ଢେଙ୍କାନାଳରେ ଜଳସମ୍ପଦ ମନ୍ତ୍ରୀ:ଅଧିକ ଜମିକୁ ଜଳ ସେଚନ ନିର୍ଦ୍ଦେଶ

ଢେଙ୍କାନାଳ ଅଫିସ, ୨୮।୯

ଜଳସମ୍ପଦ ଏବଂ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ଶୁକ୍ରବାର ଢେଙ୍କାନାଳ ଗସ୍ତରେ ଆସି ସ୍ଥାନୀୟ ସର୍କିଟ ହାଉସ୍‌ରେ ବିଭାଗୀୟ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଜିଲାରେ ଅଧିକ ଚାଷ ଜମିକୁ ଜଳସେଚନ କରିବାକୁ ମନ୍ତ୍ରୀ ବିଭାଗୀୟ ଯନ୍ତ୍ରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ରେଙ୍ଗାଳି ବାମ କେନାଲ ଦ୍ୱାରା ୧୦,୩୫୬ ହେକ୍ଟର ଜମିକୁ ପାଣି ଯୋଗାଇବାକୁ ଲକ୍ଷ୍ୟ ଧାର୍ଯ୍ୟ ହୋଇଥିଲା। ଅଦ୍ୟାବଧି ୨୪୦୫ ହେକ୍ଟର ଜମିରେ ପାଣି ପହଞ୍ଚତ୍ଛି। ସେହିପରି ରେଙ୍ଗାଳି ଦକ୍ଷିଣ କେନାଲ ପ୍ରଣାଳୀ ଦ୍ୱାରା ୩୩,୧୧୫ ହେକ୍ଟର ଜମିରେ ଜଳସେଚନ ଲକ୍ଷ୍ୟଧାର୍ଯ୍ୟ କରାଯାଇଥିବାବେଳେ ଅଗଷ୍ଟ ୩୧ ସୁଦ୍ଧା ୧୫,୨୦୯ ହେକ୍ଟର ଜମିରେ ଜଳସେଚନର ସୁବିଧା ହୋଇପାରିଛି। ରେଙ୍ଗାଳି ଦକ୍ଷିଣ କେନାଲ ସମଲ ବ୍ୟାରେଜରୁ ୯୫କିମି ଯାଏ ପାଣି ଯୋଗାଉଛି। ଏହି କେନାଲ ଦ୍ୱାରା ଅନୁଗୋଳ, ଢେଙ୍କାନାଳ, କଟକ ଏବଂ ଯାଜପୁର ଜିଲାର ଚାଷୀ ଉପକୃତ ହେବେ। ୨୦୧୩ ଯାଏ ଖର୍ଚ୍ଚ ଅଟକଳ ୧୯୬୨.୩୩ କୋଟି ଟଙ୍କା ରହିଥିବା ସୂଚନା ଦିଆଯାଇଛି।
ପାଣି ପଞ୍ଚାୟତ ବୈଠକକୁ ଯନ୍ତ୍ରୀ ଆସୁ ନ ଥିବାରୁ ବିଧାୟକ ସୁଧୀର କୁମାର ସାମଲ କ୍ଷୋଭବ୍ୟକ୍ତ କରିଥିଲେ। ପରଜଙ୍ଗରେ ଥିବା ଜଳସମ୍ପଦ ବିଭାଗ ବଙ୍ଗଳାର ପୁନରୁଦ୍ଧାର କରିବା ପାଇଁ ବିଧାୟକ ଡା. ନୃସିଂହ ଚରଣ ସାହୁ ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଜଳ ସମ୍ପଦ ବିଭାଗ କାର୍ଯ୍ୟକ୍ରମକୁ ତ୍ୱରାନ୍ବିତ କରିବାକୁ ଏମ୍‌ପି ମହେଶ ସାହୁ କହିଥିଲେ। ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଆଲୋଚନାରେ ଭାଗନେଇ କହିଲେ, କାମାକ୍ଷାନଗର ବ୍ଲକର ୭୬% ଜମି ଜଳସେଚିତ। ଏହା ଜିଲାର ୧ନମ୍ବର ସ୍ଥାନ ହାସଲ କରିଛି। ଜମି ଅଧିଗ୍ରହଣ ସମୟରେ ୫-ଟି କାର୍ଯ୍ୟଧାରା ଉପରେ ଧ୍ୟାନ ଦିଆଯାଉଥିବା ସେ ସୂଚନା ଦେଇଥିଲେ। ଜଳସେଚନ ବିଭାଗର ଯନ୍ତ୍ରୀମାନେ ଦଳଗତ ଅଭିମୁଖ୍ୟ ନେଇ କାର୍ଯ୍ୟ କରିବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ସୂଚନା ଓ ଲୋକସମ୍ପର୍କ ବିଭାଗ ଇ-ଲାଇବ୍ରେରି ପ୍ରକଳ୍ପକୁ ଚଳିତ ଆର୍ଥିକ ବର୍ଷରେ କାର୍ଯ୍ୟକାରୀ କରାଇବାକୁ ସେ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ହେମନ୍ତ କୁମାର ନାୟକଙ୍କୁ ପରାମର୍ଶ ଦେଇଥିଲେ। ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ସୁକାନ୍ତ ପ୍ରଧାନ, ସ୍ବତନ୍ତ୍ର ଭୂଅର୍ଜନ ଅଧିକାରୀ ବରେନ୍ଦ୍ରନାଥ ଧଳ, ଜଳସମ୍ପଦ ବିଭାଗ ମୁଖ୍ୟଯନ୍ତ୍ରୀ, ଅଧିକ୍ଷଣ ଯନ୍ତ୍ରୀ ଏବଂ ନିର୍ବାହୀ ଯନ୍ତ୍ରୀମାନେ ଉପସ୍ଥିତ ରହି ବିଭିନ୍ନ ତଥ୍ୟ ଉପସ୍ଥାପନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିନକୁ ୫ କପ୍‌ କଫି, କମାଏ ହୃଦ୍‌ରୋଗ ଆଶଙ୍କା

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri