ଡ୍ରେନ ଉପରୁ ଜବରଦଖଲ ଉଚ୍ଛେଦ

ଗୋପାଳପୁର,୧।୮- ଗୋପାଳପୁର ଏନ୍‌ଏସି ୧୦ ଓ ୧୧ନଂ ୱାର୍ଡର ଡ୍ରେନ ଉପରୁ ଗୁରୁବାର ଜବରଦଖଲ ଉଚ୍ଛେଦ କରାଯାଇଛି। ଦୀର୍ଘବର୍ଷ ଧରି ଏନଏସିର ବିଭିନ୍ନ ୱାର୍ଡରେ ଡ୍ରେନ ଉପରେ ବେଆଇନ ଭାବେ କୁଡ଼ିଆ ଘର ଓ ପକ୍କାଘର ନିର୍ମାଣ ହୋଇଛି। ଏହାଦ୍ୱାରା ଡ୍ରେନରେ ଅଳିଆ ଆବର୍ଜନା ଜମି ଆବର୍ଜନା ଜଳ ନିଷ୍କାସନ ହୋଇ ନ ପାରି ରାସ୍ତାରେ ଭାସୁଛି। ତେଣୁ ଏନ୍‌ଏସି ପ୍ରଶାସନ ପକ୍ଷରୁ ପୂର୍ବରୁ ୨ ଓ ୭ ନଂ ୱାର୍ଡରେ ଜବରଦଖଲ ଉଚ୍ଛେଦ ହୋଇଥିବା ବେଳେ ଏବେ ୧୦ ଓ ୧୧ ନଂ. ଓ୍ବାର୍ଡର ଡ୍ରେନ ଉପରୁ ବେଆଇନ ଭାବେ ନିର୍ମାଣ ହୋଇଥିବା ଘର ଭଙ୍ଗାଯାଇଛି। ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଉମା ଶଙ୍କର ସେଠୀଙ୍କ ଉପସ୍ଥିତିରେ ଜବରଦଖଲ ଉଚ୍ଛେଦ ହୋଇଛି। ଆଗାମୀ ଦିନରେ ଅନ୍ୟ ୱାର୍ଡଗୁଡ଼ିକରୁ ମଧ୍ୟ ଜବରଦଖଲ ଉଚ୍ଛେଦ କରାଯିବ ବୋଲି ଜଣାପଡ଼ିଛି। ମୌସୁମୀ ବର୍ଷା ଚାଲିଥିବା ଯୋଗୁ ଯୁଦ୍ଧକାଳୀନ ଭିତ୍ତିରେ ଜବରଦଖଲ ଉଚ୍ଛେଦ କରାଯାଇ ସହରକୁ ସ୍ବଚ୍ଛ ସୁନ୍ଦର କରାଯିବ ବୋଲି କାର୍ଯ୍ୟନିର୍ବାହୀ ଅଧିକାରୀ ସେଠୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ପୌର ନିର୍ବାଚନ ପାଇଁ ଦିଗପହଣ୍ଡି ବିଜେଡିର ସଜବାଜ, ପ୍ରତି ୱାର୍ଡରେ ଗଠନ ହେବ ଦଳୀୟ କମିଟି

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବ ପୀଠ ପ୍ରାଙ୍ଗଣରେ ଦିଗପହଣ୍ଡି ନଗର ବିଜୁ ଜନତା ଦଳ…

ଗୁରୁଙ୍କୁ ସମ୍ମାନ, ଶିକ୍ଷକଙ୍କୁ ସମ୍ବର୍ଦ୍ଧନା; ଭଞ୍ଜନଗର ବିଧାୟକ କହିଲେ…

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମିଳିତ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ରବିବାର ସନ୍ଧ୍ୟାରେ ‘ଗୁରୁ ପୂଜନ ସହ ସମ୍ବର୍ଦ୍ଧନା ଉତ୍ସବ’ ଅନୁଷ୍ଠିତ ହୋଇଯାଇଛି…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri