Posted inଜାତୀୟ

ତସଲିମା ନସରୀନ୍‌ଙ୍କ ଭାରତରେ ରହିବା ସମୟ ପୁଣି ବର୍ଷେ ବଢ଼ିଲା

ନୂଆଦିଲ୍ଲୀ,୨୧।୭: ବାଂଲାଦେଶୀ ଲେଖିକା ତସଲିମା ନସରୀନ୍‌ଙ୍କ ଭାରତରେ ରହିବା ସମୟକୁ ପୁଣି ବର୍ଷେ ପାଇଁ ବଢ଼ାଇ ଦିଆଯାଇଛି। ରବିବାର ଏନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସେ ସୁଇଡ଼େନ୍‌ର ନାଗରିକତା ଗ୍ରହଣ କରିଥିବାବେଳେ ଗତ ୨୦୦୪ଠାରୁ ଭାରତରେ ରହି ଆସୁଛନ୍ତି। ଭାରତରେ ତାଙ୍କ ରହିବା ସମୟ ସୀମାକୁ ୨୦୨୦ ଜୁଲାଇ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ୫୬ ବର୍ଷ ବୟସ୍କା ତସଲିମାଙ୍କର ଭାରତରେ ରହିବା ସମୟ ସୀମାକୁ ଗତ ସପ୍ତାହରେ ୩ ମାସ ପାଇଁ ବଢ଼ାଯାଇଥିଲା। ତେବେ ସେ ଏହାକୁ ଏକବର୍ଷ ବୃଦ୍ଧି ପାଇଁ ଟୁଇଟରରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କୁ ଅନୁରୋଧ କରିଥିଲେ। ପ୍ରତିବର୍ଷ ୫ ବର୍ଷ ଲାଗି ସେ ସମୟସୀମା ବୃଦ୍ଧି ନିମନ୍ତେ ଆବେଦନ କରୁଥିଲେ ମଧ୍ୟ ଏହାକୁ ଏକ ବର୍ଷ ବଢ଼ାଯାଉଥିବା ସେ ଟୁଇଟ୍‌ କରି କହିଥିଲେ। ସୂଚନାଯୋଗ୍ୟ, ତସଲିମାଙ୍କ ଉପରେ ୧୯୯୪ରେ ବାଂଲାଦେଶରେ ଫତୁଓ୍ବା ଜାରି ପରେ ସେ ଦେଶ ଛାଡ଼ିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାରା ଦେଶରେ ‘ନକଲି ପନିର’ ବିପଦ; ୮୩% ନମୁନା ବିଫଳ ହେବା ପରେ FSSAI’ର ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୭ା୧୨: ଦେଶରେ କ୍ଷୀର ଏବଂ କ୍ଷୀରଜାତ ଦ୍ରବ୍ୟରେ ବଢୁଥିବା ଭେଜାଲ ଓ ମିସ୍‌ବ୍ରାଣ୍ଡିଂ ସମସ୍ୟାର ସମାଧାନ ପାଇଁ ଭାରତୀୟ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri