ତଦନ୍ତ ପରେ ଫେରିଲା ଛତିଶଗଡ଼ ପୋଲିସ

ଭୁବନେଶ୍ୱର,୨୦ା୨(ବ୍ୟୁରେ): ବହୁଚର୍ଚ୍ଚିତ କଳ୍ପନା ଦାଶ ଓ ତାଙ୍କ ଝିଅ ବବ୍‌ଲିଙ୍କୁ ହତ୍ୟା ଘଟଣାରେ ଅଧିକ ତଥ୍ୟ ସଂଗ୍ରହ ପାଇଁ ଭୁବନେଶ୍ୱରରେ ୩ଦିନ ଧରି ତଦନ୍ତ ଚଳାଇଥିଲା ଛତିଶଗଡ଼ ପୋଲିସ। ବିଭିନ୍ନ ଦିଗକୁ ନେଇ ତଦନ୍ତ କରିବା ପରେ ଛତିଶଗଡ଼ ପୋଲିସ ବୁଧବାର ଫେରିଯାଇଛି। ଏହି ଡବଲ ମର୍ଡର ଘଟଣାରେ ମୁଖ୍ୟ ଅଭିଯୁକ୍ତ ତଥା ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏ ଓ ତାଙ୍କ ଗାଡ଼ିଚାଳକ ବର୍ଦ୍ଧନ ଟପ୍ପୋଙ୍କୁ ଗିରଫ କରାଯାଇଛି। ଅନୁପ ଓ ବର୍ଦ୍ଧନଙ୍କୁ ଯଥାକ୍ରମ ୩ଦିନ ଓ ଦିନକ ପାଇଁ ରିମାଣ୍ଡରେ ନେବାକୁ ଛତିଶଗଡ଼ ପୋଲିସକୁ କୋର୍ଟ ଅନୁମତି ଦେଇଛନ୍ତି। ହତ୍ୟାକାଣ୍ଡରେ ଆଉ କେତେଜଣଙ୍କ ସମ୍ପୃକ୍ତି ରହିଥିବା ନେଇ ତଦନ୍ତ ଚାଲିଛି। ଆବଶ୍ୟକ ପଡ଼ିଲେ ମୁଖ୍ୟ ଅଭିଯୁକ୍ତ ଅନୁପଙ୍କୁ ଓଡ଼ିଶା ନିଆଯିବ ବୋଲି ଛତିଶଗଡ଼ର ରାୟଗଡ଼ ଏସ୍‌ପି ସନ୍ତୋଷ ସିଂ କହିଛନ୍ତି। ଘଟଣା ସମ୍ପର୍କରେ ଏସ୍‌ପି ସିଂଙ୍କ ସହ ମୋବାଇଲ ଫୋନରେ କଥାବାର୍ତ୍ତାବେଳେ ସେ କହିଛନ୍ତି ଯେ, ଅଭିଯୁକ୍ତମାନଙ୍କୁ ରିମାଣ୍ଡ ସମୟରେ ଜେରା କରାଯାଇ ହତ୍ୟାକାଣ୍ଡରେ ବ୍ୟବହୃତ ଲୁହାରଡ଼, ଗାଡ଼ି ଓ ଅନ୍ୟମାନଙ୍କ ସମ୍ପୃକ୍ତି ବିଷୟରେ ତଥ୍ୟପ୍ରମାଣ ଯୋଗାଡ଼ କରାଯିବ। ଦରକାର ପଡ଼ିଲେ ଅନୁପଙ୍କୁ ଭୁବନେଶ୍ୱର, ବ୍ରଜରାଜନଗର ଓ ଘଟଣାସ୍ଥଳ(ଛତିଶଗଡ଼ ଚକ୍ରଧରନଗର ଥାନା ଅଧୀନ ହମିରପୁର ଜଙ୍ଗଲ)କୁ ନିଆଯିବ ବୋଲି ଏସ୍‌ପି ସିଂ କହିଛନ୍ତି।
ହତ୍ୟାକାଣ୍ଡରେ ବ୍ୟବହୃତ ବୋଲେରୋର ମାଲିକାନାକୁ ନେଇ ଦ୍ୱନ୍ଦ୍ୱ ଉପୁଜିଥିଲା। ୨୦୧୫ରେ ମାଲିକାନା ପରିବର୍ତ୍ତନ ସମ୍ପର୍କିତ ତଥ୍ୟ ଭୁବନେଶ୍ୱର ଆରଟିଓ-୧କୁ ମାଗିଛି ଛତିଶଗଡ଼ ପୋଲିସ। ଅନୁରୂପ ଭାବେ ବବ୍‌ଲି ପଢ଼ୁଥିବା ସ୍କୁଲକୁ ଯାଇ ପୋଲିସ ତଦନ୍ତ କରିଥିଲା। ସ୍କୁଲରେ ବବ୍‌ଲିଙ୍କ ଉପସ୍ଥାନ ଓ ଅନ୍ୟ କେତେକ ତଥ୍ୟ ପୋଲିସ ସଂଗ୍ରହ କରିନେଇଥିବା ଜଣାପଡ଼ିଛି। ସେହିପରି ଅନୁପ ଓ କଳ୍ପନା ଏକାଠି ବିମାନ ଯାତ୍ରା କରିବା ସମ୍ପର୍କିତ ତଥ୍ୟ ପୋଲିସ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର କର୍ତ୍ତୃପକ୍ଷଙ୍କଠାରୁ ମାଗିବା ସହ ସୁନ୍ଦରପଦା ଫ୍ଲାଟ୍‌ କିଣାବିକା ତଥ୍ୟ ମଧ୍ୟ ସଂଗ୍ରହ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମଶ୍ରୀ ମାଗୁଣି କୁଅଁର ଗୁରୁତର: ହସ୍ପିଟାଲରେ ଭର୍ତ୍ତି

କେନ୍ଦୁଝର,୩୦।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ବିଶିଷ୍ଠ କାଠି କଣ୍ଢେଇ ନୃତ୍ୟ ଗୁରୁ ତଥା ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର ମଙ୍ଗଳବାର ଅସୁସ୍ଥ ହୋଇ କେନ୍ଦୁଝର ଜିଲା...

ଟ୍ବିନ୍‌ ସିଟିକୁ ରେର୍ଡ ଆର୍ଲଟ୍‌ ଜାରି

ଭୁବନେଶ୍ୱର,୩୦।୪: ରାଜ୍ୟରେ ପ୍ରବଳ ଖରାତାତି ସହ ଗୁଳୁଗୁଳି ଜାରି ରହିଛି। ଏବେ ଆହୁରି ୪ଦିନ ଏପରିସ୍ଥିତି ଲାଗି ରହିବା ସମ୍ଭାବନା ଥିବାବେଳେ ଆସନ୍ତା ଦୁଇଦିନ ଭୀଷଣ...

ଭୁବନେଶ୍ୱର ବିମାନବନ୍ଦରରୁ ଜବତ ହେଲା ପୁଳାପୁଳା ଟଙ୍କା

ଭୁବନେଶ୍ୱର,୩୦।୪: ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ମଙ୍ଗଳବାର ପୁଳାପୁଳା ଟଙ୍କା ଜବତ ହୋଇଛି। ଏହା ୭୫ ଲକ୍ଷରୁ ଅଧିକ ହେବ ବୋଲି ଜଣାପଡିଛି। ଦୁଇ ଜଣ...

‘ସମସ୍ତ ଉଠାଦୋକାନୀ ଥଇଥାନ ହେବେ’

ଭୁବନେଶ୍ୱର, ୩୦।୪ (ବନ୍ଦନା ସେଠୀ):ଭୁବନେଶ୍ୱରରେ ଥିବା ୧୦୦ ଉଠାଦୋକାନୀ ସଂଘର ସଭାପତି ଓ ସମ୍ପାଦକଙ୍କୁ ନେଇ ସୋମବାର ବିଜୁ ଶ୍ରମିକ ସାମ୍ମୁଖ୍ୟ ସଭାଗୃହରେ ଏକ ଜରୁରିକାଳୀନ...

ଓଡ଼ିଶାରୁ ମାୟାନଗରୀ ଲମ୍ବିଛି ରାହୁଲଙ୍କ ନିଶା କାରବାର

ଭୁବନେଶ୍ୱର,୩୦।୪(ସୂର୍ଯ୍ୟକାନ୍ତ ବେହେରା):ଭୁବନେଶ୍ୱରସ୍ଥିତ ଝାରପଡା ଜେଲ ପରିସରରୁ ଧରାପଡିଥିବା ଗଞ୍ଜେଇ ର଼୍ୟାକେଟର ମୁଖ୍ୟ ବାରିପଦାର ରାହୁଲ ସେଠୀଙ୍କ ତିନିଦିନିଆ ରିମାଣ୍ଡ ଶେଷ ହୋଇଛି। ସୋମବାର ତାଙ୍କୁ ପୁଣି...

ନୂଆ-ଅଭିଜ୍ଞଙ୍କ ମଧ୍ୟରେ କଡ଼ା ମୁକାବିଲା

ଯାଜପୁର,୩୦ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ଏଯାଏ କେହି ମହିଳା ବିଧାୟିକା ହୋଇନାହାନ୍ତି। ଏପରି କି ଏହି ଆସନରେ କେବେ କେହି ମହିଳା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିବା...

ମୁଖ୍ୟମନ୍ତ୍ରୀ ଯାହା କୁହନ୍ତି, ତାହା କାମରେ କରି ଦେଖାନ୍ତି: ପାଣ୍ଡିଆନ୍‌

ମାଲକାନଗିରି/କାଲିମେଳା/କୋଟପାଡ଼, ୩୦ା୪ (ଦୁର୍ଯ୍ୟୋଧନ ପାତ୍ର/ଜୀବନକୃଷ୍ଣ ଦାସ/କେ.ରାଜଶେଖର ରାଓ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯାହା କୁହନ୍ତି, ତାହା କାମରେ କରି ଦେଖାନ୍ତି ବୋଲି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ୍‌...

ଅପରାଧୀଙ୍କୁ ଟିକେଟ ଦେବା ଭାଜପାର ସଂସ୍କୃତି: ବିଜେଡି

ଭୁବନେଶ୍ୱର,୩୦ା୪(ଅନିଲ ଦାସ):ଓଡ଼ିଆ ସଂସ୍କୃତି ବିଶ୍ୱର ଯେ କୌଣସି ରାଜନୈତିକ ଦଳଠାରୁ ଏତେ ବଡ଼ ଯେ କୌଣସି ଦଳ ନିଜକୁ ବଡ଼ ଭାବି ଓଡ଼ିଆ ସଂସ୍କୃତିର ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri