ତଥ୍ୟ ସର୍ବଜନୀକରଣର ଭୂମିକା ଶୀର୍ଷକ କର୍ମଶାଳା: ପ୍ରଦୂଷଣ କମ୍‌ କର, ରେଟିଂ ନିଅ

ଅନୁଗୋଳ ଅଫିସ, ୧୦।୭-ଅନୁଗୋଳ ଆଞ୍ଚଳିକ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ କାର୍ଯ୍ୟାଳୟରେ ‘ପରିବେଶ ପାରଦର୍ଶିତା ବୃଦ୍ଧି କରିବାରେ ତଥ୍ୟ ସର୍ବଜନୀକରଣର ଭୂମିକା’ ଶୀର୍ଷକ ଏକ କର୍ମଶାଳା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଅନୁଗୋଳ ଆଞ୍ଚଳିକ ଅଧିକାରୀ ଡ. ଅନୁପ କୁମାର ମଲ୍ଲିକ ଏଥିରେ ଅଧ୍ୟକ୍ଷତା କରିଥିଲେ। ଏହି ଅବସରରେ ସେ କହିଥିଲେ ଯେ, ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଦ୍ୱାରା ୧୭ ବିଭାଗର ଶିଳ୍ପାନୁଷ୍ଠାନ ପାଇଁ ଆରମ୍ଭ କରାଯାଇଥିବା ଷ୍ଟାର ରେଟିଂ କାର୍ଯ୍ୟକ୍ରମ ଶିଳାନୁଷ୍ଠାନମାନଙ୍କ ପରିବେଶ ପାରଦର୍ଶିତା ବୃଦ୍ଧି ଦିଗରେ ଏକ ସୁସ୍ଥ ଓ ପ୍ରତିଦ୍ୱନ୍ଦ୍ୱିତାମୂଳକ ପରିବେଶ ସୃଷ୍ଟି କରିବାରେ ସହାୟକ ହୋଇଛି। ଏହି କାର୍ଯ୍ୟକ୍ରମରେ ରାଜ୍ୟର ୧୦୬ ଶିଳ୍ପାନୁଷ୍ଠାନ ଭାଗ ନେଇଥିବାବେଳେ ଅନୁଗୋଳ ଶିଳ୍ପାଞ୍ଚଳରୁ ୧୩ ଶିଳ୍ପାନୁଷ୍ଠାନ ସାମିଲ ହୋଇଛି। ଉକ୍ତ କମ୍ପାନୀଗୁଡ଼ିକରେ ଉନ୍ନତ ପରିବେଶ ପାରଦର୍ଶିତା ସହ ବାୟୁ ପ୍ରଦୂଷଣଜନିତ ସମସ୍ୟାର ମୁକାବିଲା ଦିଗରେ ଷ୍ଟାର ରେଟିଂ ମୁଖ୍ୟ ଭୂମିକା ଗ୍ରହଣ କରିବ ବୋଲି ଆଶା କରାଯାଇଛି। ଏହାଦ୍ୱାରା ବିଭିନ୍ନ ଶିଳ୍ପାନୁଷ୍ଠାନରେ ପ୍ରଦୂଷଣ ରୋକି ହେବ। ଯେଉଁ ଶିଳ୍ପାନୁଷ୍ଠାନ ପ୍ରଦୂଷଣ କମ୍‌ କରିବ, ସେମାନଙ୍କୁ ରେଟିଂ ପ୍ରଦାନ କରାଯିବ। ଫଳରେ ରେଟିଂ ପାଇବାକୁ ଭବିଷ୍ୟତରେ ଶିଳ୍ପାନୁଷ୍ଠାନ ଗୁଡ଼ିକ ମଧ୍ୟରେ ପ୍ରତିଯୋଗିତା ଦେଖିବାକୁ ମିଳିବ। ସେହିପରି ଷ୍ଟାର ରେଟିଂ କାର୍ଯ୍ୟକ୍ରମକୁ ନେଇ ଶିଳ୍ପାନୁଷ୍ଠାନଗୁଡ଼ିକ କି କି ଆହ୍ବାନର ସମ୍ମୁଖୀନ ହେଉଛି ଓ ଏହି କାର୍ଯ୍ୟକ୍ରମ କିପରି ତାହାର ପରିବେଶ ପାରଦର୍ଶିତା ବୃଦ୍ଧି କରିପାରିବ ସେ ସମ୍ପର୍କରେ ଟାଟା ଷ୍ଟିଲ ବିଏସ୍‌ଏଲ୍‌ ଢେଙ୍କାନାଳର ସହକାରୀ ମୁଖ୍ୟ ପ୍ରବନ୍ଧକ ସଞ୍ଜୀବ କୁମାର ପାଲ ବକ୍ତବ୍ୟ ରଖିଥିଲେ।
ରାଜ୍ୟ ପରିବେଶ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ, ଶିକାଗୋ ବିଶ୍ୱବିଦ୍ୟାଳୟ ଏନର୍ଜି ପଲିସି ଇନ୍‌ଷ୍ଟିଚ୍ୟୁଟ ଓ ଟାଟା ସେଣ୍ଟର ଫର ଡେଭଲପମେଣ୍ଟର ମିଳିତ ଆନୁକୂଲ୍ୟରେ ଏହି କର୍ମଶାଳା ଆୟୋଜିତ ହୋଇଥିଲା। ସହକାରୀ ପରିବେଶ ଯନ୍ତ୍ରୀ ରାକେଶ କୁମାର ମହାନ୍ତି ସ୍ବାଗତ ଭାଷଣ ଦେଇଥିବାବେଳେ ଏନର୍ଜି ପଲିସି ଇନ୍‌ଷ୍ଟିଚ୍ୟୁଟର ବରିଷ୍ଠ ପଲୀସି ଆସୋସିଏଟ୍‌ ସତ୍ୟନାରାୟଣ ମହାପାତ୍ର ଷ୍ଟାର ରେଟିଙ୍ଗର ଭିନ୍ନ ଭିନ୍ନ ଦିଗ ଉପରେ ଆଲୋକପାତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ ଚାଷୀ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri