ତାମିଲନାଡୁରୁ ଫେରିଲେ ୬୮୧ ପ୍ରବାସୀ

ଖୋର୍ଦ୍ଧା ଅଫିସ,୧୬ା୫: ତାମିଲନାଡୁ କୋଏମ୍ବାଟୁରରୁ ଭଦ୍ରକକୁ ଆସିଥିବା ସ୍ବତନ୍ତ୍ର ଶ୍ରମିକ ଟ୍ରେନ୍‌ ଶୁକ୍ରବାର ମଧ୍ୟାହ୍ନରେ ଖୋର୍ଦ୍ଧାରୋଡ୍‌ ଷ୍ଟେଶନରେ ପହଞ୍ଚିଥିଲା। ୨୦ ଜିଲାର ୬୮୧ ପ୍ରବାସୀ ଏହି ଷ୍ଟେଶନରେ ଓହ୍ଲାଇଥିଲେ। ଆସିଥିବା ସମସ୍ତ ପ୍ରବାସୀଙ୍କ ମଧ୍ୟରେ ଅନୁଗୋଳ ୮, ବଲାଙ୍ଗୀର ୪୯, ବୌଦ୍ଧ ୧୭, କଟକ ୧୪, ଢେଙ୍କାନାଳ ୨୬, ଗଜପତି ୧୪, ଗଞ୍ଜାମ ୧୯୨, ଜଗତ୍‌ସିଂହପୁର ୩୪, କଳାହାଣ୍ଡ ୬୦, କନ୍ଧମାଳ ୧୭, କେନ୍ଦ୍ରାପଡ଼ା ୩୧, ଖୋର୍ଦ୍ଧା ୪, ନୂଆପଡ଼ା ୧୨, ପୁରୀ ୨୬, ରାୟଗଡ଼ା ୨୯, ସମ୍ବଲପୁର ୨୯, ସୁବର୍ଣ୍ଣପୁର ୬୪, ସୁନ୍ଦରଗଡର୧୨ ଜଣ ରହିଥିଲେ। ସାମାଜିକ ଦୂରତ୍ୱକୁ ଦୃଷ୍ଟିରେ ରଖି ଟ୍ରେନ୍‌ରୁ ଏକସଙ୍ଗେ ଓହ୍ଲାଇବାକୁ ବାରଣ କରାଯାଇଥିଲା। ଗୋଟିଏ ଲେଖାଏ ବଗିରୁ ପର୍ଯ୍ୟାୟକ୍ରମେ ଓହ୍ଲାଯାଇ ବାହାରକୁ ଅଣାଯାଇଥିଲା। ପରେ ଦାୟିତ୍ୱରେ ଥିବା ଅଧିକାରୀ, କର୍ମଚାରୀମାନେ ଫେରିଥିବା ପ୍ରବାସୀ ଓଡ଼ିଆଙ୍କ ଥର୍ମାଲ ସ୍କ୍ରିନିଂ, ପଞ୍ଜୀକରଣ, ଡାହାଣ ହାତରେ ଷ୍ଟାପିଙ୍ଗ୍‌ କରାଇଥିଲେ। ପରେ ବସ୍‌ ପର୍ଯ୍ୟନ୍ତ ଅଣାଯାଇ ସେମାନଙ୍କୁ ଜିଲାକୁ ପଠାଯାଇଥିଲା। ଏମାନଙ୍କୁ ନେଇ ବସ୍‌ ଯାଉଥିବା ରୁଟ୍‌ରେ କଟକଣା କଡ଼ାକଡ଼ି କରାଯାଇଥିଲା। ଏହି ଟ୍ରେନ ଭଦ୍ରକ ଅଭିମୁଖେ ଅପରାହ୍ନ ୧ଟା ୪୬ରେ ଷ୍ଟେଶନ ଛାଡିଥିଲା। ପ୍ରବାସୀମାନେ ନିଜ ଜିଲାକୁ ଫେରିଯିବା ପରେ ପ୍ଲାଟଫର୍ମ, ଷ୍ଟେଶନ ବାହାର ଅଞ୍ଚଳ ଆଦି ବିଶୋଧନ କରାଯାଇଥିଲା। ଜିଲା ପ୍ରଶାସନିକ ଅଧିକାରୀ, ରେଲଓ୍ବେ କର୍ତ୍ତୃପକ୍ଷ, ଜିଆରପି, ଆରପିଏଫ ଓ ସ୍ଥାନୀୟ ପୋଲିସ, ପୌର ପ୍ରଶାସନ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟ ତଦାରଖ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ଏହି ପଦକ୍ଷେପରେ CJP ଅସନ୍ତୁଷ୍ଟ: ପୁଣି ରାଜରାସ୍ତାକୁ ଓହ୍ଲାଇବାକୁ ଦେଲା ଧମକ

ନୂଆଦିଲ୍ଲୀ,୩୧।୭: କକ୍ରୋଚ ଜନତା ପାର୍ଟି (CJP) ଦିଲ୍ଲୀ ସରକାରଙ୍କ ବିଜ୍ଞପ୍ତିକୁ ସ୍ବାଗତ କରିଛି। ୩୬ ଦିନ ଧରି ଚାଲିଥିବା ଛାତ୍ର ପ୍ରତିବାଦ ସହିତ ପଞ୍ଜିକୃତ FIR ସମ୍ପର୍କରେ…

ଟ୍ରମ୍ପଙ୍କ ନୂଆ ପ୍ଲାନ୍! ଆମେରିକାରେ ପଢ଼ି ଚାକିରି କଲେ ଦେବାକୁ ହେବ ଏତେ କୋଟି ଟଙ୍କା

ଓ୍ବାଶିଂଟନ,୩୧ା୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସରକାର ଏକ ନୂଆ ପ୍ରସ୍ତାବ ଉପରେ ବିଚାର କରୁଛନ୍ତି। ଏହି ପ୍ରସ୍ତାବ କାର୍ଯ୍ୟକାରୀ ହେଲେ, ଆମେରିକାର ବିଶ୍ୱବିଦ୍ୟାଳୟରୁ ପାଠପଢ଼ା ଶେଷ…

ଫେରୁଥିଲେ ବ୍ୟବସାୟୀ, ବାଟରେ ଛକିଥିଲା ଯମ: ଘଟିଗଲା ଏମିତି କିଛି…

ଭଞ୍ଜନଗର,୩୧।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ବେଲଗୁଣ୍ଠ ଥାନା ଅନ୍ତର୍ଗତ ନୂଆଗାଁ ବ୍ରିଜ ନିକଟରେ ଡିମିରି ପଲ୍ଲୀ ଛକରେ ଥିବା ବ୍ରିଜ ତଳକୁ ଶୁକ୍ରବାର ସକାଳୁ ଏକ କାର ଓଲଟି…

ପ୍ରକୃତି ରଚିଲା ପ୍ରଳୟ: ଝଡ଼ ଚାଲିଗଲା, ଦୁଃଖ ରହିଗଲା

ବରଗଡ଼,୩୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଲୋକେ କେବଳ ବର୍ଷା ବିପତ୍ାତ୍‌ର ସମ୍ମୁଖୀନ ହୋଇଥିଲେ, ତାହା ନୁହେଁ। ମଙ୍ଗଳବାର ସନ୍ଧ୍ୟାରେ ହୋଇଥିବା ଝଡ଼ ତୋଫାନ ଯୋଗୁ ଜିଲାର ବରଗଡ଼ ବ୍ଲକ…

ବନ୍ୟାରେ ୨୪ ଘଣ୍ଟା ଧରି ତାଳ ଗଛରେ ଆଶ୍ରୟ ନେଇଥିଲେ ଚାଷୀ, ତା’ପରେ ଘଟିଲା…

ଧାମନଗର,୩୧ା୭(ସନ୍ତୋଷ କୁମାର ମହାପାତ୍ର):ବିଲକୁ ଯାଇ ବନ୍ୟାରେ ଘରକୁ ଫେରିପାରିଲେନି। ଭୟଙ୍କର ବନ୍ୟାରେ ନିଜ ଜୀବନ ବଞ୍ଚାଇବାକୁ ଯାଇ ୨୪ ଘଣ୍ଟା ଏକ ତାଳଗଛରେ ଆଶ୍ରୟ ନେଇଥିଲେ ଜଣେ…

ଭୋଜଶାଳା ମାମଲା: ଦରଘା ଜମିରେ ନମାଜ ପାଠ ପାଇଁ ସୁପ୍ରିମକୋର୍ଟଙ୍କ ଅନୁମତି

ନୂଆଦିଲ୍ଲୀ, ୩୧।୭: ମଧ୍ୟପ୍ରଦେଶର ଧାର ଜିଲାରେ ଅବସ୍ଥିତ ବିବାଦୀୟ ଭୋଜଶାଳା ପରିସର ସଂଲଗ୍ନ ଦରଘା ପରିସରରେ ମୁସଲମାନ ସମ୍ପ୍ରଦାୟକୁ ଶୁକ୍ରବାର ନାମାଜ ପାଠ କରିବାକୁ ସୁପ୍ରିମକୋର୍ଟ ଅନୁମତି…

E୨୦ ପେଟ୍ରୋଲକୁ ନେଇ ୭ ବଡ଼ ପ୍ରଶ୍ନ, ସଂସଦରେ ତଥ୍ୟ ସହ ଜବାବ ଦେଲେ ସରକାର

ନୂଆଦିଲ୍ଲୀ,୩୧।୭: E୨୦ ପେଟ୍ରୋଲକୁ ନେଇ ସୋସିଆଲ ମିଡିଆ ଓ ବିଭିନ୍ନ ମାଧ୍ୟମରେ ଉଠୁଥିବା ପ୍ରଶ୍ନ ମଧ୍ୟରେ ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ସଂସଦରେ ବିସ୍ତୃତ ସ୍ପଷ୍ଟୀକରଣ…

୧୫୦ ବର୍ଷ ପରେ ଲାଇବ୍ରେରିକୁ ଫେରିଲା ବହି: ଜରିମାନା କାଟିଲେ ହେବ ୧୬ ଲକ୍ଷ ଟଙ୍କା, ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଲବୋର୍ନ, ୩୧ା୭ (ଏ.ପି.):ଲାଇବ୍ରେରିରୁ ନେଇଥିବା ବହି ଫେରାଇବାରେ ସପ୍ତାହେ କିମ୍ବା ମାସେ ବିଳମ୍ବ ହେବା ସାଧାରଣ କଥା। ମାତ୍ର ଅଷ୍ଟ୍ରେଲିଆର ଏକ ସାର୍ବଜନୀନ ଲାଇବ୍ରେରିରେ ଏମିତି ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri