Posted inଜାତୀୟ

ଢୋକଲା, ସମୋସା, ମସଲା ଚା’ର ମଜା ନେବେ ଟ୍ରମ୍ପ

ନୂଆଦିଲ୍ଲୀ,୨୪।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ ସହଧର୍ମିଣୀ, ମେଲାନିଆ ଟ୍ରମ୍ପ, ଝିଅ ଇଭାଙ୍କା, ଜ୍ୱାଇଁ ଜେରେଡ ଓ କେତେଜଣ ଉଚ୍ଚ ସ୍ତରୀୟ ପ୍ରତିନିଧିଙ୍କ ସହ ସୋମବାର ଭାରତ ଗସ୍ତରେ ଆସୁଛନ୍ତି। ଏହି ଗସ୍ତକୁ ନେଇ ସବୁଠି ଉତ୍ସାହ ଦେଖିବାକୁ ମିଳିଛି। ବିଶେଷ ଭାବେ ଟ୍ରମ୍ପଙ୍କ ସୁରକ୍ଷା ଓ ଖାଦ୍ୟ ପାନୀୟ ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଛି। ଟ୍ରମ୍ପ ଟମାଟୋ ସସ୍‌ ସହ ବିଫ୍‌ ଖାଇବାକୁ ବହୁତ ପସନ୍ଦ କରନ୍ତି। ହେଲେ ଭାରତରେ ତାଙ୍କର ୩୬ ଘଣ୍ଟାର ରହଣୀ ଭିତରେ ମେନୁରୁ ବିଫ୍‌କୁ ବାଦ୍‌ ଦିଆଯାଇଥିବା ସୂଚନା ମିଳିଛି। ବିଶେଷ ସୂତ୍ରରୁ ମଳିଥିବା ସୂଚନା ଅନୁଯାୟୀ, ତାଙ୍କ ଖାଦ୍ୟରେ ଅଧିକ ମାତ୍ରାରେ ଶାହାକାରୀ ଖାଦ୍ୟ ରଖାଯାଇଛି ଯାହା ଗୁଜରାଟି ଷ୍ଟାଇଲରେ ତିଆରି କରାଯିବ। ଅହମଦାବାଦରୁ ଗୁଜରାଟ ଯିବା ସମୟରେ ସେ ସାବରମତି ଆଶ୍ରମରେ ଅଟକିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି। ଫର୍ଚ୍ୟୁନ ଲ୍ୟାଣ୍ଡମାର୍କ ହୋଟେଲର ଶେଫ୍‌ ସୁରେଶ ଖାନ୍ନାଙ୍କୁ ଟ୍ରମ୍ପଙ୍କ ଖାଦ୍ୟ ପ୍ରସ୍ତୁତିର ଦାୟିତ୍ୱ ଦିଆଯାଇଛି। ଏଥିପାଇଁ ସେ ସିଗନେଚର କୁକିଜ, ଗୁଜରାଟର ସ୍ପେଶାଲ ଖମଣ ଢୋକଲା, ବ୍ରୋକଲି-କର୍ଣ୍ଣ ସମୋସା ତିଆରି କରିଛନ୍ତି। ଟ୍ରମ୍ପଙ୍କୁ ଖମଣ ଢୋକଲା ଓ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସ୍ପେଲାଲ ଅଦା ଓ ମସଲା ଚା’ ପସନ୍ଦ ଥିବାରୁ ଏହାର ବ୍ୟବସ୍ଥା ମଧ୍ୟ କରାଯାଇଛି। ଏହା ବ୍ୟତୀତ ଆଇସ୍‌ ଟି ଓ ଗ୍ରୀନ ଟିର ବ୍ୟବସ୍ଥା ମଧ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

ସୁଭଦ୍ରା ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ ଚଳିତ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ ଆଗତ କରିଛନ୍ତି । ଏହି…

‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଦ୍‌ ପଡ଼ିଥିବା ୬ ଲକ୍ଷ ଯୋଗ୍ୟଙ୍କୁ ମିଳିବ ଭତ୍ତା, ଆଉ କାହାକୁ… 

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ଏଥିରେ ‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ…

ବାପା-ମାଆଙ୍କ ଅନୁମତି ବିନା ଆପଣ ବିବାହ କରିପାରିବେନି, ବିଧାନସଭାରେ ବଡ଼କଥା କହିଦେଲେ ସରକାର

ନୂଆଦିଲ୍ଲୀ,୨୦।୨: ଗୁଜୁରାଟ ବିଧାନସଭାରେ ବିବାହ ପଞ୍ଜିକରଣକୁ ନେଇ ଏକ ଐତିହାସିକ ପ୍ରସ୍ତାବ ଦିଆଯାଇଛି । ବାପା ମାଆଙ୍କ ଅନୁମତି ବିନା କେହି ବି ବିବାହ କରିପାରିବେ ନାହିଁ, ଅର୍ଥାତ୍ ବିବାହ…

ଫର୍ମଫିଲପରେ ତ୍ରୁଟି : ଓଡ଼ିଆ ବଦଳରେ ହିନ୍ଦୀ ଥିବାରୁ ଯୁକ୍ତ ୨ ପରୀକ୍ଷାରୁ ବଞ୍ଚିତ…

ନନ୍ଦପୁର,୨୦ା୨(ତୁଷାର କାନ୍ତ ମହାନ୍ତି): ଯୁକ୍ତଦୁଇ ପରୀକ୍ଷା ପାଇଁ ଫର୍ମଫିଲପ ବେଳେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ତ୍ରୁଟି ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଅଧୀନ ପାଡୁଆ ରାଧାକୃଷ୍ଣ ଉଚ୍ଚ…

ରାଜ୍ୟରେ ଛେଚିବ ପ୍ରବଳ ବର୍ଷା! ଲଘୁଚାପକୁ ନେଇ ଆସିଲା ବଡ଼ ଖବର…

ଭୁବନେଶ୍ୱର,୨୦।୨: ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା। ବିଷୁବୀୟ ଭାରତ ମହାସାଗର ଓ ସଲଂଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri