ତାମ୍ପରାରେ ୱାଟର ସ୍ପୋଟର୍‌ସ ଶୁଭାରମ୍ଭ

ଛତ୍ରପୁର,୨ା୧୨(ଡି.ଏନ.ଏ)-ଛତ୍ରପୁର ଉପକଣ୍ଠ ହୁମ୍ମୁରୀ ତାମ୍ପରାରେ ରବିବାର ୱାଟର ସ୍ପୋଟର୍‌ସ ଶୁଭାରମ୍ଭ ହୋଇଛି। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏହାର ଶୁଭାରମ୍ଭ କରିବା ସହ ୱାଟର ସ୍ପୋଟର୍‌ସ କମ୍ପ୍ଲେକ୍ସ ଉଦ୍‌ଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବେ ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରଏ, ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା, ପୋଡାପଦର ସରପଞ୍ଚ ପୀତାମ୍ବର ପଣ୍ଡା ପ୍ରମୁଖ ଯୋଗ ଦେଇଥିଲେ। ରାଜ୍ୟ ସରକାରଙ୍କ ପର୍ଯ୍ୟଟନ ବିଭାଗ ପକ୍ଷରୁ ଅମରାବତୀ ବୋଟିଂ କ୍ଲବ ସହ ଏଠାରେ ୱାଟର ସ୍ପୋଟର୍‌ସ ପାଇଁ ଚୁକ୍ତି ହୋଇଛି।
ତାମ୍ପରାକୁ ଜିଲା, ରାଜ୍ୟ ତଥା ଦେଶ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପୂର୍ବରୁ ଏଠାରେ ଚାଲିଥିବା ବୋଟିଂ ବ୍ୟବସ୍ଥା ବନ୍ଦ ହୋଇଯାଇଥିବାରୁ ପର୍ଯ୍ୟଟକ ନିରାଶରେ ଫେରୁଥିଲେ। ତେଣୁ ପର୍ଯ୍ୟଟନର ବିକାଶ ଓ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ଏଠାରେ ୱାଟର ସ୍ପୋଟର୍‌ସ ବ୍ୟବସ୍ଥା ହୋଇଛି। ଅନ୍ୟପକ୍ଷରେ ଗଞ୍ଜାମ ଜିଲା ଉପକଣ୍ଠ ଖୋର୍ଦ୍ଧା ଜିଲା ବରକୁଳଠାରେ ଚିଲିକାରେ ଗତ ଅକ୍ଟୋବର ୨୪ ତାରିଖରୁ ଏହି ୱାଟର ସ୍ପୋଟର୍‌ସ ଆରମ୍ଭ ହୋଇଛି। ତାମ୍ପରାଠାରେ ଜାତୀୟ ଓ ଅନ୍ତର୍ଜାତୀୟସ୍ତରର ୱାଟର ସ୍ପୋଟର୍ସ ଟୁର୍ନାମେଣ୍ଟ ଆୟୋଜନ କରାଯିବ ବୋଲି ସୂଚନା ମିଳିଛି। ଅଲିମ୍ପିକ୍‌ ଆସୋସିଏଶନ, ସ୍ପୋର୍ଟସ ଅଥରିଟି ଅଫ୍‌ ଇଣ୍ଡିଆ ଓ ରୋଇଙ୍ଗ ଫେଡେରେଶନ ଅଫ୍‌ ଇଣ୍ଡିଆ ସହଯୋଗରେ ଅମରାବତୀ ବୋଟିଂ କ୍ଲବ୍‌ ଟୁର୍ନାମେଣ୍ଟ ଆୟୋଜନ କରିବ ବୋଲି ସୂଚନା ଦିଆଯାଇଛି। ଏଥିସହ ଏଠାରେ ଗଞ୍ଜାମ ଜିଲାର ସ୍ଥାନୀୟ ଯୁବକମାନଙ୍କୁ ଲାଇଫ୍‌ ଗାର୍ଡ ଓ ଲାଇଫ୍‌ ସେଭିଂ ତାଲିମ ପ୍ରଦାନ କରାଯିବ। ଏହାଫଳରେ ସ୍ଥାନୀୟ ଯୁବକ ମାନେ ବିଭିନ୍ନ ହୋଟେଲ, ରେସର୍ଟ, ସୁଇମିଂ କମ୍ପ୍ଲେକ୍ସରେ ନିଯୁକ୍ତି ପାଇପାରିବେ। ଭାରତ ସରକାରଙ୍କ ଦ୍ୱାରା ମାନ୍ୟତାପ୍ରାପ୍ତ ବୋଟ୍‌ ପାୱାର୍‌ ଡ୍ରାଇଭର୍ସ ନିଯୁକ୍ତି କରାଯାଇଛି। ୱାଟର ସ୍ପୋଟ୍ସର୍ର୍ ଦାୟିତ୍ୱରେ ଥିବା ସଂସ୍ଥାର ଶ୍ରୀଧର ରେଡ୍ଡୀ, ତରୁଣ କାକାନି, ସୁଧାକର ବେରିଗା ପ୍ରମୁଖ ଉପସ୍ଥିତ ଥିଲେ। ବୋଟିଂ ପାଇଁ ନିର୍ଦ୍ଧାରିତ ଦରକୁ ଅଧା କରିବାକୁ ପୋଡାପଦର ସରପଞ୍ଚ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

ନୂତନ ସରକାରୀ ଓକିଲ ନିଯୁକ୍ତି: ଭଞ୍ଜନଗର-ଜଗନ୍ନାଥପ୍ରସାଦ କୋର୍ଟରେ ୧୪ ଜଣ ନିଯୁକ୍ତ,ଜାଣନ୍ତୁ… 

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଭାଜପା କ୍ଷମତାକୁ ଆସିବା ପରେ ଗଞ୍ଜାମ ଜିଲାରେ ସରକାରୀ ଓକିଲ ତାଲିକା ତୁରନ୍ତ ବଦଳିବ ବୋଲି ଆଶା କରାଯାଉଥିଲା। କିନ୍ତୁ ବିଭିନ୍ନ କାରଣ ଯୋଗୁ...

ପୁରୁଷୋତ୍ତମପୁରରେ ବିଜୁ ଜନତା ଦଳ ପ୍ରତିଷ୍ଠା ଦିବସ ପାଳିତ; କର୍ମୀମାନେ ଏକତ୍ରିତ ହୋଇ…

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଏବଂ ଏନ୍‌ଏସି ପକ୍ଷରୁ ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି l ଏଥିରେ ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀର...

ଦିଗପହଣ୍ଡିରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ପାଳିତ, ବାଇକ୍‌ ଶୋଭାଯାତ୍ରା ସହ…

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ବିଜେଡ଼ି ବ୍ଲକ ଓ ନଗର କମିଟି...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ: ଯୋଗଦେବେ ୫୦ ହଜାରରୁ ଉର୍ଦ୍ଧ୍ୱ କର୍ମକର୍ତ୍ତା

ଭଞ୍ଜନଗର,୨୬/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗୀ ଠାରେ ଶୁକ୍ରବାର ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ ହୋଇଯାଇଛି । ଏହା ରବିବାର ପର୍ଯ୍ୟନ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri