ଢାବାରୁ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଗୋପାଳପୁର/କନିଷି(ଡି.ଏନ୍‌.ଏ.),୨୪ା୧୧- ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଗୋବିନ୍ଦନଗର ଗ୍ରାମସ୍ଥିତ ଶ୍ୟାମା ଢାବା ବାରଣ୍ଡାରୁ ରବିବାର ଜଣେ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ପୋଲିସ ଉଦ୍ଧାର କରିଛି। ସେ ହେଲେ ବ୍ରହ୍ମପୁର ମହାନଗର ଗୋଇଲୁଣ୍ଡି ଅଞ୍ଚଳର ନୀଳାଞ୍ଚଳ ମହାନ୍ତି (୩୩)।
ପ୍ରକାଶ ଯେ, ଶ୍ୟାମା ଢ଼ାବାର କର୍ମଚାରୀମାନେ ଶନିବାର ରାତିରେ କାମସାରି ଶୋଇ ପଡ଼ିଥିଲେ। ରବିବାର ସକାଳୁ ଜଣେ କର୍ମଚାରୀ ଉଠିବାପରେ ଢ଼ାବା ବାରଣ୍ଡାରେ ଥିବା ଏକ ଖଟଉପରେ ଜଣେ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ପଡିଥିବା ଦେଖିଥିଲେ। ଏନେଇ ଗୋଳନ୍ଥରା ଥାନାକୁ ଖବର ଦିଆଯାଇଥିଲା। ଗୋଳନ୍ଥରା ଥାନା ଅଧିକାରୀ ବାବୁଲି ନାୟକ ଓ ଅନ୍ୟ ପୋଲିସ ଅଧିକାରୀଙ୍କ ସହ ଘଟଣାସ୍ଥଳରେ ପହଞ୍ଚତ୍ଥିଲେ। ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ ମେଡିକାଲକୁ ପଠାଯାଇଥିଲା। ନଂ.୩୨/୧୯ରେ ଏକ ଅପମୃତ୍ୟୁ ମାମାଲା ରୁଜୁ କରି ପୋଲିସ ତଦନ୍ତ ଆରମ୍ଭ କରିଛି। ମୃତଦେହର ମୁଣ୍ଡ ଓ ଆଖିରେ ଗଭୀର କ୍ଷତ ଥିବାରୁ ଏହା ଏକ ହତ୍ୟାକାଣ୍ଡ ବୋଲି ଅନୁମାନ କରାଯାଉଛି।
ଢ଼ାବାକୁ ନୀଳାଞ୍ଚଳ କିପରି ଆସିଲେ, ସେଠାରେ ତାଙ୍କର କିପରି ମୃତ୍ୟୁ ଘଟିଲା, ଢ଼ାବା କର୍ମଚାରୀମାନେ କିପରି ଘଟଣାସମ୍ପର୍କରେ କିଛି ଜାଣିପାରିଲେ ନାହିଁ ସେ ନେଇ ପୋଲିସ ତଦନ୍ତ ଚଳାଇଛି। ନୀଳାଞ୍ଚଳଙ୍କ ପରିବାର ଲୋକେ କହିବା ଅନୁଯାୟୀ, ସେ ନିଶା ସେବନ କରନ୍ତି ଓ କିଛିଦିନ ହେଲା ତାଙ୍କ ସ୍ବାସ୍ଥ୍ୟବସ୍ଥା ଭଲ ନ ଥିଲା। ତେବେ ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ମୃତ୍ୟୁର ଠିକ୍‌ କାରଣ ଜଣାପଡିବ ବୋଲି ପୋଲିସ କହିଛି। ବ୍ୟବଚ୍ଛେଦ ପରେ ମୃତଦେହ ତାଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି ପୋଲିସ।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ପତାକା ଉତ୍ତୋଳନ ପରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ୯ ଛାତ୍ରୀ, ତଳେ ଗଡ଼ି ଦେଖାଇଲେ ଅସ୍ବାଭାବିକ ଆଚରଣ

ଦେବଗଡ଼,୧୫ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ପଡିଆନାଲି ୟୁଜିୟୁପି ସ୍କୁଲରେ ସ୍ବାଧୀନତା ଦିବସରେ ଏକ ଅଘଟଣ ଘଟିଛି । ଜାତୀୟ ପତାକା ଉତ୍ତୋଳନ ପରେ…

ପ୍ରତିଷ୍ଠିତ ବ୍ୟବସାୟୀଙ୍କୁ ଅପହରଣ, ଲୋକେସନ୍‌ ଟ୍ରାକ୍‌ କରି ତନାଘନା ଚଳାଇଛି ପୋଲିସ

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ (ଗୁଣ୍ଡା)ଙ୍କୁ କିଛି ଲୋକ ଅପହରଣ କରିଥିବା ପରିବାର ଲୋକେ ସନ୍ଦେହ କରି ବଲାଙ୍ଗୀର ଟାଉନ ଥାନାରେ…

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ସାଇବର ଠକେଇରୁ କେମିତି ରହିବେ ସୁରକ୍ଷିତ: ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ପାଳିତ

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ଅବସରରେ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି।…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri