ତପ୍ତପାଣି ଘାଟିରେ ଓଲଟିଲା ବାଲିବୋଝେଇ ଟ୍ରାକ୍ଟର: ଲିଫ୍ଟ ମାଗି ବସିଥିବା ଯୁବକ ମୃତ

ଦିଗପହଣ୍ଡି,୨୪ା୭(ଡି.ଏନ.ଏ.)-ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିରେ ବାଲି ବୋଝେଇ ଟ୍ରାକ୍ଟର ଓଲଟି ଲିଫ୍ଟ ମାଗି ବସିଥିବା ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଟି. ଗୋବିନ୍ଦପୁର ପଞ୍ଚାୟତ ରାମପଲ୍ଲୀ ଗ୍ରାମର କୈଳାଶ ଗମାଙ୍ଗ। ପ୍ରକାଶ ଯେ, ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ ସାଢ଼େ ୧୨ଟାରେ ମଳାଭଞ୍ଜା ନଦୀରୁ ବାଲି ବୋଝେଇ କରି ଟ୍ରାକ୍ଟର (ନଂ.ଓଆର୨୦-୭୪୮୬) ନାତ୍ରି ଗ୍ରାମକୁ ଯାଉଥିଲା। ରାସ୍ତାରେ କୈଳାଶ ରାମପଲ୍ଲୀ ଯିବାକୁ ଟ୍ରାକ୍ଟର ଚାଳକ ଓପିନା ଗମାଙ୍ଗଙ୍କୁ ଲିପ୍ଟ ମାଗି ବସିଥିଲେ। ରାଜନାପଲ୍ଲୀ ଘାଟି ରାସ୍ତା ଗଡ଼ାଣିରେ ଟ୍ରାକ୍ଟରଟି ନିୟନ୍ତ୍ରଣ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ଓଲଟିବା ବେଳେ କୈଳାଶଙ୍କ ଉପରେ ଟ୍ରାକ୍ଟର ଚକା ଚଢି ଯାଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା। ସାନଖେମୁଣ୍ଡି ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚତ୍ ଆହତ ଟ୍ରାକ୍ଟର ଚାଳକଙ୍କୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ପାଟପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ମେଡିକାଲକୁ ପଠାଇଛି। ଦୁର୍ଘଟଣାଗ୍ରସ୍ତ ଟ୍ରାକ୍ଟରକୁ ଜବତ କରି ପୋଲିସ ନଂ.୧୪୧/୧୯ରେ ମାମଲା ରୁଜୁ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

କବିତା ପାଠୋତ୍ସବ, ବରିଷ୍ଠ ନାଗରିକଙ୍କ ସମ୍ମାନ-ସୁରକ୍ଷା ସୁନିଶ୍ଚିତ ଲକ୍ଷ୍ୟ

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ପ୍ରଶାସନ ବରିଷ୍ଠ ନାଗରିକଙ୍କ ସମ୍ମାନ, ସୁରକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟ ନେଇ ଏକ ଅଭିନବ ପ୍ରୟାସ ଇତିମଧ୍ୟରେ ଆରମ୍ଭ କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri