ତାମିଲ ଫିଲ୍ମର ହିନ୍ଦୀ ରିମେକ୍‌ରେ ଅଜୟ

ମୁମ୍ବାଇ: ବଲିଉଡ ଅଭିନେତା ଅଜୟ ଦେବଗନ୍‌ ତାନାଜୀର ସଫଳତାର ଭରପୁର ମଜା ନେଇଛନ୍ତି। ତାଙ୍କର ଏହି ଫିଲ୍ମଟି ୩୦୦ କୋଟିରୁ ଅଧିକ ଆୟ କରି ବ୍ଲକ୍‌ବଷ୍ଟର ହୋଇଯାଇଛି। ତେବେ ଏଥିମଧ୍ୟରେ ଅଜୟଙ୍କ ଆଗାମୀ ଫିଲ୍ମକୁ ନେଇ ମଧ୍ୟ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆଗକୁ ଅଜୟ ଏକ ସୁପର୍‌ହିଟ୍‌ ତାମିଲ ଫିଲ୍ମର ହିନ୍ଦୀ ରିମେକ୍‌ରେ ନଜର୍‌ ଆସିବେ। ସୂଚନା ଅନୁଯାୟୀ ଅଜୟ ୨୦୧୯ରେ ଆସିଥିବା ସୁପର୍‌ହିଟ୍‌ ଫିଲ୍ମ ‘କୈଥି’ର ଅଫିସିଆଲ ହିନ୍ଦୀ ରିମେକ୍‌ରେ ନଜର ଆସିବେ। ତେବେ ଏହାପୂର୍ବରୁ ଏହି ଫିଲ୍ମର ଲିଡ୍‌ ହିରୋ ପାଇଁ ସଲ୍‌ମାନ ଖାନ୍‌ ଓ ହ୍ରିତିକ୍‌ ରୋଶନଙ୍କ ନାଁ ଚର୍ଚ୍ଚାରେ ଥିଲା। ହେଲେ ବର୍ତ୍ତମାନ ଅଜୟଙ୍କ ନାଁ ଫାଇନାଲ ହୋଇଯାଇଛି। ତେବେ ପୂର୍ବରୁ ଏହି ହିନ୍ଦୀ ରିମେକ୍‌ ଫିଲ୍ମର ନିର୍ଦ୍ଦେଶନା, ଓରିଜିନାଲ ଫିଲ୍ମର ନିର୍ଦ୍ଦେଶକ ଲୋକେଶ କନଗରାଜ୍‌ ଦେବେ ବୋଲି କୁହାଯାଉଥିଲା। କିନ୍ତୁ ସେ ଅନ୍ୟ ଫିଲ୍ମରେ ବ୍ୟସ୍ତ ଥିବାରୁ ଏହାକୁ ନିର୍ଦ୍ଦେଶନା ଦେଇପାରିବେ ନାହିଁ। ଅଜୟଙ୍କ ଏହି ଫିଲ୍ମର ନିର୍ଦ୍ଦେଶନା ଧର୍ମେନ୍ଦ୍ର ଶର୍ମା ଦେବେ। ଧର୍ମେନ୍ଦ୍ର ଜଣେ ଫିଲ୍ମ ଏଡିଟର। ସେ ଅଜୟଙ୍କ ଫିଲ୍ମ ‘ତାନାଜୀ’ରେ ଏଡିଟିଂ କାମ କରିଥିଲେ। ସେ ଏହି ଫିଲ୍ମ ଜରିଆରେ ନିର୍ଦ୍ଦେଶନାରେ ପାଦ ଥାପିବାକୁ ଯାଉଛନ୍ତି। ସେ ଅଜୟଙ୍କ ସମ୍ପର୍କୀୟ ଭାଇ ମଧ୍ୟ। ଏହି ଫିଲ୍ମକୁ ନେଇ ଅଜୟ ବେଶ୍‌ ଉତ୍ସାହିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri