ତାରାତାରିଣୀ ପୀଠର ଉନ୍ନୟନ କାର୍ଯ୍ୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ

ପୁରୁଷୋତ୍ତମପୁର,୧୦।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀ ପୀଠର ବିକାଶ ଲାଗି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଏ ସମ୍ପର୍କରେ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବ ଦିଲୀପ କୁମାର ମହାନ୍ତି ସମୀକ୍ଷା କରିଛନ୍ତି। ସେ ମନ୍ଦିରର ଚାରିପଟେ ବୁଲି ଦେଖିବା ସହ କିଭଳି ବିଭିନ୍ନ ଉନ୍ନୟନ କାର୍ଯ୍ୟ, ମନ୍ଦିରର ସୌନ୍ଦର୍ଯ୍ୟ ବୃଦ୍ଧି, ପର୍ଯ୍ୟଟକଙ୍କ ସମସ୍ତ ପ୍ରକାରର ସୁବିଧା ହୋଇପାରିବ ସେନେଇ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଓ ପୂଜକ ବାପୁଜୀ ରଣାଙ୍କ ସମେତ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ଏହି ସମୟରେ ଛତ୍ରପୁର ଉପ ଜିଲାପାଳ ପ୍ରିୟରଞ୍ଜନ ପୃଷ୍ଟି , ପୁରୁଷୋତ୍ତମପୁର ବିଡିଓ ସୀମାଞ୍ଚଳ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ରାକ୍ଷୀ ପାଇଁ ସହର ଭିଡ଼: ମିଠା ଦେକାନରେ ଚାଲିଛି ପ୍ରସ୍ତୁତି

କେସିଙ୍ଗା,୨୭।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରଠାରୁ ଗ୍ରାମାଞ୍ଚଳରେ ଆସନ୍ତା କାଲି ଶୁକ୍ରବାର ରାକ୍ଷୀ ପାଳନ କରାଯିବ। ସେଥିପାଇଁ ସହରର ବିଭିନ୍ନ ଛକ, ଜାତୀୟ ରାଜପଥ ୨୬…

ପୁଣି ଆସିବ ପ୍ରଳୟ! ଶେଷ ହୋଇନି ନେପାଳବାସୀଙ୍କ ଦୁର୍ଦ୍ଦଶା, ବଡ଼ ଆକଳନ କଲେଣି ବିଶେଷଜ୍ଞ

କାଠମାଣ୍ଡୁ,୨୭।୮: ନେପାଳରେ ବନ୍ୟା ହଜାର ହଜାର ଲୋକଙ୍କୁ ପ୍ରଭାବିତ କରିଛି; ଏପର୍ଯ୍ୟନ୍ତ ୧୬୦ ଜଣଙ୍କ ଜୀବନ ଯାଇଛି ଏବଂ ଶହ ଶହ ଲୋକ ନିଖୋଜ ଅଛନ୍ତି। ଗୁରୁତ୍ୱପୂର୍ଣ୍ଣ…

ସେପ୍ଟେମ୍ବର ୨୦୨୬ ମାସିକ ରାଶିଫଳ: ବଦଳିବ ଏହି ରାଶିଙ୍କ ଭାଗ୍ୟ, ଜାଣନ୍ତୁ ୧୨ ରାଶି ପାଇଁ କେମିତି ରହିବ ମାସ

ଜ୍ୟୋତିଷ ଦୃଷ୍ଟିରୁ ସେପ୍ଟେମ୍ବର ୨୦୨୬ ଏକ ଗୁରୁତ୍ୱପୂର୍ଣ୍ଣ ମାସ ହେବାକୁ ଯାଉଛି। ଏହି ମାସରେ ଅନେକ ପ୍ରମୁଖ ଗ୍ରହ ରାଶି ପରିବର୍ତ୍ତନ କରିବେ। ଏହାର ପ୍ରଭାବ ୧୨ଟି…

ମୋଦିଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ମାନସମନ୍ଥନ: ୭୦+ ମନ୍ତ୍ରୀଙ୍କ କଟିବ ପତ୍ତା! ଯୁବ-ମହିଳାଙ୍କୁ ମିଳିବ…

ନୂଆଦିଲ୍ଲୀ,୨୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳରେ ଖୁବଶୀଘ୍ର ବଡ଼ ପରିବର୍ତ୍ତନ ହୋଇପାରେ। ସମ୍ଭାବ୍ୟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣରେ ଯୁବ ଓ ମହିଳାଙ୍କୁ ଅଧିକ ସ୍ଥାନ ଦେବା ଉପରେ ଗୁରୁତ୍ୱ…

ନେପାଳ ବନ୍ୟାରେ ଫସି ରହିଥିବା ଭାରତୀୟଙ୍କ ପାଇଁ MEA ଜାରି କଲା ହେଲପ ଲାଇନ

ନୂଆଦିଲ୍ଲୀ,୨୭।୮: ବୁଧବାର ନେପାଳର ରାସୁୱା ଜିଲାର ତିବ୍ଦତ ସୀମା ନିକଟରେ ହଠାତ ବନ୍ୟା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ରିପୋର୍ଟ ଅନୁଯାୟୀ ଏବେ ପର୍ଯ୍ୟନ୍ତ ଅତି କମରେ…

ଧନିଷ୍ଠା ନକ୍ଷତ୍ରର ସଂଯୋଗରେ ଚମକିବ ଭାଗ୍ୟ: ମିଥୁନ, ସିଂହ ସମେତ ଏହି ରାଶି ହେବେ ମାଲାମାଲ!

୨୭ ଅଗଷ୍ଟ ଗୁରୁବାର ଦିନ ଗ୍ରହ-ନକ୍ଷତ୍ରର ସ୍ଥିତି ଅନେକ ରାଶି ପାଇଁ ଶୁଭ ଫଳ ଆଣିବ। ଚନ୍ଦ୍ରମା ଧନିଷ୍ଠା ନକ୍ଷତ୍ର ଦେଇ ମକରରୁ କୁମ୍ଭ ରାଶିକୁ ପ୍ରବେଶ…

ବାଇକ-ବଳଦ ମୁହାଁମୁହିଁ ଧକ୍କା: ଯୁବକ ଗୁରୁତର, ଘଟଣାସ୍ଥଳରେ ବଳଦର ମୃତ୍ୟ

ଥୁଆମୂଳ ରାମପୁର, ୨୭।୮ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର-ଭବାନୀପାଟଣା ରାସ୍ତାର କୃଷି କାର୍ଯ୍ୟାଳୟ ନିକଟସ୍ଥ ସ୍କିଲ ଡେଭଲପମେଣ୍ଟ ଟ୍ରେନିଂ ସେଣ୍ଟର ନିକଟରେ ବୁଧବାର ସା ପ୍ରାୟ ୬ଟା…

କୋଟାରେ ପୁଣି ଏନ୍‌ଇଇଟି ଆଶାୟୀଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ,୨୭ା୮: ଦେଶର ଅନ୍ୟତମ ପ୍ରତିଯୋଗିତାମୂଳକ କୋଚିଂ ସହର ରାଜସ୍ଥାନ କୋଟାରେ ଆଉ ଜଣେ ୨୦ବର୍ଷୀୟ ଏନ୍‌ଇଇଟି ଆଶାୟୀ ଆତ୍ମହତ୍ୟା କରିଛନ୍ତି। ଅତ୍ୟଧିକ ପାଠ ଚାପ ଏବଂ ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri