ତାଲିବାନ ସହିତ ଆମେରିକା ଶାନ୍ତିଚୁକ୍ତି: ବଢ଼ିବ ଭାରତର ସମସ୍ୟା; ପାକିସ୍ତାନ ପାଇଁ ସୁଯୋଗ

ଓ୍ବାଶିଂଟନ,୨୨।୨: ଆମେରିକା ଆଫଗାନିସ୍ତାନ ଆତଙ୍କବାଦୀ ସଂଗଠନ ତାଲିବାନ ସହିତ ଶାନ୍ତିଚୁକ୍ତିି କରିବା ଲାଗି ଯୋଜନା କରିଛି। ଫେବୃୟାରୀ ୨୯ରେ ଏହି ଚୁକ୍ତି ହେବ ବୋଲି କୁହାଯାଉଛି। ଇତିମଧ୍ୟରେ ଫେବୃୟାରୀ ୨୨ଠାରୁ ସଙ୍ଘର୍ଷ ବିରାମ ଆରମ୍ଭ ହୋଇଥିବା ଆଫଗାନିସ୍ତାନ ରାଷ୍ଟ୍ରୀୟ ସୁରକ୍ଷା ସମିତି ପ୍ରବକ୍ତା ଜାବେଦ୍‌ ଫୈସଲ ସୂଚନା ଦେଇଛନ୍ତି। ଆମେରିକା ସୈନ୍ୟ ଏବଂ ତାଲିବାନ ମଧ୍ୟରେ କ୍ରମାଗତ ହିଂସା କମିବାରେ ଲାଗିଥିବା ସେ କହିଛନ୍ତି। ତେବେ ଏହି ଶାନ୍ତିଚୁକ୍ତି ଦ୍ୱାରା ଭାରତର ସମସ୍ୟା ବଢ଼ିବ ବୋଲି ଆନୁମାନ କରାଯାଉଛି। ତାଲିବାନ ଯୋଗୁ ଆଫଗାନିସ୍ତାନର ନବନିର୍ବାଚିତ ସରକାରଙ୍କ ପାଇଁ ସଙ୍କଟ ସୃଷ୍ଟି ହେବାର ଆଶଙ୍କା ରହିଛି। ଏଭଳି ହେଲେ ଭାରତର କେତେକ ପରିଯୋଜନା ପ୍ରଭାବିତ ହେବ। ଫଳରେ ପଶ୍ଚିମ ଏସିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ କାର୍ଯ୍ୟଧାରାରେ ବାଧା ଉତ୍ପନ୍ନ ହେବାର ଆଶଙ୍କା ରହିବ। ଅପରପକ୍ଷରେ ଶାନ୍ତିଚୁକ୍ତି ଯୋଗୁ ଆମେରିକା ସୈନ୍ୟ ଆଫଗାନିସ୍ତାନରୁ ସ୍ବଦେଶ ଫେରିବା ଆରମ୍ଭ କରିବେ। ଏହା ପାକିସ୍ତାନ ଲାଗି ନୂଆ ସୁଯୋଗ ସୃଷ୍ଟି କରିବ। ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ତାଲିବାନ ସହାୟତାରେ ସହଜରେ ଭାରତରେ ଆତଙ୍କବାଦୀ ଅନୁପ୍ରବେଶ କାର୍ଯ୍ୟ ଜାରି ରଖିବାକୁ ସକ୍ଷମ ହେବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବେଲଗୁଣ୍ଠାରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି, ୪ ଜଣଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ…

କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ

କଳିଙ୍ଗନଗର,୧୩।୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ କରିଛି…

ଆମେରିକାର ଧମକରେ ଚିହିଁକି ଉଠିଲା ଚାଇନା, କହିଲା ଆମ ପାଇଁ ସବୁବେଳେ ହର୍ମୁଜ…

ବେଜିଂ,୧୩ା୪: ଇସଲାମାବାଦରେ ୨୧ ଘଣ୍ଟା ଧରି ଚାଲିଥିବା ମାରାଥନ ବୈଠକରେ କୌଣସି ସମାଧାନର ବାଟ ବାହାରିପାରିଲା ନାହିଁ। ଫଳରେ ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି…

ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି

ଖଜୁରିରେ ଫାଇବର୍‌, କ୍ୟାଲ୍‌ସିୟମ୍‌ ଏବଂ ମ୍ୟାଗ୍ନେସିୟମ୍‌ ଆଦି ପ୍ରଚୁର ପରିମାଣରେ ଭରି ରହିଛି। ଖଜୁରିକୁ ଆମେ ସବୁ ସମୟରେ ଖାଇପାରିବା, କିନ୍ତୁ ମୁଖ୍ୟତଃ ଏହାକୁ ସକାଳ ଜଳଖିଆ…

ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଜଳିଗଲା ବୁଲେଟ୍, କେମିତି ଲାଗିଲା ନିଆଁ?

ବଲାଙ୍ଗୀର,୧୩।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଅଭାବନୀୟ ଘଟଣା । ଜଣେ ଓକିଲ ତାଙ୍କ ବୁଲେଟ୍ ରଖି ରେକର୍ଡ ରୁମକୁ ଯାଇଥିବା ବେଳେ ହଠାତ୍…

ମହିଳାଙ୍କୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଅପେକ୍ଷାର ଅନ୍ତ ହେବାକୁ…

ନୂଆଦିଲ୍ଲୀ,୧୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ନାରୀ ଶକ୍ତି ବନ୍ଦନ ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଦେଶର ବିକାଶ ଯାତ୍ରାର ଏହି ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ…

ଅପମାନିତ ପରେ ମନ ବୁଝିଲାନି, ପୁଣି ଥରେ ଆମେରିକା-ଇରାନ ମଧ୍ୟରେ ଆଲୋଚନା ପାଇଁ ପାକିସ୍ତାନ…

ଇସଲାମାବାଦ,୧୩ା୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ବିଫଳ ହେବା ପରେ, ପାକିସ୍ତାନ ଦୁଇ ଦେଶକୁ ଆଲୋଚନା ଟେବୁଲକୁ ଫେରାଇ ଆଣିବା ପାଇଁ…

ଶାନ୍ତି ଆଲୋଚନା ବାଟବଣା ହେବା ବେଳେ, ଆକ୍ରମଣାତ୍ମକ ମନୋଭାବ ଗ୍ରହଣ କରିଛନ୍ତି ଟ୍ରମ୍ପ

ଓ୍ବାଶିଂଟନ,୧୩।୪: ପାକିସ୍ତାନରେ ଆମେରିକା-ଇରାନ ‘ଶାନ୍ତି ଆଲୋଚନା’ ବିଫଳ ହୋଇଛି। ଇରାନ ଆମେରିକୀୟ ପ୍ରସ୍ତାବକୁ ଗ୍ରହଣ କରିବାକୁ ମନା କରିଛି। ଫଳସ୍ବରୂପ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri