ପୁରୁଷୋତ୍ତମପୁର,୨୧ା୮(ଡି.ଏନ.ଏ.)-ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତହସିଲଦାର ଓ ଅତିରିକ୍ତ ତହସିଲଦାର ବିରୋଧରେ ଅଭିଯୋଗ ଆଣିଛନ୍ତି ତହସିଲ କାର୍ଯ୍ୟାଳୟର ଜଣେ ମହିଳା କର୍ମଚାରୀ। ତହସିଲଦାର ଅରୁଣ କୁମାର ନାୟକ ଓ ଅତିରିକ୍ତ ତହସିଲଦାର ଶୋଭନ କୁମାର ବେହେରା ଅସଦ୍ ବ୍ୟବହାର ପ୍ରଦର୍ଶନ କରିବା ସହ ନିର୍ଯାତନା ଦେଇଥିବା ନେଇ ମହିଳା କର୍ମଚାରୀ ଜଣକ ପୁରୁଷୋତ୍ତମପୁର ପ୍ରଥମଶ୍ରେଣୀ ବିଚାର ବିଭାଗୀୟ ଅଦାଲତରେ ଅଭିଯୋଗ କରିଛନ୍ତି । ଏହି ଘଟଣା ପୁରୁଷୋତ୍ତମପୁର ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।
ସମ୍ପୃକ୍ତା କର୍ମଚାରୀ ଜଣଙ୍କୁ ଅତିରିକ୍ତ ତହସିଲଦାର ଅସଦବ୍ୟବହାର ପ୍ରଦର୍ଶନ ସହ ନିର୍ଯାତନା ଦେବାରେ ଲାଗିଥିଲେ। ଏନେଇ ସେ ତହସିଲଦାରଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ତହସିଲଦାର ଏହାକୁ ଗୁରୁତ୍ୱ ନ ଦେଇ ସେ ମଧ୍ୟ ଅସଦ ବ୍ୟବବହାର କରିଥିଲେ ବୋଲି ମହିଳା କର୍ମଚାରୀ ଜଣକ ଅଭିଯୋଗ କରିଛନ୍ତି। ଏପରିକି ତାଙ୍କୁ ଧମକ ଦିଆଯାଇଥିବା ନେଇ ସେ ପୁରୁଷୋତ୍ତମପୁର ଥାନା ପୋଲିସ ଓ ଗଞ୍ଜାମ ଏସ୍ପିଙ୍କୁ ଲିଖିତ ଅଭିଯୋଗ ଡାକଯୋଗେ ପଠାଇଥିଲେ। କୌଣସି ସୁଫଳ ନ ମିଳିବାରୁ ଗତ ୧୩ତାରିଖରେ ମହିଳା କର୍ମଚାରୀ ଜଣକ ପୁରୁଷୋତ୍ତମପୁର ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତରେ ଧାରା ୨୯୪/୩୫୪ ଏ, ୩୫୪ ବି, ୩୫୪ ସି/୫୦୬/୫୦୯/୫୧୧ ପ୍ରକାରେ ଅଭିଯୋଗ କରିଛନ୍ତି। ଏହି ଅଭିଯୋଗକୁ ନେଇ ବିଚାରପତି ଅନ୍ନପୂର୍ଣ୍ଣା ଷଡଙ୍ଗୀ ୱାନ ସିସି କେସ ନମ୍ବର ୫/୧୯ ପ୍ରକାରେ ଅଭିଯୋଗକୁ ଗ୍ରହଣ କରି ବିଚାରକୁ ନେଇଛନ୍ତି। ଏ ନେଇ ତହସିଲଦାର ନାୟକଙ୍କ ସହ ଯୋଗାଯୋଗ କରିବାରୁ ସେ କୌଣସି ମନ୍ତ୍ୟବ୍ୟ ଦେବାକୁ ମନା କରିଥିଲେ। ସେହିପରି ଅତିିରିକ୍ତ ତହସିଲଦାର ବେହେରା ଅଭିଯୋଗ ଭିତ୍ତିହୀନ ବୋଲି କହିଛନ୍ତି। ମହିଳା କର୍ମଚାରୀ ଜଣଙ୍କୁ ଦିଆଯାଇଥିବା କାମ ସେ ଠିକ ଭାବେ ନ ତୁଲାଇ ଷ୍ଟାଫ ମିଟିଙ୍ଗରେ ଅସଦ ବ୍ୟବହାର ପ୍ରଦର୍ଶନ କରିଥିଲେ । ଏହି ଘଟଣା ସମ୍ପର୍କରେ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଜଣାଇବାରୁ କର୍ମଚାରୀ ଜଣକ ଏଭଳି ଅଭିଯୋଗ କରିଥିବା ଅତିରିକ୍ତ ତହସିଲଦାର କହିଛନ୍ତି।
Posted inଆମ ଜିଲା ଖବର, ଗଞ୍ଜାମ View All
ଛତ୍ରପୁର ଏନଏସି ହେବ ମ୍ୟୁନିସିପାଲଟି, ଜିଲା ସଦର ମହକୁମାକୁ ନୂଆବର୍ଷର ଭେଟି
ଛତ୍ରପୁର,୨୮।୧୨: ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଭଞ୍ଜନଗର, ପୋଲସରା ଓ କବିସୂର୍ଯ୍ୟନଗର ଏନ୍ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାହାକି ଗଞ୍ଜାମ...
ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …
ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...
ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍
ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍ଯାପିତ ହୋଇଯାଇଛି...
ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍ ଆସିଲା ଭାଲୁ : ପରେ…
ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...
ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ
ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...
୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍ ତଥ୍ୟ
ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...
ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ
ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...
ଯୁବକଙ୍କୁ ଚାପିଦେଲା ଟ୍ରକ୍: ଆଉ ତା’ପରେ…
କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍ ଧକ୍କାରେ ଜଣେ...
Archives


