ଫୁଲବାଣୀ ଅଫିସ/ବଲସକୁମ୍ପା, ୭ା୧-ନୂଆବର୍ଷ ଉପଲକ୍ଷେ ଗତ ୨ ତାରିଖରେ ପିଲା ସାଲୁଙ୍କି ଡ୍ୟାମକୁ ଭୋଜି କରିବାକୁ ଯାଇଥିବା ବେଳେ ଡଙ୍ଗା ବୁଡ଼ି ନିଖୋଜ ହୋଇଥିବା ସୁନୀତା ଝାଙ୍କରଙ୍କ ଗଳିତ ମୃତଦେହ ସୋମବାର ଉଦ୍ଧାର କରାଯାଇଛି। ଯେଉଁ ସ୍ଥାନରେ ଡଙ୍ଗା ବୁଡ଼ିଥିଲା ଅଗ୍ନିଶମ ବାହିନୀ ସେହିଠାରୁ ସୁନୀତାଙ୍କ ମୃତଦେହ ପାଇଥିଲେ। ଖଜୁରିପଡ଼ା ଥାନାଧିକାରୀ ରମାକାନ୍ତ ପାତ୍ର, ସଦର ଏସ୍ଡିପିଓ ମହେନ୍ଦ୍ରନାଥ ମୁର୍ମୁ, ଖଜୁରିପଡା ତହସିଲଦାର ମନୋଜ କୁମାର ପାଢ଼ୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଚିହ୍ନଟ କରିବା ପରେ ବ୍ୟବଚ୍ଛେଦ ନିମନ୍ତେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଥିଲା। ଏ ନେଇ ଥାନାରେ ନଂ.୧/୨୦ରେ ଅପମୃତ୍ୟୁ ମାମଲା ରୁଜୁ ହୋଇଛି। ମୃତଦେହ ବ୍ୟବଚ୍ଛେଦ ହୋଇ ଆସିବା ପରେ ପରିବାରବର୍ଗ ନିଜ ଗ୍ରାମ ବନ୍ଧସାହିରେ ସୁନୀତାଙ୍କ ଶେଷକୃତ୍ୟ କରିଛନ୍ତି।
ଦୂତିମେଣ୍ଡି ପଞ୍ଚାୟତ ବନ୍ଧସାହି ଗ୍ରାମର କେତେଜଣ ଯୁବତୀଯୁବକ ୨ ତାରିଖରେ ପିଲା ସାଲୁଙ୍କି ଡ୍ୟାମକୁ ଭୋଜି କରିବାକୁ ଯାଇଥିଲେ। ସେଠାରେ ୨ ଯୁବକ ଏବଂ ୪ ଯୁବତୀ ମତ୍ସ୍ୟଜୀବୀଙ୍କ ପାଇଁ ଥିବା ଡଙ୍ଗାରେ ଡ୍ୟାମରେ ବୁଲୁଥିବା ବେଳେ କୌଣସି କାରଣରୁ ତାହା ବୁଡି ଯାଇଥିଲା। ଯୁବତୀମାନେ ବୁଡି ଯାଉଥିବା ଦେଖି କୂଳରେ ଥିବା ଯୁବକମାନେ ସେମାନଙ୍କୁ ଉଦ୍ଧାର କରିଥିଲେ। ହେଲେ ସୁନୀତା ବୁଡି ଯାଇଥିଲେ। ତାଙ୍କର କୌଣସି ପତ୍ତା ନ ମିଳିବାରୁ ଅଗ୍ନିଶମ ବିଭାଗକୁ ଖବର ଦିଆଯାଇଥିଲା। ଫୁଲବାଣୀ, ଖଜୁରିପଡା, ଫିରିଙ୍ଗିଆ ଅଗ୍ନିଶମ ବାହିନୀ ଓ ପରେ ଗୋଟିଏ ଓଡ୍ରାଫ ଟିମ୍ ଡ୍ୟାମରେ ଖୋଜିଥିଲେ। ୪ ଦିନ ଧରି ଖୋଜା ଚାଲିଥିଲେ ମଧ୍ୟ ସୁନୀତାଙ୍କ ମୃତଦେହ ମିଳି ନ ଥିଲା। ଏହାକୁ ନେଇ ଗ୍ରାମବାସୀ ଉତ୍ତ୍ୟକ୍ତ ହୋଇ ରବିବାର ଦୂତିମେଣ୍ଡି ନିକଟରେ ରାଜପଥ ଅବରୋଧ କରିଥିଲେ। ମୃତଦେହ ମିଳିବା ପର୍ଯ୍ୟନ୍ତ ତଲାସି ଜାରି ରହିବ ଏବଂ ୭ ଦିନ ମଧ୍ୟରେ ଯୁବତୀଙ୍କ ପରିବାରବର୍ଗଙ୍କୁ ୪ ଲକ୍ଷ ଟଙ୍କା କ୍ଷତିପୂରଣ ଦିଆଯିବ ବୋଲି ପ୍ରଶାସନ ପକ୍ଷରୁ ପ୍ରତିଶ୍ରୁତି ଦିଆଯାଇଥିଲା। ତେବେ ସୋମବାର ସକାଳେ ସୁନୀତାଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା।
ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ
ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍ ସ୍କୁଲ,…
ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!
ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…
ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ
ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…
ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…
ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ…
ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ
ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…
ପ୍ରତିଶ୍ରୁତି ରକ୍ଷା ପାଇଁ ଅଣ୍ଟା ଭିଡ଼ିଲେ ବିଡିଓ: ଉଠା ଦୋକାନୀଙ୍କୁ ମିଳିବ ନ୍ୟାୟ
ଦାରିଙ୍ଗବାଡି,୧୪।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିରେ ଉଠା ଦୋକାନୀଙ୍କ ତହସିଲ କାର୍ଯ୍ୟାଳୟ ଘେରାଉ ଘଟଣା ପରେ ସ୍ଥାନୀୟ ପ୍ରଶାସନ ଥଇଥାନ ପାଇଁ ପଦକ୍ଷେପ ଜୋରଦାର ଆରମ୍ଭ ହୋଇଯାଇଛି।…
ନିଶାମୁକ୍ତ ହେବ ସୋନପୁର ଅଞ୍ଚଳ: ବସିଲା ବୈଠକ, ଏକାଠି ହେଲେ ମହିଳା ସଂଗଠନ, ଦେଲେ ଚେତାବନୀ
ଦାରିଙ୍ଗବାଡି, ୧୩।୨ (ଅରୁଣ ସାହୁ): ଦିନକୁ ଦିନ ଚୋରାମଦ କାରବାର ବୃଦ୍ଧି ପାଉଛି । ଅବାଧରେ ବିକ୍ରିବଟା ମଧ୍ୟ ଚାଲିଛି । ଏହି ବ୍ୟବସାୟ କରୁଥିବା ଲୋକଙ୍କ…
ତାତିଲେ ଉଠା ଦୋକାନୀ, ଘେରିଲେ ତହସିଲ କାର୍ଯ୍ୟାଳୟ: ପ୍ରତିଶ୍ରୁତି ଦେଲା ପ୍ରଶାସନ
ଦାରିଙ୍ଗବାଡି, ୧୩।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ୫୯ନଂ ଜାତୀୟ ରାଜପଥ କଡ଼ରେ ଉଠା ଦୋକାନୀଙ୍କୁ ଜବରଦଖଲ ଉଚ୍ଛେଦ କରାଯାଇଛି। କିନ୍ତୁ ସମସ୍ତ ଉଠା…
Archives

