ତାମିଲନାଡୁରେ ଅଟକିଥିବା ଶ୍ରମିକଙ୍କୁ ଫେରାଇବାକୁ ଉଦ୍ୟମ

ଭୁବନେଶ୍ୱର,୧।୫(ବ୍ୟୁରୋ): କରୋନା ସଂକ୍ରମଣ ପାଇଁ ଲକ୍‌ଡାଉନ ଜାରି ରହିଥିବାବେଳେ ଅନ୍ୟ ରାଜ୍ୟଗୁଡ଼ିକରେ ଫସିଥିବା ପ୍ରବାସୀ ଓଡ଼ିଆଙ୍କୁ ନେଇ ରାଜ୍ୟ ସରକାର ବିଶେଷ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି। ଅନ୍ୟ ରାଜ୍ୟରେ ଅଟକିଥିବା ଶ୍ରମିକମାନେ ଖାଇବା, ରହିବା ଏବଂ କାମ କରିବାର ସୁବିଧା ହରାଇବା ପରେ ପ୍ରତିକ୍ରିୟା ପ୍ରକାଶ କରୁଛନ୍ତି। ତେଣୁ ସେମାନଙ୍କୁ ଫେରାଇ ଆଣିବାକୁ ସରକାର ବିଭିନ୍ନ ରାଜ୍ୟ ସହ ଯୋଗାଯୋଗ କରିବା ଆରମ୍ଭ କରିଛନ୍ତି। ସେହି ଅନୁଯାୟୀ ତାମିଲନାଡୁରେ ରହୁଥିବା ଓଡ଼ିଆମାନଙ୍କୁ ଓଡ଼ିଶା ଫେରାଇ ଆଣିବା ଲାଗି ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଏ ସମ୍ପର୍କରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଇ.କେ. ପାଲାନିସାମୀଙ୍କ ସହ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଆଲୋଚନା କରିଛନ୍ତି। କିପରି ଓଡ଼ିଆ ଶ୍ରମିକ ଫେରିବେ ସେନେଇ ଆଲୋଚନା କରିଛନ୍ତି। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଭିଡିଓ କନଫରେନ୍ସିଂ ଜରିଆରେ ଯୋଗଦେଇଛନ୍ତି। କେନ୍ଦ୍ର ସରକାର ଏଥିଲାଗି ସହଯୋଗ ଯୋଗାଇ ଦିଅନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ଧର୍ମେନ୍ଦ୍ରଙ୍କୁ ଅନୁରୋଧ କରିଛନ୍ତି। ଲକ୍‌ଡାଉନ ଯୋଗୁ ତାମିଲନାଡୁରେ ଅଟକି ରହିଯାଇଥିବା ଓଡ଼ିଆ ଶ୍ରମିକମାନଙ୍କ ଉପଯୁକ୍ତ ଯତ୍ନ ନେଉଥିବାରୁ ମୁଖ୍ୟମନ୍ତ୍ରୀ ପାଲାନିସାମୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏହାସହିତ ରାଜ୍ୟକୁ ଫେରିବାକୁ ଚାହୁଁଥିବା ଶ୍ରମିକମାନେ ଯେପରି ସୁବିଧାରେ ଫେରିପାରିବେ ସେନେଇ ସହଯୋଗ କରିବାକୁ ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କୁ ସେ ଅନୁରୋଧ କରିଛନ୍ତି। ପାଲାନିସାମୀ ମଧ୍ୟ ଏ ଦିଗରେ ସବୁ ପ୍ରକାର ସହଯୋଗ ଯୋଗାଇଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି। ସେହିପରି ଚେନ୍ନାଇର ଗୁରୁ ନାନକ କଲେଜରେ କରାଯାଇଥିବା ଶିବିରରେ ରହିଥିବା ଓଡ଼ିଆମାନେ ଏହି ଅବସରରେ ନବୀନଙ୍କ ସହ ଭିଡିଓ କନ୍‌ଫରେନ୍ସିଂ ଜରିଆରେ କଥା ହୋଇଛନ୍ତି। ତାମିଲନାଡୁ ସରକାରଙ୍କ ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି। ଅନ୍ୟପଟେ ମୁଖ୍ୟମନ୍ତ୍ରୀଙ୍କ ବରିଷ୍ଠ ପରାମର୍ଶଦାତା ଆର୍‌.ବାଲ୍‌କ୍ରିଷ୍ଣନ ଏହି କାର୍ଯ୍ୟର ତଦାରଖ କରିବେ ବୋଲି ନବୀନ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?