ଢେଙ୍କାନାଳ କଲେଜରେ ଉଚ୍ଚ ଶିକ୍ଷାମନ୍ତ୍ରୀଙ୍କ ସମୀକ୍ଷା: ‘କ୍ଷୁଧା ବଢ଼ିଲେ ଶିକ୍ଷାଦାନ ପ୍ରତି ଆଗ୍ରହ ବଢ଼ିବ’

ଢେଙ୍କାନାଳ ଅଫିସ, ୧୫।୮: ଛାତ୍ରୀଛାତ୍ରଙ୍କୁ ବିଶ୍ୱସ୍ତରୀୟ ପ୍ରତିଯୋଗିତା ପାଇଁ ପ୍ରସ୍ତୁତ କରାଇବା ଦାୟିତ୍ୱ ଅଧ୍ୟାପିକାଅଧ୍ୟାପକମାନଙ୍କର। ସରକାରୀ କଲେଜ ବେସରକାରୀ କଲେଜ ସହ ପ୍ରତିଯୋଗିତା କରିବା ଉଚିତ। ଏ ଦିଗରେ ଅଧ୍ୟାପନା ବୃତ୍ତିରେ ନିୟୋଜିତ ପ୍ରତିଟି ବ୍ୟକ୍ତି ଯତ୍ନବାନ ହେବା ଜରୁରୀ। ସମ୍ପ୍ରତି ମହାବିଦ୍ୟାଳୟଗୁଡ଼ିରେ ଅଧ୍ୟାପନା କ୍ଷେତ୍ରରେ ପରିବର୍ତ୍ତନ ଆସିଛି। ଶତକଡ଼ା ୬୫% ଉପସ୍ଥାନ ଏବଂ ଠିକ୍‌ ସମୟରେ ପରୀକ୍ଷା ଫଳ ପ୍ରକାଶନ ଉପରେ ଗୁରୁତ୍ୱ ଦିଆଯାଉଛି। ଶିକ୍ଷାନୀତିରେ ପରିବର୍ତ୍ତନ, ସଂଶୋଧନ ପାଇଁ ଉଚ୍ଚଶିକ୍ଷା ବିଭାଗ କାର୍ଯ୍ୟ କରୁଛି। କ୍ଷୁଧା ବଢ଼ିଲେ ଶିକ୍ଷାଦାନ ଭଳି ମହତ କାର୍ଯ୍ୟ କରିବାକୁ ଆଗ୍ରହ ବଢ଼ିବ ବୋଲି କହିଛନ୍ତି ଉଚ୍ଚ ଶିକ୍ଷା ମନ୍ତ୍ରୀ ଡ. ଅରୁଣ ସାହୁ। ଜିଲାସ୍ତରୀୟ ସ୍ବାଧୀନତା ଦିବସରେ ମୁଖ୍ୟଅତିଥି ଭାବେ ଯୋଗଦେବାକୁ ଆସିଥିବାବେଳେ ଢେଙ୍କାନାଳ କଲେଜରେ ଆୟୋଜିତ ସମୀକ୍ଷା ବୈଠକରେ ଯୋଗଦେଇ ମନ୍ତ୍ରୀ ଏପରି ବକ୍ତବ୍ୟ ରଖିଛନ୍ତି। ୩ମାସ ମଧ୍ୟରେ ଢେଙ୍କାନାଳ କଲେଜ ଏବଂ ମହିଳା କଲେଜରେ ଶିକ୍ଷାଦାନ ପଦ୍ଧତିରେ ପରିବର୍ତ୍ତନ ଅନୁଭବ କରିହେବ ବୋଲି ମନ୍ତ୍ରୀ ଦୃଢ଼ ଆଶାବାଦୀ ଥିବା କହଛନ୍ତି।
ବୈଠକରେ ଅଧ୍ୟାପିକା ଅଧ୍ୟାପକ ଏବଂ କର୍ମଚାରୀମାନେ ଉପସ୍ଥିତ ରହି ଶିକ୍ଷାଦାନବେଳେ ଉପୁଜୁଥିବା ସମସ୍ୟା ସମ୍ପର୍କରେ ମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ପ୍ରାରମ୍ଭରେ ଅଧ୍ୟକ୍ଷା ଡ. ରଶ୍ମି ମିଶ୍ର ସ୍ବାଗତ ଭାଷଣ ଦେଇଥିଲେ। ବିଧାୟକ ସୁଧୀର କୁମାର ସାମଲ, ଅତିରିକ୍ତ ଜିଲାପାଳ ଭବେଶ କୁମାର ନାୟକ, ଉପଜିଲାପାଳ ସାଫଲ୍ୟ ମଣ୍ଡିତ ପ୍ରଧାନ, ମହିଳା କଲେଜ ଅଧ୍ୟକ୍ଷା ବିନିତା ଆଚାର୍ଯ୍ୟ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

ଚାଲାଣ କରୁଥିଲେ କଫ୍ ସିରପ୍, ମାଡ଼ି ବସିଲା ପୋଲିସ

ଭେଡେନ, ୬/୯ (ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଋଷୁଡ଼ା ଫାଣ୍ଡି ପୋଲିସ ଶନିବାର ବିପୁଳ ପରିମାଣର କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri