ଢାବା ଉପରେ ବୋମାମାଡ଼ କରି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ନୟାଗଡ଼ ଅଫିସ,୧୩ା୬: ନୟାଗଡ଼ ଜିଲା ଶରଣକୁଳ ଥାନା ଗୋଡ଼ିପଡ଼ାର ଏକ ଢାବା ଉପରେ ବୁଧବାର ରାତିରେ ବୋମାମାଡ଼ ହୋଇଛି। ଏଥିରେ ଢାବାମାଲିକଙ୍କର ବୁଲେଟ୍‌ ଏବଂ କାର୍‌ଟି ନଷ୍ଟ ହୋଇଯାଇଛି। ଘଟଣାରୁ ପ୍ରକାଶ ଯେ, ବୁଧବାର ବିଳମ୍ବିତ ରାତିରେ ୭/୮ ଜଣ ଦୁର୍ବୃତ୍ତ ଏକ କାରରେ ଆସି ଢାବା ନିକଟରେ ଅଟକି ଖାଇବାକୁ ମାଗିଥିଲେ। ଢାବାର ଜଣେ କର୍ମଚାରୀ ଖାଇବା ସରି ଯାଇଥିବା କହିବାରୁ ତାଙ୍କୁ ଆକ୍ରମଣ କରିଥିଲେ। ଫଳରେ ରୋଷେୟା ଏବଂ ଅନ୍ୟ କିଛି କର୍ମଚାରୀ ପ୍ରାଣ ବିକଳରେ ଢାବା ଛାଡ଼ି ଦୌଡ଼ି ପଳାଇଥିଲେ। ଦୁର୍ବୃତ୍ତମାନେ କ୍ୟାସ ବାକ୍ସରୁ ନଗଦ ୮ ହଜାର ଟଙ୍କା ନେଇ ଯାଇଥିବାବେଳେ ଆସବାବପତ୍ର ଭଙ୍ଗାରୁଜା କରିଥିଲେ। ଯିବା ସମୟରେ ଢାବା ନିକଟରେ ୨ଟି ବୋମାମାଡ଼ କରିଥିଲେ। ଖବର ପାଇ ଶରଣକୁଳ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ସର୍କିଟ୍‌ ହାଉସ୍‌ରେ ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ସମୀକ୍ଷା : ଧାନ ସଂଗ୍ରହ ପ୍ରକ୍ରିୟାର ସମୀକ୍ଷା କଲେ ମନ୍ତ୍ରୀ

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟାକୁ ୧୨ ଦିନ ବିତିଯାଇଛି। ହେଲେ ଧାନ ବିକ୍ରିବଟାରେ ଚାଷୀମାନେ ବିଭିନ୍ନ ସମସ୍ୟାର…

ବହୁ ଖୋଜାଖୋଜି ପରେ ମିଳିଲା ବୃଦ୍ଧାଙ୍କ ମୃତଦେହ

ପାଟଣା,୨୩।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦହିବାହାଳୀ ଗ୍ରାମ ପୋଖରୀକୁ ଶୁକ୍ରବାର ସାରେ ଜଣେ ୬୫ବର୍ଷୀୟ ବୃଦ୍ଧ ଗାଧୋଇବାକୁ ଯାଇ ନିଖୋଜ ହୋଇଥିଲେ। ରାତିରେ…

ଏଲୋନ ମସ୍କଙ୍କ ଉପରେ ଗୁପ୍ତଚର କରୁଥିଲା କି ଚାଇନା? ୱେଟର ଭାବରେ ପହଞ୍ଚିଲେ ‘ଡ୍ରାଗନ’ର ସୁନ୍ଦରୀ ଏଜେଣ୍ଟ

ବେଜିଂ,୨୩।୫: ଚାଇନା ଦୀର୍ଘ ଦିନ ଧରି ଅନ୍ୟ ଦେଶରେ ଗୁପ୍ତଚର କାର୍ଯ୍ୟ କରୁଥିବା ଅଭିଯୋଗର ସମ୍ମୁଖୀନ ହୋଇଆସୁଛି। ଏବେ ଏହି ତାଲିକାରେ ଏକ ନୂତନ ଅଭିଯୋଗ ଯୋଡି…

ମା’ ନୁହେଁ, ପ୍ରଶଂସା ସାଉଁଟିଲେ ଆରାଧ୍ୟା

ଶେଷରେ ପୂର୍ବତନ ମିସ ୱାଲର୍‌ଡ ଐଶ୍ୱର୍ଯ୍ୟା ରାୟଙ୍କ କାନ୍ସ ୨୦୨୬ ଲୁକର ଫଟୋ ଆସିଛି। ଐଶ୍‌ ରେଡ କାର୍ପେଟରେ ଗୋଲାପୀ ଗାଉନ ଲୁକ ସହିତ ସମସ୍ତଙ୍କ ହୃଦୟ…

ସିଙ୍ଗଲ୍‌ ନା ରିଲେସନଶିପ୍‌ରେ ଅଛନ୍ତି ମେଲୋନି? ଜାଣନ୍ତୁ ତାଙ୍କର ରିଲେସନ ଷ୍ଟାଟସ୍‌…

ନୂଆଦିଲ୍‌ଲୀ,୨୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ପ୍ରତି ଇଟାଲୀ ଗସ୍ତ କରିଥିଲେ, ଯେଉଁଠାରେ ସେ ତାଙ୍କର ଇଟାଲୀୟ ପ୍ରତିପକ୍ଷ, ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନିଙ୍କ ସହ ସାକ୍ଷାତ କରିଥିଲେ। ଏହି…

ମହାଯଜ୍ଞ ନିମନ୍ତେ ପ୍ରସ୍ତୁତି ଶେଷ: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମକୁ ଦୃଷ୍ଟିରେ ରଖି ମହାଯଜ୍ଞ ପରିଚାଳନା କମିଟି ପକ୍ଷରୁ…

ଦିଗପହଣ୍ଡି,୨୩।୫(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ…

ପାରିବାରିକ କଳହର ଉଗ୍ରରୂପ: ଶଳାଙ୍କୁ ବସ୍‌ଷ୍ଟାଣ୍ଡରେ ଛୁରାମାଡ଼ କଲେ ଭିଣୋଇ

ଆସିକା,୨୩ା୫(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଆସିକା ବସ୍‌ଷ୍ଟାଣ୍ଡଠାରେ ଶନିବାର ପୂର୍ବାହ୍ନରେ ଭିଣୋଇଙ୍କ ଛୁରାମାଡ଼ରେ ଶଳା ଗୁରୁତର ହୋଇଛନ୍ତି। ଆହତ ଶଳା ହେଉଛନ୍ତି କଂସ ଡାକୁଆ (୨୫)…

୧୦ ଦିନରେ କାହିଁକି ତୃତୀୟ ଥର ପାଇଁ ବଢିଲା ପେଟ୍ରୋଲ-ଡିଜେଲ ଦାମ? ଇଣ୍ଡିଆନ ଅଏଲ କହିଲା ଅସଲ କାରଣ

ନୂଆଦିଲ୍ଲୀ,୨୩।୬: ଶନିବାର, ମେ ୨୩, ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି। ପେଟ୍ରୋଲ ୮୭ ପଇସା ମହଙ୍ଗା ହୋଇଛି, ଯେତେବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri