ତାଗିଦ କଲେ ଗଞ୍ଜାମ ଜିଲାପାଳ: କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ଯାଉଛନ୍ତି ପରିବାର ସଦସ୍ୟ, ଉଲ୍ଲଂଘନ ନେଇ ରୁଜୁ ହେବ ମାମଲା

ଛତ୍ରପୁର, ୧୦।୫(ଡି.ଏନ୍‌.ଏ.)- ବାରମ୍ବାର ଜ଼ିଲାପାଳଙ୍କ ତାଗିଦ୍‌ ସହ କାର୍ଯ୍ୟାନୁଷ୍ଠାନ ଚେତାବନୀ ପରେ ମଧ୍ୟ୍ୟ ଗଞ୍ଜାମ ଜିଲାର କେତେକ କ୍ୱାରାଣ୍ଟାଇନ୍‌ ସେଣ୍ଟରଗୁଡିକରେ ଥିବା ପ୍ରବାସୀଙ୍କୁ ଭେଟିବା ଲାଗି ପରିବାର ସଦସ୍ୟ ଯାଉଛନ୍ତି। ଉକ୍ତ ବ୍ୟକ୍ତିମାନଙ୍କ ବିରୋଧରେ ମାମଲା ରୁଜୁ ହେବ ବୋଲି ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ରବିବାର ଟୁଇଟ୍‌ କରି ଜଣାଇଛନ୍ତି।

ଜ଼ିଲ୍ଲାପାଳ କହିଛନ୍ତି, ଜ଼ିଲାକୁ ହଟସ୍ପଟ ଅଞ୍ଚଳରୁ ପ୍ରବାସୀମାନେ ଫେରିଛନ୍ତି। ସେମାନଙ୍କୁ କ୍ୱାରାଣ୍ଟାଇନ ସେଣ୍ଟରରେ ରଖାଯାଇଛି। ବର୍ତ୍ତମାନ ସମୟରେ ସେଣ୍ଟର ବାହାରେ ୧୪୪ ଧାରା ଲଗାଯିବା ସହ କେହି ନ ଯିବା ଲାଗି ବାରଣ କରାଯାଇଛି। ହେଲେ କିଛି ଲୋକ ପରିବାର ସଦସ୍ୟଙ୍କୁ କ୍ୱାରାଣ୍ଟାଇନ ସେଣ୍ଟରରେ ଭେଟିବା ପାଇଁ ଉଦ୍ୟମ କରୁଛନ୍ତି। ଏଭଳି ବ୍ୟକ୍ତିଙ୍କ ନାମରେ ଆଇନ ଉଲଂଘନ ନେଇ ଥାନାରେ ମାମଲା ରୁଜୁ ହେବ। ଏଣୁ କ୍ୱାରାଣ୍ଟାଇନ ସେଣ୍ଟରଠାରୁ ଦୂରେଇ ରହିବାକୁ ଗଞ୍ଜାମବାସୀଙ୍କୁ ପୁନର୍ବାର ଜ଼ିଲାପାଳ ଅନୁରୋଧ କରିଛନ୍ତି। ପୋଖରୀରେ ନ ଗାଧୋଇବା, ମାସ୍କ ଓ ଗ୍ଳୋବ୍ସ ବ୍ୟବହାର, ସାମାଜିକ ଦୂରତା ରକ୍ଷା କରିବା, ଲୋକ ଗୋଟିଏ ସ୍ଥାନରେ ରୁଣ୍ଡ ନ ହେବା, ଗୁଜବ ନ ସୃଷ୍ଟି କରିବା ଓ ଏହାକୁ ବିଶ୍ୱାସ ନକରିବାକୁ ଜ଼ିଲାପାଳ ଆଉ ଏକ ଟୁଇଟ୍‌ କରି ଜନସାଧାରଣଙ୍କୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri