ତାଲା ଭାଙ୍ଗି ଦୋକାନରୁ ନେଇଗଲେ ଏଲ୍‌ଇଡି ଟିଭି: ସାଇଣ୍ଟିଫିକ୍‌ ଟିମର ତଦନ୍ତ

ଗୋପାଳପୁର,୪ା୬-ବେଶ କିଛିଦିନର ନୀରବତା ପରେ ପୁଣି ସକ୍ରିୟ ହୋଇପଡ଼ିଛନ୍ତି ଲୁଟେରାମାନେ। ବୁଧବାର ରାତିରେ ଗୋପାଳପୁର ଥାନା କରାପଲ୍ଲୀ ସାହୁ ଏଣ୍ଟରପ୍ରାଇଜେସ୍‌ ଦୋକାନର ତାଲା ଭାଙ୍ଗି ଲୁଟେରାମାନେ ସାମଗ୍ରୀ ଚୋରି କରିଥିବା ଜଣାପଡ଼ିଛି। ଏ ନେଇ ଗୋପାଳପୁର ଥାନାରେ କେସ ନଂ. ୭୭/୨୦ରେ ମାମଲା ରୁଜୁ କରି ପୋଲିସ ତଦନ୍ତ ଚଳାଇଛି।
ଘଟଣାରୁ ପ୍ରକାଶ, ମାନିନି ସାହୁ କରାପଲ୍ଲୀ ଛକ ନିକଟରେ ସାହୁ ଏଣ୍ଟରପ୍ରାଇଜେସ୍‌ ଦୋକାନ କରିଛନ୍ତି। ସେଠାରେ ମାନିନି ଜଣେ କର୍ମଚାରୀଙ୍କୁ ରଖି ବୁଝାସୁଝା କରୁଥିଲେ। ବୁଧବାର ରାତିରେ କର୍ମଚାରୀ ଜଣକ ଦୋକାନ ବନ୍ଦ କରି ଘରକୁ ଫେରିଥିଲେ। ମଧ୍ୟରାତ୍ରରେ ଲୁଟେରାମାନେ ଦୋକାନ ସମ୍ମୁଖରେ ଥିବା ଲାଇଟକୁ ବନ୍ଦ କରି ସଟର ଓ ଚାବିକୁ ତାଡ଼ି ଭିତରକୁ ପଶିଥିଲେ। ଦୋକାନରେ ଥିବା ବଡ଼ ଏଲଇଡି ଟିଭି, ୬ଟି ନୂତନ ଫ୍ୟାନ ଓ ଅନ୍ୟ ସାମଗ୍ରୀ ଲୁଟି ନେଇ ପଲାଇଥିଲେ। ଏ ନେଇ ଗୁରୁବାର ସକାଳେ ମାନିନି ଖବରପାଇ ଦୋକାନ ନିକଟକୁ ଆସି ଚୋରି ହୋଇଥିବା ଜାଣିବାକୁ ପାଇଥିଲେ। ଖବର ପାଇ ଗୋପାଳପୁର ଥାନାଧିକାରୀ ବିବେକାନନ୍ଦ ମହନ୍ତ, ଭଞ୍ଜବିହାର ଫାଣ୍ଡି ଅଧିକାରୀ ଏ. ଶଙ୍କର ରାଓ, ସାଇଣ୍ଟିଫିକ୍‌ ଟିମ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଚଳାଇଥିଲେ। ଦୋକାନ ପାର୍ଶ୍ୱରେ ଥିବା ସିସି ଫୁଟେଜ୍‌ ଯାଞ୍ଚ କରାଯାଇ ଲୁଟେରାମାନଙ୍କୁ ଖୁବଶିଘ୍ର କାବୁ କରାଯିବ ବୋଲି ଥାନା ସୂତ୍ରରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ରେଳ ଷ୍ଟେଶନରୁ ନାବାଳକ ଚାଲାଣ ବେଳେ ଧରିଲା ପ୍ରଶାସନ: ୪ ଉଦ୍ଧାର, ୨ ଦଲାଲ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ପରିସରରୁ ଏକ ବଡ଼ ଧରଣର ନାବାଳକ ଚାଲାଣ ଉଦ୍ୟମକୁ ପଣ୍ଡ କରିଛି ପ୍ରଶାସନ। ଜିଲା…

ବିରଳ ମୃତ୍ତିକା ସନ୍ଧାନରେ ବୃକ୍ଷହୀନ ହେଉଛି ତାମ୍ପରା-ବଙ୍ଗୋପସାଗର ମଧ୍ୟସ୍ଥ ଅରଣ୍ୟ, ଛତ୍ରପୁର ସହର ପ୍ରତି…

ଛତ୍ରପୁର,୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ବଙ୍ଗୋପସାଗର କୂଳ ଲଙ୍ଘିବା ଘଟଣାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଏବେ ଛତ୍ରପୁର ପୌରପରିଷଦର ପ୍ରାଣବିନ୍ଦୁ କୁହାଯାଉଥିବା ପ୍ରସିଦ୍ଧ…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ପ୍ରଶାସନର କଡ଼ା ଆଭିମୁଖ୍ୟ: ଦିଗପହଣ୍ଡି ନୂଆ ବସଷ୍ଟାଣ୍ଡକୁ ଗଲା ସରକାରୀ ଓ ବେସରକାରୀ ବସ୍

ଦିଗପହଣ୍ଡି, ୭।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରମୁଖ ବାଣିଜ୍ୟିକ କେନ୍ଦ୍ର ଦିଗପହଣ୍ଡି ସହରରେ ଦୀର୍ଘ ଦିନ ଧରି ଲାଗି ରହିଥିବା ଟ୍ରାଫିକ ସମସ୍ୟାର ସମାଧାନ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri