ତଳିଆ ଅଞ୍ଚଳ ସ୍ଥିତି ପରଖିଲେ ଅଧିକାରୀ

ଆରଡି, ୨୧ା୮(ଡି.ଏନ.ଏ.)- ଉପର ମୁଣ୍ଡରେ ବର୍ଷା ଯୋଗୁ ବୈତରଣୀ ନଦୀରେ ବନ୍ୟାଜଳ ଆସିଛି । ବର୍ଷା ପରିମାଣ କମିବାରୁ ଆଖୁଆପଦାଠାରେ ମଙ୍ଗଳବାର ଜଳସ୍ତର ହ୍ରାସ ପାଇଥିବା ସୂଚନା ମିଳିଛି। ସେହିପରି ସ୍ଥାନୀୟ ଗାନ୍ଧୀଘାଟରେ ବିପଦ ସଙ୍କେତ ୬.୭୦ ମିଟର ଥିବା ବେଳେ ସନ୍ଧ୍ୟା ସୁଦ୍ଧା ଜଳସ୍ତର ୬.୪୧ ମିଟର ରହିଛି ା ବୈତରଣୀର ତଳି ଅଞ୍ଚଳ ତଥା ସାଳନ୍ଦୀ ଓ ବୈତରଣୀ ସଙ୍ଗମସ୍ଥଳ ସଂଲଗ୍ନ ଅଞ୍ଚଳରେ ବନ୍ୟା ଆଶଙ୍କା ଥିବାରୁ ଭଦ୍ରକ ଜିଲାପାଳ ଜ୍ଞାନ ରଞ୍ଜନ ଦାସ ମଙ୍ଗଳବାର ମଧ୍ୟାହ୍ଣରେ ଏସବୁ ଅଞ୍ଚଳ ବୁଲି ସ୍ଥିତି ନରୀକ୍ଷଣ କରିଛନ୍ତି। ଧାମନଗର ଜଳସେଚନ ବିଭାଗ ଉପଖଣ୍ଡ ଅଧିକାରୀ ଭୂବନାନନ୍ଦ ମହାନ୍ତି, କନିଷ୍ଠଯନ୍ତ୍ରୀ ଅରୁଣ କୁମାର ତ୍ରିପାଠୀ ମଙ୍ଗଳବାର ଅପରାହ୍ଣରେ ବୈତରଣୀ ନଦୀକୂଳିଆ ଗାଁ ବୋଡକ, ସାଠିବାଙ୍କୁଡା ଓ ସାଳନ୍ଦୀ ନଦୀ କୂଳବର୍ତ୍ତୀ ଗାଁ ଶିତଳପୁର ବୁଲି ଦେଖିଥିଲେ ା ଏସବୁ ଗାଁ ନିକଟରେ ନଦୀବନ୍ଧ ଦୃଢ ଥିବାରୁ ବନ୍ୟାସମ୍ଭାବନା ନାହିଁ ବୋଲି ଉପଖଣ୍ଡ ଅଧିକାରୀ କହିଛନ୍ତି। ତେବେ ଶିତଳପୁର ଗାଁରେ ସ୍କୁଲକୁ ଯିବା ରାସ୍ତାରେ ଜୁଆର ପାଣି ବୁଡି ରହିଥିବାରୁ ସେଠାରେ ବହ୍ଲା ମରାଯାଇ ବାଲିବସ୍ତା ପକାଯାଇଛି ା ପିଲାମାନେ ଏବେ ସ୍କୁଲକୁ ଯାଇପାରୁଥିବା ଗ୍ରାମବାସୀଜଣାଥିଲେ। ଜୁଆର ସମୟରେ ବାଲିବସ୍ତା ପାଖକୁ ପାଣି ଲାଗିଯାଉଥିବାରୁ ଏହାକୁ ଅଧିକ ଉଚ୍ଚ କରିିବାକୁ ଅଧିକାରୀମାନେ ଠିକାଦାରଙ୍କ ସହ ଆଲୋଚନା କରିଫେରିଛନ୍ତି। ତେବେ ଶୀତଳପୁରରେ ବାଲିବସ୍ତା ସ୍ଥାନରେ ପଥର ପ୍ୟାକିଂ କରାଯିବା ଲାଗି ଗ୍ରାମବାସୀ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଲିଘାଟରେ ହତ୍ୟାକାଣ୍ଡ ଅଭିଯୋଗ: ଉତ୍ୟକ୍ତ ଲୋକଙ୍କ ରାସ୍ତାରୋକ, ଦ୍ୱିତୀୟ ଦିନରେ ବି ଉତ୍ତେଜନା..

ଦେବଗଡ଼, ୨୨/୬ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ସିଙ୍ଗଶାଳ-ଚଟିଆପାଲି ବାଲିଘାଟରେ ଜଣେ ଯୁବକଙ୍କୁ ହତ୍ୟା କରି ଶବକୁ ବାଲି ଭିତରେ ପୋତି…

ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ସହାୟତା ଘୋଷଣା

ଭୁବନେଶ୍ୱର,୨୨।୬: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।…

୪୪ ଜଣ ନିଖୋଜ ବ୍ୟକ୍ତିଙ୍କୁ ଉଦ୍ଧାର କଲା ଗଞ୍ଜାମ ପୋଲିସ

ଛତ୍ରପୁର, ୨୨/୬ (ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲାର ବିଭିନ୍ନ ଥାନାର ତ୍ୱରିତ ଏବଂ ସମନ୍ୱିତ ପ୍ରୟାସ ଫଳରେ ୧୫ ଜୁନ ୨୦୨୬ରୁ ୨୧ ଜୁନ ୨୦୨୬…

ବିକାଶ ଧାରା ଓଡ଼ିଶା ସାରା, ଲୋକଙ୍କୁ ସରକାରଙ୍କ ଯୋଜନା ବିଷୟରେ ଜଣାଇ…

ଥୁଆମୂଳ ରାମପୁର,୨୨ା୬(ଦୁର୍ଗା କୀର୍ତ୍ତି): ରାଜ୍ୟରେ ଭାଜପା ସରକାରଙ୍କ ଦୁଇବର୍ଷ ପୂର୍ତ୍ତି ଉପଲକ୍ଷେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସିନ୍ଧିପଦର, ଡୁମେରପଦର ଓ ଥୁଆମୂଳ ପଞ୍ଚାୟତଠାରେ ‘ବିକାଶ…

ତାମିଲନାଡୁ ଗ୍ୟାସ୍‌ ଟ୍ରାଜେଡି, ୫ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ସ୍ପଷ୍ଟ କଲେ ମନ୍ତ୍ରୀ

ଭୁବନେଶ୍ୱର,୨୨।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୫ଜଣ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା…

ଜଙ୍ଗଲରୁ ଠାବ ହେଲା ମାଓବାଦୀଙ୍କ ବୃହତ୍ ଅସ୍ତ୍ରଶସ୍ତ୍ର ଭଣ୍ଡାର

କୋରାପୁଟ, ୨୨/୬ (ଅମିତାଭ ବେହେରା): କୋରାପୁଟ ଜିଲାର ବୈପାରୀଗୁଡ଼ା ଥାନା ଅଧୀନ ବଡ଼ଲିପାହାଡ଼ ଜଙ୍ଗଲରେ ସୁରକ୍ଷାବାହିନୀ ପକ୍ଷରୁ ଚାଲିଥିବା ଚଢ଼ାଉ ବେଳେ ମାଓବାଦୀଙ୍କ ଏକ ବୃହତ୍ ଅସ୍ତ୍ରଶସ୍ତ୍ର…

ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ବ୍ୟସ୍ତ ବିଧାୟକ: ପାଣି ପାଇଁ ହନ୍ତସନ୍ତ ଗ୍ରାମବାସୀ , ଛାତ୍ରୀଛାତ୍ରଙ୍କ ଧାରଣା

ମୋରଡା,୨୨/୬(ସ୍ମାରକ ମାଜୀ): ଜୁନ କୋଡିଏ ତାରିଖରେ ମୟୂରଭଞ୍ଜ ଜିଲାରେ ଭାଜପା ସରକାର ୨ ବର୍ଷ ପୂର୍ତ୍ତି ପାଳନ କରି ସଫଳତାର ଗାଥା ଗାଉଥିବା ବେଳେ ମୋରଡା ନିର୍ବାଚନମଣ୍ଡଳୀ…

ସିମେଣ୍ଟ କାରଖାନା ବନ୍ଦ: ତେଜିଲା ଅସନ୍ତୋଷ, ଲୋକେ ଆନ୍ଦୋଳନମୁହାଁ

ବରଗଡ଼,୨୨।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡ଼ୋଲସ୍ଥିତ ଏସିସି ଲିମିଟେଡ୍‌ ପରିଚାଳିତ ବରଗଡ଼ ସିମେଣ୍ଟ କାରଖାନା ଆସନ୍ତା ଅଗଷ୍ଟ ମାସ ୧୯ତାରିଖର ସମ୍ପୂର୍ଣ୍ଣଭାବେ ବନ୍ଦ ହୋଇଯିବ। କାରଖାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri