ତଦନ୍ତ ପରେ ଫେରିଲା ଛତିଶଗଡ଼ ପୋଲିସ

ଭୁବନେଶ୍ୱର,୨୦ା୨(ବ୍ୟୁରେ): ବହୁଚର୍ଚ୍ଚିତ କଳ୍ପନା ଦାଶ ଓ ତାଙ୍କ ଝିଅ ବବ୍‌ଲିଙ୍କୁ ହତ୍ୟା ଘଟଣାରେ ଅଧିକ ତଥ୍ୟ ସଂଗ୍ରହ ପାଇଁ ଭୁବନେଶ୍ୱରରେ ୩ଦିନ ଧରି ତଦନ୍ତ ଚଳାଇଥିଲା ଛତିଶଗଡ଼ ପୋଲିସ। ବିଭିନ୍ନ ଦିଗକୁ ନେଇ ତଦନ୍ତ କରିବା ପରେ ଛତିଶଗଡ଼ ପୋଲିସ ବୁଧବାର ଫେରିଯାଇଛି। ଏହି ଡବଲ ମର୍ଡର ଘଟଣାରେ ମୁଖ୍ୟ ଅଭିଯୁକ୍ତ ତଥା ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏ ଓ ତାଙ୍କ ଗାଡ଼ିଚାଳକ ବର୍ଦ୍ଧନ ଟପ୍ପୋଙ୍କୁ ଗିରଫ କରାଯାଇଛି। ଅନୁପ ଓ ବର୍ଦ୍ଧନଙ୍କୁ ଯଥାକ୍ରମ ୩ଦିନ ଓ ଦିନକ ପାଇଁ ରିମାଣ୍ଡରେ ନେବାକୁ ଛତିଶଗଡ଼ ପୋଲିସକୁ କୋର୍ଟ ଅନୁମତି ଦେଇଛନ୍ତି। ହତ୍ୟାକାଣ୍ଡରେ ଆଉ କେତେଜଣଙ୍କ ସମ୍ପୃକ୍ତି ରହିଥିବା ନେଇ ତଦନ୍ତ ଚାଲିଛି। ଆବଶ୍ୟକ ପଡ଼ିଲେ ମୁଖ୍ୟ ଅଭିଯୁକ୍ତ ଅନୁପଙ୍କୁ ଓଡ଼ିଶା ନିଆଯିବ ବୋଲି ଛତିଶଗଡ଼ର ରାୟଗଡ଼ ଏସ୍‌ପି ସନ୍ତୋଷ ସିଂ କହିଛନ୍ତି। ଘଟଣା ସମ୍ପର୍କରେ ଏସ୍‌ପି ସିଂଙ୍କ ସହ ମୋବାଇଲ ଫୋନରେ କଥାବାର୍ତ୍ତାବେଳେ ସେ କହିଛନ୍ତି ଯେ, ଅଭିଯୁକ୍ତମାନଙ୍କୁ ରିମାଣ୍ଡ ସମୟରେ ଜେରା କରାଯାଇ ହତ୍ୟାକାଣ୍ଡରେ ବ୍ୟବହୃତ ଲୁହାରଡ଼, ଗାଡ଼ି ଓ ଅନ୍ୟମାନଙ୍କ ସମ୍ପୃକ୍ତି ବିଷୟରେ ତଥ୍ୟପ୍ରମାଣ ଯୋଗାଡ଼ କରାଯିବ। ଦରକାର ପଡ଼ିଲେ ଅନୁପଙ୍କୁ ଭୁବନେଶ୍ୱର, ବ୍ରଜରାଜନଗର ଓ ଘଟଣାସ୍ଥଳ(ଛତିଶଗଡ଼ ଚକ୍ରଧରନଗର ଥାନା ଅଧୀନ ହମିରପୁର ଜଙ୍ଗଲ)କୁ ନିଆଯିବ ବୋଲି ଏସ୍‌ପି ସିଂ କହିଛନ୍ତି।
ହତ୍ୟାକାଣ୍ଡରେ ବ୍ୟବହୃତ ବୋଲେରୋର ମାଲିକାନାକୁ ନେଇ ଦ୍ୱନ୍ଦ୍ୱ ଉପୁଜିଥିଲା। ୨୦୧୫ରେ ମାଲିକାନା ପରିବର୍ତ୍ତନ ସମ୍ପର୍କିତ ତଥ୍ୟ ଭୁବନେଶ୍ୱର ଆରଟିଓ-୧କୁ ମାଗିଛି ଛତିଶଗଡ଼ ପୋଲିସ। ଅନୁରୂପ ଭାବେ ବବ୍‌ଲି ପଢ଼ୁଥିବା ସ୍କୁଲକୁ ଯାଇ ପୋଲିସ ତଦନ୍ତ କରିଥିଲା। ସ୍କୁଲରେ ବବ୍‌ଲିଙ୍କ ଉପସ୍ଥାନ ଓ ଅନ୍ୟ କେତେକ ତଥ୍ୟ ପୋଲିସ ସଂଗ୍ରହ କରିନେଇଥିବା ଜଣାପଡ଼ିଛି। ସେହିପରି ଅନୁପ ଓ କଳ୍ପନା ଏକାଠି ବିମାନ ଯାତ୍ରା କରିବା ସମ୍ପର୍କିତ ତଥ୍ୟ ପୋଲିସ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର କର୍ତ୍ତୃପକ୍ଷଙ୍କଠାରୁ ମାଗିବା ସହ ସୁନ୍ଦରପଦା ଫ୍ଲାଟ୍‌ କିଣାବିକା ତଥ୍ୟ ମଧ୍ୟ ସଂଗ୍ରହ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋମୱାର୍କ ପାଇଁ ଚାପୁଡ଼ା ମାରିଲେ କ୍ଲାସ୍ ଟିଚର: ଅଚେତ ହୋଇ ଟଳି ପଡ଼ିଲା ୬ ବର୍ଷର ଶିଶୁ, ଡାକ୍ତରଖାନାରେ ମୃତ୍ୟୁ

ବିଶାଖାପାଟଣା, ୨୦।୮: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ଏକ ଘରୋଇ ସ୍କୁଲରେ ଜଣେ ୬ ବର୍ଷର କୋମଳମତି ଶିଶୁର ସନ୍ଦେହଜନକ ମୃତ୍ୟୁ ଘଟିଛି। ହୋମୱାର୍କ ପୂରା କରି ନ ଥିବା…

ସୁଡ଼ଙ୍ଗ ଭିତରେ ୨ ଟ୍ରକ୍‌ ମୁହାଁମୁହିଁ ଧକ୍କା: ୪ମୃତ, ୭ ଆହତ

ଚଣ୍ଡିଗଡ଼, ୨୦।୮: କିରାତପୁର-ମନାଲି ଜାତୀୟ ରାଜପଥ ଦାଓ୍ବାଡ଼ା ସୁଡ଼ଙ୍ଗ ଭିତରେ ଦୁଇଟି ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଛି ଏବଂ…

ଶୁକ୍ରବାରଠୁ ସପ୍ତାହେ ଯାଏ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୦ା୮(ବନ୍ଦନା ସେଠୀ) – ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା…

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

ସିମ୍‌ କାର୍ଡକୁ ନେଇ ନୂଆ ନିୟମ! ଆଉ ୪ଦିନ ପରେ ଏମାନଙ୍କର କଟିଯିବ କନେକ୍ସନ…

ନୂଆଦିଲ୍ଲୀ,୨୦ା୮: ଭାରତରେ ଜଣେ ବ୍ୟକ୍ତିଙ୍କ ନାମରେ ଥିବା ମୋବାଇଲ୍ କନେକ୍ସନ୍‌ର ସୀମାକୁ ସରକାର କଡ଼ାକଡ଼ି ଭାବେ ଲାଗୁ କରିବାକୁ ଯାଉଛନ୍ତି। ଅଗଷ୍ଟ ୨୪ ରୁ ଟେଲିକମ୍ ଅପରେଟରମାନଙ୍କୁ…

ବଙ୍ଗୋପସାଗରରେ ହେଲାଣି ହଲଚଲ; ଓଡ଼ିଶାରେ ଆସିବ ବଡ଼ ଭୂମିକମ୍ପ! ଥରିବ ଏସବୁ ଜିଲା…

ଭୁବନେଶ୍ୱର, ୨୦।୮: ସମ୍ପ୍ରତି ପ୍ରକାଶିତ ରିପୋର୍ଟ ଅନୁଯାୟୀ, ଓଡ଼ିଶାରେ ନିକଟ ଭବିଷ୍ୟତରେ ଭୂକମ୍ପ ଆସିବାର ସମ୍ଭାବନା ନେଇ ଭୂବିଜ୍ଞାନୀ ଏବଂ ବିଶେଷଜ୍ଞମାନେ ସତର୍କତା ଜାରି କରିଛନ୍ତି। ପୃଥିବୀ…

କିଭ୍‌ରେ ବଡ଼ଧରଣର ଆକ୍ରମଣ: ୧୬ ମୃତ, ଜେଲେନସ୍କି କହିଲେ…

କିଭ୍‌, ୨୦।୮: ରୁଷିଆ ଗୁରୁବାର ୟୁକ୍ରେନ୍‌ର ରାଜଧାନୀ କିଭ୍‌ ଏବଂ ଏହାର ଆଖପାଖ ଅଞ୍ଚଳରେ ଭୀଷଣ କ୍ଷେପଣାସ୍ତ୍ର ଏବଂ ଡ୍ରୋନ ଆକ୍ରମଣ କରିଛି। ଘଣ୍ଟା ଘଣ୍ଟା ଧରି…

ଥୁଆମୂଳ ରାମପୁରରେ ରାସନ ଚାଉଳ ଓଜନରେ ହେରଫେର୍: ଏମ୍‌ଆଇଙ୍କ ତଦନ୍ତ ପରେ ମେସିନ୍ ବନ୍ଦ, ବଳକା ଚାଉଳ ଯାଉଛି କୁଆଡ଼େ?

ଥୁଆମୂଳ ରାମପୁର,୨୦ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତରେ ପିଡିଏସ (PDS) ରାସନ ଚାଉଳ ଓଜନରେ ବ୍ୟାପକ ହେରଫେର୍ ନେଇ ଗୁରୁବାର ଗୁରୁତର ଅଭିଯୋଗ ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri