ଢାବାରେ ନାବାଳକଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା: ଆଇଆଇସିଙ୍କୁ ଆକ୍ରମଣ ମାମଲାରେ ୧୩ ଗିରଫ

ବାଲିଆପାଳ,୧।୮(ସ୍ବ.ପ୍ର.)-ବାଲେଶ୍ୱର ଜିଲା ବାଲିଆପାଳ ଥାନା ଇଡ଼କୋଛକ ସ୍ଥିତ ରାଜଧାନୀ ଢାବାରେ ନାବାଳକଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାକୁ ୭ଦିନ ପୂରିଲାଣି। ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଢାବା ମାଲିକ ସାହାବୁଦ୍ଦିନ ସାହାଙ୍କ ଟେର୍‌ ପାଇପାରିନି ପୋଲିସ। ଅନ୍ୟପକ୍ଷରେ ବାଲିଆପାଳ ଆଇଆଇସି ପ୍ରଭୁ କଲ୍ୟାଣ ଆଚାର୍ଯ୍ୟଙ୍କୁ ଆକ୍ରମଣ ଘଟଣାରେ ପୋଲିସ ପ୍ରତିଶୋଧ ପରାୟଣ ହୋଇ ରାତିଅଧିଆ ଚଢାଉ କରି ୧୩ଜଣ ଲୋକଙ୍କୁ ଗିରଫ କରି ଗୁରୁବାର କୋର୍ଟଚାଲାଣ କରିଛି ା ପୋଲିସ ଆହୁରି ଅଧିକ ଲୋକଙ୍କୁ ଗିରଫ କରିବା ଲାଗି ତାଲିକା ପ୍ରସ୍ତୁତ କରୁଥିବା ଜଣାପଡ଼ିବା ପରେ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି।
ଗତ ଜୁଲାଇ ୨୬ତାରିଖରେ ଉକ୍ତ ଢାବାରେ କାମ କରୁଥିବା ଭୋଗରାଇ ବ୍ଲକର ଓଲୁଡା ଗ୍ରାମର ନାବାଳକ ବିଜୟ ଦଳାଇ(୧୫)ଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ତାଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଥିଲେ। ଢାବା ମାଲିକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଏବଂ କ୍ଷତିପୂରଣ ଦାବି କରି ମୃତକଙ୍କ ପରିବାର ଏବଂ ଜନସାଧରଣ ରାସ୍ତାରୋକୋ ଆନ୍ଦୋଳନ କରିଥିଲେ। ତତ୍କାଳୀନ ଆଇଆଇସି ଆଚାର୍ଯ୍ୟ ସେଠାରେ ପହଞ୍ଚି ଏହା ଏକ ଆମତ୍ହତ୍ୟା ବୋଲି ମନ୍ତବ୍ୟ ଦେବା ପରେ ସ୍ଥାନୀୟ ଲୋକେ ଉତ୍ତେଜିତ ହୋଇପଡିଥିଲେ। ସେମାନେ ଆଇଆଇସିଙ୍କୁ ଗୋଡ଼ାଇ ଗୋଡ଼ାଇ ମାଡ଼ ମାରିଥିଲେ। ଉତ୍ତେଜନା ଲାଗି ରହିଥିବାରୁ ସେଠାରେ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା। ପୋଲିସ ଉପରେ ଆକ୍ରମଣ ଘଟଣାରେ ବୁଧବାର ରାତିରେ ଏକ ସ୍ବତନ୍ତ୍ର ଟିମ୍‌ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୧୩ଜଣଙ୍କୁ ଗିରଫ କରିଥିଲା। ସେମାନେ ହେଲେ ଭାଜପା ନେତା ମନୋଜ କୁମାର ସି, ସୁଶାନ୍ତ ଜେନା, ପ୍ରଭାକର ଜେନା, ସେକ ଜୁଲୁ, ଖରିଫ ମହମ୍ମଦ, ଗୋପାଳ କୃଷ୍ଣ ମହାପାତ୍ର, ଅମିୟ ମହାପାତ୍ର, ଚୈତନ୍ୟ ଜେନା, ଦୀନବନ୍ଧୁ ଗିରି, ଶାନ୍ତନୁ କରଣ, ବରେନ୍ଦ୍ର ପ୍ରଧାନ, ମନ୍ମଥ ମହୁରୀ, ମୂଷା ଜେନା ପ୍ରମୁଖ। ଗିରଫ ୧୩ ଜଣଙ୍କୁ ସୁରକ୍ଷା ଦୃଷ୍ଟିରୁ ବାଲିଆପାଳ ଥାନାରେ ନ ରଖାଯାଇ ରୂପ୍‌ସା ଥାନା ହେପାଜତରେ ରଖାଯାଇଥିଲା। ଗୁରୁବାର ପୂର୍ବାହ୍ନରେ ରୂପ୍‌ସା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସମସ୍ତଙ୍କର ସ୍ବାସ୍ଥ୍ୟ ପରୀକ୍ଷା ପରେ କୋର୍ଟଚାଲାଣ କରାଯାଇଥିଲା। ଢାବା ମାଲିକଙ୍କୁ ଗିରଫ କରିବାକୁ ମୃତ ନାବାଳିକାଙ୍କ ପରିବାର ଓ ଅଞ୍ଚଳବାସୀଙ୍କ ପକ୍ଷରୁ ଦାବି ହୋଇଛି। ଗିରଫ ହୋଇଥିବା ଭାଜପା ନେତା ମନୋଜ କୁମାର ସି ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି ଯେ, ପୋଲିସକୁ ମାଡ଼ ଘଟଣାରେ ସେ ସମ୍ପୃକ୍ତ ନ ଥିଲେ ହେଁ ତାଙ୍କୁ ଉଦ୍ଦେଶ୍ୟମୂଳକ ଭାବେ ଗିରଫ କରାଯାଇଛି। ବାଲେଶ୍ୱର ଏମ୍‌ପିଙ୍କ ଲୋକସଭା କ୍ଷେତ୍ର ପ୍ରତିନିଧି ଉମାକାନ୍ତ ମହାପାତ୍ର ଏ ସମ୍ପର୍କରେ ବାଲିଆପାଳ ଆଇଆଇସି ରଣଜିତ ସାହୁଙ୍କ ସହ ଆଲୋଚନା କରିଛନ୍ତି। ନୀରିହ ଜନସାଧାରଣଙ୍କୁ ବାଦ୍‌ ଦେଇ ପ୍ରକୃତ ଦୋଷୀଙ୍କ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ବୋଲି ସେ ଦାବି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ବଢୁଛି ତାପମାତ୍ରା: ଆସନ୍ତା ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୧୬ା୨(ବନ୍ଦନା ସେଠୀ):ରାଜ୍ୟରେ ତାପମାତ୍ରା କ୍ରମଶଃ ବୃଦ୍ଧି ପାଉଛି। ରାତିରେ ଶୀତ, ଭୋର୍‌ ସମୟରେ କୁହୁଡି ଓ ଦିନରେ ଖରାତାତି ଅନୁଭୂତ ହେଉଛି। ଉତ୍ତର ଉପକୂଳ ଓଡ଼ିଶାର କିଛି…

ପାକିସ୍ତାନର ଗର୍ବ ଭାଙ୍ଗିଲେ ଏହି ୫ ଖେଳାଳି: ସାଜିଲେ ବିଜୟର ହିରୋ

କଲମ୍ବୋ,୧୬।୨: ୨୦୨୬ ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଆଉ ଏକ ସ୍ମରଣୀୟ ବିଜୟ ସହିତ ଭାରତ ସୁପର ୮ରେ ପ୍ରାୟ ନିଜର ସ୍ଥାନ ସୁରକ୍ଷିତ କରିଛି। ଏହି…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri