ତାଲା ପକାଇ ବେପାର

ଢେଙ୍କାନାଳ ଅଫିସ, ୨୯।୫ – ଢେଙ୍କାନାଳ ଜିଲାରେ ଲକ୍‌ଡାଉନ୍‌ ନିୟମକୁ ଖୋଲାଖୋଲି ଉଲ୍ଲଂଘନ କରାଯାଇ ମଦ କାରବାର ଚାଲିଛି। ଦୋକାନ ଆଗପଟେ ଶଟର ପକାଇ ପଛପଟେ ବେପାର କରୁଛନ୍ତି ବ୍ୟବସାୟୀ। ଅନ୍‌ଲାଇନ୍‌ ପରିବର୍ତ୍ତେ ଅଫ୍‌ଲାଇନ୍‌ରେ ଏପରି କାରବାର ଚଳାଇଥିବା ଅଭିଯୋଗ ହୋଇଛି। କେତେଜଣ ବୁଦ୍ଧିଜୀବୀ ଏ ନେଇ ଅବକାରୀ ବିଭାଗର ଦୃଷ୍ଟି ଆକର୍ଷଣ କରିଥିଲେ ମଧ୍ୟ ଏହାକୁ ଗୁରୁତ୍ୱ ଦିଆଯାଇ ନ ଥିଲା। ଘଟଣା ପ୍ରଘଟ ହେବା ପରେ ଗୁରୁବାର ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଏହାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି।
ଜିଲାରେ ୩୯ ଅଫ୍‌ଶପ୍‌, ୮ ବାର ଏବଂ ପାର୍ଲର ରହିଛି। ଅନ୍‌ଲାଇନରେ ବିକ୍ରି ପାଇଁ ୨୩ ଅନଶପ୍‌ ଏବଂ ୭ଟି ବାରକୁ ଅନୁମତି ମିଳିଛି। ତେବେ କେତେକ ବ୍ୟବସାୟୀ ଦୋକାନ ପଛପଟେ ଅଫ୍‌ଲାଇନ୍‌ରେ ବ୍ୟବସାୟ କରୁଛନ୍ତି। ସୂଚନା ଥିବା ସତ୍ତ୍ୱେ ଅବକାରୀ ବିଭାଗ ଅଧିକାରୀ ଏହାକୁ ଘଣ୍ଟ ଘୋଡ଼ାଇବାକୁ ଉଦ୍ୟମ କରୁଥିଲେ। ଏ ସମ୍ପର୍କରେ ସୂଚନା ପାଇ ଜିଲାପାଳ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚତ୍ ଏପରି ବେଆଇନ କାରବାରକୁ ପ୍ରଶ୍ରୟ ନ ଦେବାକୁ ଅବକାରୀ ଅଧୀକ୍ଷକଙ୍କୁ ତାଗିଦ କରିଥିଲେ। ଏଥିସହ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପଟେ ଅବକାରୀ ବିଭାଗ ଏବଂ ମଦ ବ୍ୟବସାୟୀଙ୍କ ମଧ୍ୟରେ ସଲାସୁତରାରେ ଏପରି କାର୍ଯ୍ୟ ଚାଲିଥିବା ସହରରେ ଚର୍ଚ୍ଚା ହେଉଛି। ଏ ସଂକ୍ରାନ୍ତରେ ଅବକାରୀ ଅଧୀକ୍ଷକ ମନୋଜ କୁମାର ସେଠୀ କୁହନ୍ତି, ମଦବିକ୍ରି ଆରମ୍ଭ ହେବାର ୩ ଦିନ ମଧ୍ୟରେ ୨,୧୪୬ ଅର୍ଡର ମିଳିଥିଲା। ତଦନୁଯାୟୀ ୨,୪୩୦ ଲିଟର ବିଦେଶୀ ଏବଂ ୨୩୩୦ ଲିଟର ବିଅର ବିକ୍ରି ହୋଇଛି। କେତେକ ସ୍ଥାନରେ ଅନ୍‌ଲାଇନ ଅର୍ଡରରେ ହୋମ ଡେଲିଭରି ଦେବାକୁ ଯାଉଥିବା ଦୋକାନ କର୍ମଚାରୀଙ୍କୁ ଆକ୍ରମଣ କରାଯାଇ ମଦ ଛଡାଇ ନିଆଯାଇଥିବା ନଜରକୁ ଆସିଛି। ଏହାକୁ ନେଇ ମଦ ବ୍ୟବସାୟୀମାନେ ଭୟଭୀତ ଥିବା ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

ରକ୍ତରେ ଭିଜିଲା ସପ୍ତାମାତୃକା ଶୈବପୀଠ, ଶହ ଶହ ପଶୁପକ୍ଷୀଙ୍କୁ ଦିଆଗଲା ବଳି

ତୁଣ୍ଡଲା,୧୭।୨(ଫିରୋଜ କୁମାର ଦାଶ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକ ବେଲଖଣ୍ଡି ସ୍ଥିତ ତେଲ ଓ ଉତେଇ ନଦୀର ସଙ୍ଗମରେ ଥିବା ସର୍ବପୁରାତନ ତଥା ଐତିହାସିକ ସପ୍ତମାତୃକା ଶୈବପୀଠ…

ଥୁଆମୂଳ ରାମପୁର: DMF ପାଣ୍ଠି ପାଇଁ ବିଡିଓଙ୍କୁ ସ୍ମାରକପତ୍ର

ଥୁଆମୂଳ ରାମପୁର,୧୭।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକକୁ ସମ୍ପୂର୍ଣ୍ଣ ଭାବେ ଜିଲା ଖଣିଜ ପ୍ରତିଷ୍ଠାନ (DMF) ପାଣ୍ଠିରେ ଅନ୍ତର୍ଭୁକ୍ତ କରିବା ସହ ସରପଞ୍ଚମାନଙ୍କୁ କ୍ଷମତା…

ପୂର୍ବତନ ବିଧାୟକଙ୍କ ବିବାଦୀୟ ଫାର୍ମ ହାଉସରେ ମାପଚୁପ ଆରମ୍ଭ, ଜବରଦଖଲ ଅଭିଯୋଗରେ ହୋଇଥିଲା ନୋଟିସ

ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ଗ୍ରାମପଞ୍ଚାୟତସ୍ଥିତ ପନ୍ତୁରୀ ଠାରେ ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତ ରାୟଙ୍କ ଫାର୍ମହାଉସରେ ଆରମ୍ଭ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri