ଡ୍ରେନେଜ ବ୍ୟବସ୍ଥା ଫେଲ୍‌, ସହର ଜଳମଗ୍ନ

ଭଦ୍ରକ ଅଫିସ, ୨୭।୯ – ଭଦ୍ରକ ପୌରାଞ୍ଚଳର ଖାଲୁଆ ଅଞ୍ଚଳ ଏବେ ଜଳମଗ୍ନ। ଲଗାଣ ବର୍ଷା କାରଣରୁ ସହରର ଖାଲୁଆ ଅଞ୍ଚଳ ରାସ୍ତାଘାଟରେ ପାଣି ଜମି ରହି ଯାତାୟାତରେ ବାଧା ସୃଷ୍ଟି କରୁଛି। ଡ୍ରେନେଜ୍‌ ଅବ୍ୟବସ୍ଥା ଯୋଗୁ ବର୍ଷାପାଣି ଠିକ୍‌ ଭାବେ ନିଷ୍କାସନ ହୋଇପାରୁ ନାହିଁ। ଫଳରେ ରାସ୍ତା ଉପରେ କେଉଁଠି ଫୁଟେ ପାଣି ତ ଅନ୍ୟ କେଉଁଠି ୨ ଫୁଟର ପାଣି ଜମି ରହିଛି। ଡ୍ରେନ ପାଣି ସହ ବର୍ଷା ପାଣି ମିଶିଯାଇ ପୂତି ଗନ୍ଧମୟ ପରିବେଶ ସୃଷ୍ଟି ହେଉଛି। ସହରରେ ଥିବା ନେହେରୁ ଷ୍ଟାଡିୟମ କଥା ନ କହିବା ଭଲ। ଷ୍ଟାଡିୟମ୍‌ ସମ୍ମୁଖରେ ଅର୍ଦ୍ଧନିର୍ମିତ ଡ୍ରେନ୍‌ କାରଣରୁ ବର୍ଷାପାଣି ଜମି ରହି ଏବେ ପୋଖରୀର ଭ୍ରମ ସୃଷ୍ଟି କରୁଛି। ଫଳରେ ଦୀର୍ଘମାସ ଧରି କ୍ରୀଡ଼ା ଅଭ୍ୟାସ କରି ଆସୁଥିବା ଯୁବଗୋଷ୍ଠୀ ଏବେ ହତାଶ ହୋଇଛନ୍ତି।
ପୌରପାଳିକାର ୫ ନମ୍ବର ୱାର୍ଡ ଚରମ୍ପା କଣ୍ଟାପାଳ ରାସ୍ତା ଜଳମଗ୍ନ ହୋଇଛି। ୩ଦିନ ହେଲା ରାସ୍ତାରୁ ପାଣି ଶୁଖୁନାହିଁ କି ବର୍ଷାଜଳ ନିଷ୍କାସନ ହୋଇପାରୁ ନାହିଁ। ସ୍କୁଲ ପିଲା ଓ ସ୍ଥାନୀୟ ବାସିନ୍ଦା ଏହି ପାଣିରେ ପଶି ଯାତାୟାତ କରୁଛନ୍ତି। ପୌରପାଳିକା ଏଥିପ୍ରତି ଦୃଷ୍ଟି ଦେଉ ନ ଥିବା ୱାର୍ଡ ବାସିନ୍ଦା ଅଭିଯୋଗ କରିଛନ୍ତି। ରାସ୍ତା ଉପରେ ବର୍ଷାପାଣି ସାଙ୍ଗକୁ ନର୍ଦ୍ଦମା ପାଣି ଜମି ରହିବା ଦ୍ୱାରା ଦୁର୍ଗନ୍ଧ ଓ ଅସ୍ବାସ୍ଥ୍ୟକର ପରିବେଶ ସୃଷ୍ଟି ହେଉଛି। ଏହି ଅପରିଷ୍କାର ପାଣିରେ ପଶି ଯିବାଆସିବା କରିବା ଦ୍ୱାରା ବିଭିନ୍ନ ଚର୍ମରୋଗରେ ଆକ୍ରାନ୍ତ ହେବାର ଆଶଙ୍କାକୁ ଏଡ଼ାଇ ଦିଆଯାଇ ନ ପାରେ ବୋଲି ୱାର୍ଡ ବାସିନ୍ଦା ପ୍ରତିକ୍ରିୟା ରଖିଛନ୍ତି। ସେହିପରି ସହରର ସନ୍ଥିଆ, ନଙ୍ଗାମହଲା, ଚନ୍ଦନବଜାର, ଜାନୁଗଞ୍ଜ, ଆଚାର୍ଯ୍ୟବିହାର, ସାମରାଇପୁର, କୁଆଁସ, ସୁଇପର୍‌କଲୋନୀ, ଅପର୍ତ୍ତିବିନ୍ଧା ନୂଆକଲୋନୀ, କୋର୍ଟ ପରିସର ଓ ଚରମ୍ପା ଆଖପାଖ ଅଞ୍ଚଳ ମୁଖ୍ୟରାସ୍ତାରେ ବର୍ଷାପାଣି ଜମି ରହିଛି। ପୌରପାଳିକା ପକ୍ଷରୁ ସ୍ଥାୟୀ ବ୍ୟବସ୍ଥା କରାଯାଉ ନ ଥିବାରୁ ବର୍ଷାଦିନ ଆସିଲେ ଏହି ସବୁ ଅଞ୍ଚଳର ଲୋକ ନାନା ସମସ୍ୟା ଭୋଗୁଛନ୍ତି। ବର୍ଷା ସମୟରେ କୃତ୍ରିମ ବନ୍ୟାରୁ ରକ୍ଷା ପାଇଁ ସହରର ବହୁ ବୁଦ୍ଧିଜୀବୀ ତଥା ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ବହୁବାର ପ୍ରଶାସନ ନିକଟରେ ସ୍ଥାୟୀ ସମାଧାନ ଦାବି କରାଯାଇଥିଲେ ମଧ୍ୟ କୌଣସି ସମାଧାନ ହୋଇପାରି ନ ଥିବା ଅଭିଯୋଗ ହୋଇଛି। ଫଳରେ ବର୍ଷା ହେଲେ ଏଭଳି ସମସ୍ୟା ନେଇ ଅସନ୍ତୋଷ ପ୍ରକାଶ ପାଇଛି। ତୁରନ୍ତ ପ୍ରଶାସନ ପକ୍ଷରୁ ଏହାର ସ୍ଥାୟୀ ବ୍ୟବସ୍ଥା କରାଯାଉ ବୋଲି ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିକଶିତ ଭାରତ ପାଇଁ ମୋଦି ଦେଲେ ୭ ଫର୍ମୁଲା: ଜାଣନ୍ତୁ କ’ଣ କ’ଣ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ ଦେଶକୁ ‘ଶକ୍ତିର ସପ୍ତଧାରା’ର ଦୃଷ୍ଟିକୋଣ ଉପସ୍ଥାପନ କରିଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ନିର୍ମାଣ…

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri