି ଛାଡ଼ି କେଉଁଆଡେ ଚାଲିଯାଇଥିଲେ। ସୋମବାର ସକାଳୁ ତାଙ୍କ ମୃତଦେହ ମିଳିଥିଲା। ସୁନୀଲଙ୍କୁ ଯୋଜନା ମୁତାବକ ହତ୍ୟା କରାଯାଇଥିବା ନେଇ ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ତଦନ୍ତକାରୀ ଅଧିକାରୀ ଜ୍ଞାନନନ୍ଦ ଶାହା କହିଛନ୍ତି, ସୁନୀଲଙ୍କ ନିକଟରୁ ମିଳିଥିବା ମୋବାଇଲ୍‌ ଫୋନ୍‌ରେ ୧୦୪ ମିସ୍‌ଡ କଲ୍‌ ରହିଛି। ସାଇଣ୍ଟିଫିକ ଓ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ଜଣାପଡ଼ିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନେତାନ୍ୟାହୁଙ୍କୁ ଫୋନ କରି ବଡ଼ କଥା କହିଲେ ଟ୍ରମ୍ପ, ଇରାନ ସହିତ ଚୁକ୍ତି ଉପରେ କହିଲେ…

ଓ୍ବାଶିଂଟନ,୧୩।୬: ଏକ ଆକ୍ସିଓସ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କୁ ଏକ କଥାବାର୍ତ୍ତା ସମୟରେ କହିଥିଲେ ଯେ…

ଟ୍ରମ୍ପ କହୁଛନ୍ତି ଇରାନ ଯୁଦ୍ଧ ଶେଷ , ଶୀଘ୍ର ହେବ ଚୁକ୍ତିନାମା; ତେହରାନ କହୁଛି ଏପର୍ଯ୍ୟନ୍ତ କୌଣସି ଚୂଡ଼ାନ୍ତ ନିଷ୍ପତ୍ତି ନାହିଁ

ତେହରାନ,୧୩।୬: ଗତ ତିନି ମାସ ଧରି ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର ଦାବି କରିଛନ୍ତି ଯେ ଦୁଇ…

ଫିଟିଲା ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକାଙ୍କ ଗୁମର: ମୃତ୍ୟୁ ପୂର୍ବରୁ ବୟଫ୍ରେଣ୍ଡ୍‌ଙ୍କୁ …

ଭୁବନେଶ୍ୱର,୧୩।୬: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ଭଞ୍ଜବାଳା ହେମ୍ବ୍ରମ୍‌ଙ୍କ ମୃତ୍ୟୁ ଘଟଣାରେ ପର୍ଦ୍ଦାଫାଶ ହୋଇଛି। ଭୀମସେନଙ୍କ ପାଇଁ ଚନ୍ଦ୍ରିକାଙ୍କ ମୃତ୍ୟୁ ହୋଇଥିବା ପ୍ରାଥମିକ ତଦନ୍ତରୁ ତଥ୍ୟ ମିଳିଛି ବୋଲି…

ମମତା ବାନାର୍ଜୀଙ୍କ ଠାରୁ ଅଲଗା ହେବେ କି ବାବୁଲ ସୁପ୍ରିୟୋ? TMC ଏମପି ନିଜେ ଏକ ବିବୃତ୍ତି ଜାରି କରି କହିଲେ…

କୋଲକାତା,୧୩।୬: ପଶ୍ଚିମବଙ୍ଗ ନିର୍ବାଚନରେ ଭାଜପା ବିପକ୍ଷରେ ଦମନମୂଳକ ପରାଜୟ ପରେ, ଟିଏମସି କ୍ରମାଗତ ଭାବରେ ଭାଙ୍ଗିପଡ଼ିଛି। ମମତା ବାନାର୍ଜୀଙ୍କ ନିକଟତମ ସହଯୋଗୀମାନେ ଗୋଟିଏ ପରେ ଗୋଟିଏ ତାଙ୍କ…

ଚାମେଲିଙ୍କୁ ନ୍ୟାୟ ଦାବିରେ ବିକ୍ଷୋଭ ସମାବେଶ:ଥାନା ସମ୍ମୁଖରେ ପୋଲିସ ପଇଁତରା

ମହାକାଳପଡ଼ା,୧୩।୬(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡ଼ିଓ ଚାମ୍ବରରେ ତିଖିରୀ ସରପଞ୍ଚ ଚାମେଲୀ ଓଝା ଭିଡ଼ିଓ ରେକର୍ଡକୁ ନେଇ ବିଡ଼ିଓ ରବି ନାରାୟଣ ଆଚାର୍ଯ୍ୟ ଥାନାରେ…

୭ ମାସର ଗର୍ଭବତୀ ପରେ ପ୍ରେମିକାଙ୍କୁ ପ୍ରତାରଣା; ବଳାତ୍କାର ଅଭିଯୋଗରେ ପ୍ରେମିକଙ୍କୁ …

ଦିଗପହଣ୍ଡି,୧୩।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ ଦୀର୍ଘଦିନ ଧରି ଭଲ ପାଉଥିଲେ ପଡୋଶୀ ଗଁ…

ଭାରତୀୟ କ୍ରୁ ମେମ୍ବରଙ୍କୁ ନେଇ ଯାଉଥିବା ଜାହାଜ ‘ଲିଆକି ଫ୍ରିଡମ’ ଉପରେ ଆମେରିକାର ଆକ୍ରମଣ? MEA କଲା ସ୍ପଷ୍ଟ

ନୂଆଦିଲ୍ଲୀ,୧୩।୬: ଓମାନ ଉପକୂଳରେ ‘ଲିଆକି ଫ୍ରିଡମ’ନାମକ ଜାହାଜ ଭାରତୀୟ କ୍ରୁ ସହିତ ଯୋଗାଯୋଗ ବିଚ୍ଛିନ୍ନ ହୋଇଥିବା ଖବର ପ୍ରକାଶ ପାଇବା ପରେ, ଜାହାଜ ଉପରେ ଆକ୍ରମଣର ଗୁଜବ…

ଅଭିଷେକ ବାନାର୍ଜୀଙ୍କ ଘରେ ବେଙ୍ଗଲ ପୋଲିସର ଚଢାଉ, ଚିନ୍ତାରେ ମମତା!

କୋଲକାତା,୧୩।୬: ଶନିବାର ସକାଳେ ସାଲବୋନି ପୋଲିସ ଷ୍ଟେଶନର କର୍ମଚାରୀ ଏବଂ କୋଲକାତା ପୋଲିସର ଏକ ବଡ଼ ଦଳ ତୃଣମୂଳ କଂଗ୍ରେସ ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ଅଭିଷେକ ବାନାର୍ଜୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri