ଢେଙ୍କାନାଳ ମିନି ଷ୍ଟାଡିୟମରେ କଳ୍ପନାଙ୍କ ମରଶରୀର: ‘କଳ୍ପନା ଅମର ରହେ ’ଧ୍ୱନିରେ ପ୍ରକମ୍ପିତ ସାରା ସହର

ଢେଙ୍କାନାଳ ଅଫିସ,୨।୬: ପର୍ବତାରୋହିଣୀ କଳ୍ପନା ଦାସଙ୍କ ମରଶରୀର ରବିବାର ଭୁବନେଶ୍ୱରରେ ପହଞ୍ଚିଥିଲା। ପରେ ତାଙ୍କ ଜନ୍ମମାଟି ଢେଙ୍କାନାଳକୁ ନିଆଯାଇଥିଲା। ଢେଙ୍କାନାଳ ମିନି ଷ୍ଟାଡିୟମରେ ମରଶରୀର ୧୧ଟା ୫୫ ମିନିଟ୍‌ରେ ପହଞ୍ଚିବା ପରେ ସେଠାରେ ଭାବବିହ୍ବଳ ପରିବେଶ ସୃଷ୍ଟି ହୋଇଥିଲା। କଳ୍ପନା ଅମର ରହେ ଧ୍ୱନିରେ ସାରା ସହର ପ୍ରକମ୍ପିତ ହୋଇଉଠିଥିଲା। ମିନି ଷ୍ଟାଡିୟମ ଠାରେ ଏମ୍‌ପି ମହେଶ ସାହୁ, ବିଧାୟକ ସୁଧୀର କୁମାର ସାମଲ, ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣ,ଏଡିଏମ୍‌ ପୂର୍ଣ୍ଣଚନ୍ଦ୍ର ମିଶ୍ର, ଏସ୍‌ପି ହରେକୃଷ୍ଣ ପ୍ରଧାନଙ୍କ ସମେତ ଅଞ୍ଚଳବାସୀ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।
ପ୍ରକାଶଯୋଗ୍ୟ, କଳ୍ପନା ଏଭରେଷ୍ଟ ଆରୋହଣ କରି ଫେରିବା ବେଳେ ଗତ ୨୩ ତାରିଖରେ ଅଧା ରାସ୍ତାରେ ତାଙ୍କର ମୃତ୍ୟୁ ଘଟିଥିଲା। ଶୁକ୍ରବାର କାଠମାଣ୍ଡୁରେ ତାଙ୍କ ମୃତଦେହ ବ୍ୟବଚ୍ଛେଦ କରାଯାଇଥିଲା। ଏହାର ରିପୋର୍ଟ ସହ ମୃତ୍ୟୁ ପ୍ରମାଣପତ୍ର ଭାରତୀୟ ଦୂତାବାସକୁ ହସ୍ତାନ୍ତର କରାଯିବା ପରେ ମୃତଦେହକୁ ପରିବାର ଲୋକଙ୍କୁ ପ୍ରଦାନ କରାଯାଇଥିଲା। ତେବେ ସାରେ କାଠମାଣ୍ଡୁରୁ ମରଶରୀର ନେଇ ଆସିଥିବା ବିମାନ ବିଳମ୍ବରେ ଦିଲ୍ଲୀରେ ପହଞ୍ଚିଥିଲା। ତେଣୁ ବିମାନ ବନ୍ଦରରେ ତାଙ୍କୁ ନେବା ପାଇଁ ଅପେକ୍ଷା କରିଥିବା ବିମାନଟି ଭୁବନେଶ୍ୱର ପଳାଇ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri