ତାମିଲନାଡୁରୁ ସାଇକେଲରେ ଫେରୁଥିବା ୬ଜଣଙ୍କୁ ଘରକୁ ପଠାଇଲା ପୋଲିସ

ଦାରିଙ୍ଗବାଡି,୨୯ା୫(ଡି.ଏନ୍‌.ଏ.)- ଦାରିଙ୍ଗବାଡି ଥାନା ଦେଇ ବଲାଙ୍ଗିର ଜିଲାକୁ ୬ ପ୍ରବାସୀ ଶୁକ୍ରବାର ତାମିଲନାଡୁ ଫେରୁଥିଲେ। ଦାରିଙ୍ଗବାଡି ପୋଲିସ ସେମାନଙ୍କୁ ଉଦ୍ଧାର କରି ରନ୍ଧା ଖାଦ୍ୟ, ପାଣି ବିସ୍କୁଟ ଦେବାସହ ବିଶ୍ରାମ ପାଇଁ ବ୍ୟବସ୍ଥା କରିଥିଲା। ପରେ ଏକ ଗାଡି କରି ସାଇକଲ ସମେତ ୬ ଜଣଙ୍କୁ ବଲାଙ୍ଗିର ପଠାଯାଇଥିବା ଦାରିଙ୍ଗବାଡି ଆଇଆଇସି କୌଶିକ ମାଝୀ କହିଛନ୍ତି। ସମସ୍ତେ ବଲାଙ୍ଗିର ବାସିନ୍ଦା ହୋଇଥିବାବେଳେ ସେମାନେ ତାମିଲନାଡୁର ଏକ କମ୍ପାନୀରେ କାମ କରୁଥିଲେ। ଲକ୍‌ଡାଉନ୍‌ ଯୋଗୁ କମ୍ପାନୀ ବନ୍ଦ ପରେ ଖାଇବାକୁ ଅସୁବିଧା ହେବାରୁ ସାଇକେଲରେ ଘର ଅଭିମୁଖେ ବାହାରିଥିଲେ।
ସେହିପରି ଗୁରୁବାର ବିଳମ୍ବିତ ରାତିରେ ନୂଆପଡାର ୨ ଓ ବରଗଡ ଜିଲାର ୧୧ଜଣ ସାଇକେଲରେ ଦାରିଙ୍ଗବାଡି ଅଞ୍ଚଳରେ ପହଞ୍ଚତ୍ଥିଲେ। ସ୍ଥାନୀୟ ପ୍ରଶାସନ ସେମାନଙ୍କ ରହିବା ବ୍ୟବସ୍ଥା କରିଥିଲା। ଶୁକ୍ରବାର ସକାଳୁ ପୁଣି ସାଇକଲ ଯୋଗେ ସେମାନେ ଗନ୍ତବ୍ୟ ସ୍ଥଳକୁ ଯାତ୍ରା କରିଛନତି। ସେମାନେ ତାମିଲନାଡୁରୁ ଚାଲିଚାଲି ଆସୁଥିବାବେଳେ ଆନ୍ଧ୍ରପ୍ରଦେଶ ସୀମାରେ ପ୍ରଶାସନ ୧୦ଦିନ ରଖିବା ପରେ ବ୍ରହ୍ମପୁର ପର୍ଯ୍ୟନ୍ତ ଆଣି ଛାଡିଥିଲା। ସେଠାରୁ ସେମାନେ ସାଇକେଲ କିଣି ବାହାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀ ମହଲରେ ଚାଞ୍ଚଲ୍ୟ, ଚର୍ଚ୍ଚାରେ ନିଷ୍ପତ୍ତି: କଟନୀଛଟନୀକୁ ସରକାରୀ ମୋହର୍‌!

ବରଗଡ଼,୧୦।୧୨(ପ୍ରେମାନନ୍ଦ ଖମାରୀ): ଧାନ ସଂଗ୍ରହ ପ୍ରକ୍ରିୟାରେ କଟନୀଛଟନୀ ନୂଆ କଥା ନୁହେଁ। ପ୍ରତିବର୍ଷ ବିଭିନ୍ନ ଆଳ ଦେଖାଇ ଧାନ କଟନୀଛଟନୀ ହୋଇଥାଏ। କେତେବେଳେ ମଣ୍ଡିରେ ତ...

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ଆର୍‌ଡିଙ୍କ ଅଚାନକ କଲେଜ ପରିଦର୍ଶନ

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍‌ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...

୩ ଦିନ ହେଲା ଅଟକି ରହିଛି ଟ୍ରକ୍‌, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...

ସରପଞ୍ଚଙ୍କ ଘରୁ ଲୁଟ୍‌

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...

ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ ଘଟିଗଲା…

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...

ଗୋପୀନାଥ ମନ୍ଦିରରୁ ଚୋରି: ନେଇଗଲେ ଦିଅଙ୍କ ଅଳଙ୍କାର

ଗଜପତି,୯।୧୨(ଗିରିଧାରୀ ପରିଛା): ଆନ୍ଧ୍ରପ୍ରଦେଶ କତୁରୁ ମଡ଼ଲମରେ ଥିବା ଲିହୁରୀ ଗ୍ରାମ ଗୋପୀନାଥ ମନ୍ଦିରରୁ ଚୋରି ହୋଇଛି । ଦୁର୍ବୃତ୍ତମାନେ ଦିଅଙ୍କ ଅଳଙ୍କାର ସହ ମନ୍ଦିରରେ ଲାଗିଥିବା...

ବାଇକରେ ଫେରୁଥିବାବେଳେ ପୋଲ ତଳକୁ ଖସିପଡ଼ିଲେ ୨ ଜଣ: ଆଉ ତା’ପରେ…

ଓଡଗାଁ, ୯।୧୨(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓ ଆଦର୍ଶ ଥାନା ଗିରିଡିପଲ୍ଲୀରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ପଞ୍ଚାୟତ ଧଝୋଲା ଗ୍ରାମର ଫକୀର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri