ତହସିଲ ସମ୍ବନ୍ଧୀୟ ସେବା ଉପରେ ଗୁରୁତ୍ୱ

ବଇଣ୍ଡା,୧୪।୧୧(ଡି.ଏନ୍‌.ଏ.)-ଅନୁଗୋଳ ଜିଲା କିଶୋରନଗର ବ୍ଲକ ସଞ୍ଜାମୁରା ପଞ୍ଚାୟତରେ ଗୁରୁବାର ରାଜ୍ୟ ସରକାରଙ୍କ ପକ୍ଷରୁ ନୂତନ ଭାବେ ପ୍ରଚଳିତ ହୋଇଥିବା ଯୋଜନା ମୋ ଗାଁ ତହସିଲ (ସେବା ଆପଣଙ୍କ ଦ୍ୱାରରେ କାର୍ଯ୍ୟକ୍ରମ) ଉଦ୍‌ଘାଟିତ ହୋଇଯାଇଛି। କିଶୋରନଗର ତହସିଲଦାର ଡ. ଲକ୍ଷ୍ମୀପ୍ରସାଦ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଆଠମଲ୍ଲିକ ଉପଜିଲାପାଳ ଡ.ରଜନୀକାନ୍ତ ବିଶ୍ୱାଳ ଯୋଗଦେଇ ଏହାକୁ ଉଦ୍‌ଘାଟିତ କରିଥିଲେ। କିଭଳି ଗ୍ରାମାଞ୍ଚଳରେ ବସବାସ କରୁଥିବା ଲୋକମାନେ ତହସିଲ ସମ୍ବନ୍ଧୀୟ ସେବା ପାଇପାରିବେ ସେଥିପ୍ରତି କର୍ମଚାରୀମାନେ ଯତ୍ନବାନ ହୋଇ ଯୋଜନାକୁ ସୁଫଳ ଭାବେ ଲୋକଙ୍କଠାରେ ପହଞ୍ଚାଇ ପାରିବେ ସେଥିପ୍ରତି ଗୁରୁତ୍ୱ ଦେବାକୁ ଉପସ୍ଥିତ ପଦାଧିକାରୀମାନଙ୍କୁ ଉପଜିଲାପାଳ ପରାମର୍ଶ ଦେଇଥିଲେ। ଅନ୍ୟତମ ଅତିଥି ଭାବେ କିଶୋରନଗର ବ୍ଲକ ଆକାଉଣ୍ଟ ଅଫିସର ଏନ.ଏସ ରାଜେନ୍ଦ୍ର, ସଞ୍ଜାମୁରା ସରପଞ୍ଚ ମୃତ୍ୟୁଞ୍ଜୟ ପ୍ରଧାନ, ନିର୍ବାହୀ ଅଧିକାରୀ ନିର୍ଭୟ କୁମାର ପ୍ରଧାନ, ତହସିଲ ବିଭାଗର ଅଧିକାରୀ ଅଭିରାମ ସାଏ, ରାଜସ୍ବ ନିରୀକ୍ଷକ ଶୁଭଶ୍ରୀ ପ୍ରିୟଦର୍ଶିନୀ, ସୁନିତା ସାହୁ ପ୍ରମୁଖ ଯୋଗ ଦେଇଥିଲେ। ଏଥିରେ ୧୮ ଜଣଙ୍କୁ ବିବିଧ ପ୍ରମାଣପତ୍ର, ୧୪ ଜଣଙ୍କ ଦାଖଲ ଖାରଜ ଆବେଦନ, ୨ ଜଣଙ୍କ ଘରବାରି କିସମ ପରିବର୍ତ୍ତନ, ୪୫ ଜଣଙ୍କ ଜମି ବନ୍ତୁଆରା ଦରଖାସ୍ତ ଗ୍ରହଣ, ୧୬୬ ଜଣଙ୍କ ଘରଡିହ ପାଇଁ ଆବେଦନ ଫର୍ମ ଗ୍ରହଣ, ୬୨ ଜଣଙ୍କ ଖଜଣା ପ୍ରଦାନ କରି ଇ-ପାଉତି ପ୍ରଦାନ କରାଯାଇଥିଲା। ଏଥିସହିତ ଭୂମିହୀନ ହିତାଧିକାରୀ ସଞ୍ଜାମୁରା ଗ୍ରାମର ବାବୁଲା ଝାଙ୍କର, ଗୁରୁବାରୀ ଝାଙ୍କର, ରତ୍ନାକର ଝାଙ୍କର, ବାଟିମୁଣ୍ଡା ଗ୍ରାମର ଶୁକ୍ରୁ ଭୋଇଙ୍କୁ ୪ ଡେସିମିଲ ଲେଖାଏଁ ଘରଡିହ ପଟ୍ଟା ଉପଜିଲାପାଳ ବିଶ୍ୱାଳ ପ୍ରଦାନ କରିଥିଲେ। ଏଥିରେ ତହସିଲ ବିଭାଗର


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରକୋଟ ଗ୍ରାମ ନିକଟରେ କଲରାପତରିଆ ବାଘଛୁଆର ମୃତଦେହ: ଘଟଣାସ୍ଥଳରେ ଡିଏଫ୍ଓ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରେ ବୁଧବାର ସନ୍ଧ୍ୟାରେ ଏକ କଲରାପତରିଆ ବାଘ ଛୁଆ ମରି…

ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ

ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ମହତ୍ କାମ: ବାଲୁଙ୍କୀ ଦାଶ ସ୍ମୃତି ପାଠାଗାର ଜମିକୁ ଜିଲା ପ୍ରଶାସନକୁ ହସ୍ତାନ୍ତରଣ କଲେ…

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ଅଧିନରେ ରହିଥିବା ସ୍ଥାନୀୟ ସରକାରୀ ଡ଼ାକ୍ତରଖାନା ସମ୍ମୁଖସ୍ଥ ବାଲୁଙ୍କୀ ଦାଶ ସ୍କୃତି ପାଠାଗାର ଜମିକୁ ବୁଧବାର ଜିଲା…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୧ରେ ଶୁଭଖୁଣ୍ଟି ସ୍ଥାପନ,ମେ’ ୨୦ରେ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ବୁଧବାର ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri