ଡ୍ରେନ ନିର୍ମାଣରେ ଅନିୟମିତତା, ତଦନ୍ତ ଦାବି

ଖଣ୍ଡପଡା,୧୫।୯(ସ୍ବ.ପ୍ର.) -ଖଣ୍ଡପଡା ସହରର ୧ନଂ ୱାର୍ଡରେ ସିମେଣ୍ଟ କଂକ୍ରିଟ ରାସ୍ତା ଉପରେ ୫ ଇଞ୍ଚ ଓସାରର ଏକ ଡ୍ରେନ ନିର୍ମାଣକୁ ନେଇ ସ୍ଥାନୀୟ ୱାର୍ଡ ବାସିନ୍ଦାଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଏହି ଅନିୟମିତତା କାର୍ଯ୍ୟର ତଦନ୍ତ ପାଇଁ ସ୍ଥାନୀୟ ଦୁର୍ନୀତି ନିବାରଣ ସଂଘ ପକ୍ଷରୁ ଦାବି କରାଯାଇଛି । ନିର୍ମାଣାଧୀନ ସିମେଣ୍ଟ ଡ୍ରେନର ସ୍ଥାୟିତ୍ୱ ନେଇ ସାଧାରଣରେ ମଧ୍ୟ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ଏନଏସି କର୍ତ୍ତୃପକ୍ଷ ଉକ୍ତ ଡ୍ରେନ କାର୍ଯ୍ୟ ବାବଦରେ ନିୟୋଜିତ ଠିକାଦାରଙ୍କୁ ପାଖାପାଖି ୨.୫ ଲକ୍ଷ ଟଙ୍କା ପ୍ରଦାନ କରିବା ପାଇଁ ମସୁଧା ଚଳାଇଥିବା ଅଭିଯୋଗ ହେଉଛି । ଉକ୍ତ ଡ୍ରେନ କାର୍ଯ୍ୟଟି ଖଣ୍ଡପଡା ପ୍ରଥମଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟଙ୍କ ସରକାରୀ ବାସଭବନ ପଛପାଖ ସିମେଣ୍ଟ କଂକ୍ରିଟ ରାସ୍ତା ଉପରେ ନିର୍ମାଣ ହୋଇଛି । ଅଣଓସାରିଆ ଡ୍ରେନଟି ପାଣି ନିଷ୍କାସନରେ କେତେଦୂର ସହାୟକ ହେବ ତାହା ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିିଛି । ତେବେ ଖଣ୍ଡପଡା ଦୁର୍ନୀତି ନିବାରଣ ସଂଘର ସଦସ୍ୟମାନେ ଡ୍ରେନ ନିର୍ମାଣରେ ହୋଇଥିବା ଅନିୟମିତତାର ତଦନ୍ତ ସହ କାର୍ଯ୍ୟାନୁଷ୍ଠାନ ନିମନ୍ତେ ଦାବି କରିଛନ୍ତି । ସଂଘର ସଦସ୍ୟମାନେ ଖଣ୍ଡପଡା ଏନଏସି କାର୍ଯ୍ୟ ନିର୍ବାହୀ ଅଧିକାରିଣୀଙ୍କ ଦୃଷ୍ଟି ଆକର୍ଷଣ କରି କୌଣସି ସୁଫଳ ନ ପାଇବା ପରେ ଡ୍ରେନ ନିର୍ମାଣରେ ହୋଇଥିବା ଅନିୟମିତତାର ତଦନ୍ତ ନିମନ୍ତେ ନୟାଗଡ ଜିଲାପାଳ, ଭିଜିଲାନ୍ସ ଏସପି, କ୍ୱାଲିଟି କଣ୍ଟୋ୍ରଲ ଅଥରିଟି, ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ସଚିବ, ଏନଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରମୁଖଙ୍କୁ ଦାବିପତ୍ର ପ୍ରଦାନ କରିଥିବା ଜଣାଯାଇଛି ା ଏ ସମ୍ପର୍କରେ ଖଣ୍ଡପଡା ଏନଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ଇତିଶ୍ରୀ ଷଡଙ୍ଗୀଙ୍କ ସହ ଯୋଗାଯୋଗ କରିବାରେ ଉକ୍ତ ଡ୍ରେନ କାର୍ଯ୍ୟ ସମ୍ପନ୍ନ ହୋଇ ନ ଥିବା ବେଳେ ଏ ବାବଦରେ କୌଣସି ବିଲ୍‌ ପୈଠ ହୋଇ ନାହିଁ । ଅଭିଯୋଗ ପାଇବା ପରେ ସେ ଉକ୍ତ କାର୍ଯ୍ୟ ତଦାରଖ କରିବାକୁ ଯାଇଥିଲେ । ଏହାର ଉପର ସ୍ଲାବ ମଧ୍ୟ ପଡି ନ ଥିବା ସେ ସୂଚନା ଦେଇଥିବା ବେଳେ ଉକ୍ତ କାର୍ଯ୍ୟ ପାଇଁ ୨ଲକ୍ଷ ୪୬ ହଜାର ଟଙ୍କା ଅଟକଳ ହୋଇଛି । ତେବେ କାର୍ଯ୍ୟ ସମ୍ପନ୍ନ ପରେ ଯେତିକି କାର୍ଯ୍ୟ ହୋଇଥିବ ମାପ ଅନୁସାରେ ତାହାର ବିଲ୍‌ ହେବ ବୋଲି କହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଗତକାଲି ହଠାତ୍‌ ଘରୁ ନିଖୋଜ ହୋଇଯାଇଥିଲେ ୧୦ମ ଶ୍ରେଣୀ ଛାତ୍ରୀ, ଆଜି ଜଙ୍ଗଲରୁ ଉଦ୍ଧାର ହେବା ପରେ…

ଦିଗପହଣ୍ଡି,୧୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁରୁ ୧୦ମ ଶ୍ରେଣୀ ପରୀକ୍ଷା ଦେଇଥିବା ଜଣେ ୧୬ ବର୍ଷୀୟା ଛାତ୍ରୀ ରବିବାର ଘରୁ…

ଦଣ୍ଡନାଚରେ ଲଙ୍କା ଦହନ ବେଳେ ଅଘଟଣ, ଗଛ ଉପରେ ଚଢି ଅଚେତ ହୋଇପଡ଼ିଲେ ହନୁମାନ

ବୁଗୁଡ଼ା,୧୩ା୪(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧୀନ ସଂକୁରୁ ଗ୍ରାମରେ ଦଣ୍ଡନାଚରେ ଲଙ୍କା ଦହନ ବେଳେ ଅଘଟଣ ଘଟିଛି। ରାମାୟଣ ପରିବେଷଣ ବେଳେ ଗଛ ଉପରେ…

କୀର୍ତ୍ତନ ଦାସଙ୍କ ଉପରେ ଭରସା କଲା ଭାଜପା, ଦେଲା ଏହି ଗୁରୁଦାୟିତ୍ୱ: ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଗଞ୍ଜାମ,୧୩।୪(ଅନାଥ ତରାଇ): ଭାରତୀୟ ଜନତା ପାର୍ଟିର ଜଣେ ଦକ୍ଷ ତଥା ନିଷ୍ଠାପର ସଂଗଠକ ଭାବେ ପରିଚିତ କୀର୍ତ୍ତନ ଦାସଙ୍କୁ ଦ୍ୱିତୀୟଥର ପାଇଁ ଗଞ୍ଜାମ ଜିଲା ଭାଜପା ଅନୁସୂଚିତ…

ଭଞ୍ଜନଗର ବ୍ଲକ ଓଷ୍ଟାର ନୂତନ କର୍ମକର୍ତ୍ତା ମନୋନୀତ: ଜାଣନ୍ତୁ ସେମାନେ ସବୁ କିଏ…

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପିଏମଶ୍ରୀ ୟୁ. ବି. ହାଇସ୍କୁଲଠାରେ ବ୍ଲକର ଓଷ୍ଟା ଖବରଦାତା ସମ୍ମିଳନୀ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଭାପତି ଦିଲ୍ଲୀପ କୁମାର…

ଭାଜପା ଏସସି ମୋର୍ଚ୍ଚା ଜିଲା ସଭାପତି ଘୋଷଣା: ଗନ୍ଧମାର୍ଦ୍ଦନ ଉପରେ ପୁଣି ଭରସା କଲା ଭାଜପା

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଭାଜପା ଅନୁସୂଚିତ ଜାତି (ଏସ୍‌ସି) ମୋର୍ଚ୍ଚା ଜିଲା ସଭାପତି ସୋମବାର ଘୋଷଣା ହୋଇଛି। ଏଥିରେ ଭାଜପା ଭଞ୍ଜନଗର ସାଂଗଠନିକ ଜିଲା (ଘୁମୁସର) ଏସସି ମୋର୍ଚ୍ଚା…

ପାରମ୍ପରିକ ଖାଦ୍ୟକୁ ନେଇ ପ୍ରତିଯୋଗିତା: ପ୍ରଥମ ସ୍ଥାନରେ ଆନନ୍ଦମୟୀ….

ଦାରିଙ୍ଗବାଡି, ୧୩ା୪ (ଅରୁଣ ସାହୁ): ଦାରିଙ୍ଗବାଡି ବ୍ଲକ୍‌ କାର୍ଯ୍ୟାଳୟ ପରିସର ମଧ୍ୟରେ ସୋମବାର ଓଡ଼ିଆ ପକ୍ଷ ଅବସରରେ ଆମ ରୁଚି ଆମ ଖାଦ୍ୟ କାର୍ଯ୍ୟକ୍ରମ ବିଡ଼ିଓ ପ୍ରୀତିରଞ୍ଜନ…

ମାଲକାନଗିରି କୋର୍ଟର ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ମାଲକାନଗିରି,୧୩ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କୋର୍ଟକୁ ଏକ ଅଜ୍ଞାତ ମେଲ୍‌ରୁ ସୋମବାର ବୋମା ଧମକ ମିଳିଛି। କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ ମିଳିବା ପରେ ଅଞ୍ଚଳରେ…

ସ୍ତ୍ରୀଙ୍କୁ ହତ୍ୟା ପରେ ପାଇଖାନା ଟାଙ୍କିରେ ଲୁଚେଇ ରଖିଥିଲେ ସ୍ବାମୀ ଗୁମର ଖୋଲିଲା ୪ ବର୍ଷର ପୁଅ

ରାଇଘର,୧୩।୪ (କିରଣ ପଟ୍ଟନାୟକ): ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କରିବା ପରେ ପ୍ରମାଣ ଲୁଚାଇବାକୁ ଯାଇ ସ୍ବାମୀ ଜଣକ ଏକ ପାଇଖାନା ଟାଙ୍କିରେ ମୃତଦେହକୁ ଲୁଚେଇ ରଖିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri