ତାଳଚେର ବିଧାୟକଙ୍କ କାର ପୋଡ଼ି ଘଟଣା: ବିଜେଡି ପକ୍ଷରୁ ଆଉ ଏକ ଏତଲା

ତାଳଚେର,୧୦ା୧୨(ନି.ପ୍ର.)- ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନଙ୍କ ଗାଡ଼ି ପୋଡ଼ି ଘଟଣାରେ ସମ୍ପୃକ୍ତି ସନ୍ଦେହରେ ଜନୈକ ଯୁବକଙ୍କ ନାମରେ ମଙ୍ଗଳବାର ବିକ୍ରମପୁର ଥାନାରେ ବିଜେଡି ଯୁବ ନେତା ମନୋଜ ସାହୁ ଏତଲା ଦେଇଛନ୍ତି। ଅଭିଯୋଗରେ ଦର୍ଶାଯାଇଛି ଯେ, ସମ୍ପୃକ୍ତ ଯୁବକ ଜଣକ ଗତ ୪ ତାରିଖରେ ନିଜ ଫେସବୁକ୍‌ ଆକାଉଣ୍ଟରେ ବିଧାୟକ ଏବଂ ଉକ୍ତ କାର୍‌ ସମ୍ପର୍କରେ କିଛି ଟିପ୍ପଣୀ ଦେଇଥିଲେ। ଏହା ବିଧାୟକଙ୍କ ସମ୍ମାନ ହାନି କରୁଥିବା ବେଳେ ଉକ୍ତ ପୋଷ୍ଟର ମାତ୍ର ୩ ଦିନ ପରେ ଗାଡ଼ି ପୋଡ଼ି ଦିଆଯାଇଥିବାରୁ ଘଟଣାରେ ସମ୍ପୃକ୍ତ ଯୁବକଙ୍କ ହାତ ଥାଇପାରେ ବୋଲି ସନ୍ଦେହ କରାଯାଇଛି। ଏଣୁ ଏହାର ଉପଯୁକ୍ତ ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମନୋଜ ଦାବି କରିଛନ୍ତି। ଅପରପକ୍ଷେ ଅଭିଯୁକ୍ତ ଯୁବକ କାର୍‌ ପୋଡ଼ା ଘଟଣାରେ ତାଙ୍କ ସମ୍ପୃକ୍ତି ଅଭିଯୋଗକୁ ଅସ୍ବୀକାର କରିବା ସହ ତାଙ୍କ ବିରୋଧରେ ଏତଲା ଘଟଣାକୁ ନେଇ ସେ ଆଶ୍ଚର୍ଯ୍ୟ ପ୍ରକଟ କରିଛନ୍ତି। ଏ ନେଇ ଥାନା ଆଇଆଇସି ଧୂଳେଶ୍ୱର ନାୟକ କହିଛନ୍ତି, ଅଭିଯୋଗ ମିଳିଛି। ଏହା ଉପରେ ତଦନ୍ତ ଜାରି ରହିଛି। ଯେହେତୁ କାର ପୋଡ଼ି ଘଟଣାରେ ଗୋଟିଏ ମାମଲା ରୁଜୁ କରାଯାଇଛି, ତେଣୁ ଆଉ ଏକ ମାମଲା ରୁଜୁ କରାଯିବା ଆବଶକ ନୁହେଁ ବୋଲି ଆଇଆଇସି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘାଇରେ ଭାସୁଛି ମୃତଦେହ: ଚନ୍ଦ୍ରଗିରିରେ ଚାଞ୍ଚଲ୍ୟ

ମୋହନା,୯।୫( ମନ୍ମଥ ମିଶ୍ର ): ଅଜଣା ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଶଗଡ଼ା…

ଭଗ୍ନାବସ୍ଥାରେ ପଡ଼ିରହିଛି ବୌଦ୍ଧ ମୂର୍ତ୍ତି: ସୌନ୍ଦର୍ଯ୍ୟକରଣ ପୁନରୁଦ୍ଧାର ଅପେକ୍ଷାରେ ଛତ୍ରପୁର ପୌରପରିଷଦ

ଛତ୍ରପୁର,୯ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରମୁଖ ସହର ତଥା ସଦରମହକୁମା ଛତ୍ରପୁରଠାରେ ଦୀର୍ଘବର୍ଷ ପୂର୍ବରୁ ସମ୍ପୂର୍ଣ୍ଣ ହୋଇଥିଲା ଅନେକ ସୌନ୍ଦର୍ଯ୍ୟକରଣ ପ୍ରକଳ୍ପ। ୨୦୧୩ ‘ଫାଇଲିନ’ ମହାବାତ୍ୟା…

ବିପୁଳ ପରିମାଣର ଗଞ୍ଜେଇ ଜବତ: ଏକାବେଳକେ ସ୍ବାମୀଙ୍କ ସହ ୨ ସ୍ତ୍ରୀଙ୍କୁ ମାଡ଼ିବସିଲା ପୋଲିସ…

ପଦ୍ମପୁର ,୮।୫ (ପ୍ରଦୀପ୍ତ ଦାଶ ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଜଗଦଳପୁର ଥାନା ପୋଲିସକୁ ପୁଣି ଏକ ବଡ଼ ସଫଳତା ମିଳିଛି। ଗତ ୪ଦିନ…

ରାଜସ୍ବ କର୍ମଚାରୀଙ୍କୁ ଗାଳିଗୁଲଜ, ଜଣଙ୍କୁ ବାନ୍ଧିଲା ପୋଲିସ

ହାଟଡିହୀ/ଛେନାପଦୀ,୯ା୫(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ରାଜସ୍ବ କର୍ମଚାରୀଙ୍କୁ ଗାଳିଗୁଲଜ ଏବଂ ଧମକ ଦେବା ଘଟଣାରେ ପୋଲିସ ଶନିବାର ଜଣକୁ ଗିରଫ କରିଛି l…

ଭଞ୍ଜନଗରରେ ଜାତୀୟ ଲୋକ ଅଦାଲତ: ୧୯୮ ମାମଲାର ସମାଧାନ, ଆଦାୟ ହେଲା ଏତିକି ଟଙ୍କା…

ଭଞ୍ଜନଗର,୯ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସିଭିଲ କୋର୍ଟ ପରିସରରେ ଶନିବାର ଚଳିତ ବର୍ଷର ଦ୍ୱିତୀୟ ଜାତୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗରର ଅତିରିକ୍ତ ଜିଲା…

ବାଣନଇରେ ପିଇବାକୁ ନାହିଁ ପାଣି; ରାସ୍ତାରୋକୋ କହିଲେ ମହିଳା, ବୋରୱେଲ ଖୋଳିବାକୁ ନିର୍ଦ୍ଦେଶ ଦେଲେ ବିଧାୟକ

ପୁରୁଷୋତ୍ତମପୁର,୯।୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଗ୍ରାମ୍ଯ ଜଳଯୋଗାଣ ବିଭାଗୀୟ ଅଧିକାରୀଙ୍କ ଖେଳ ଲୋକଙ୍କ ପାଇଁ କାଳ ସାଜିଛି । ଫଳରେ ବଡଖରିଡା ପଞ୍ଚାୟତର ବାଣନଇରେ…

ଜାହାଜରୁ ତେଲ ନେଇ ସମୁଦ୍ରରେ ଯାଉଥିଲା ଡଙ୍ଗା, ଧରିଲା ପାଟ୍ରୋଲିଂ ପୋଲିସ, ଡଙ୍ଗାରୁ ଡେଇଁ…

ପାରାଦୀପ,୯ା୫(ଶରତ ରାଉତ): ପାରାଦୀପ ସାମୁଦ୍ରିକ ଥାନା ପୋଲିସ ଶନିବାର ଏକ ଚୋରା ତେଲ ଡଙ୍ଗା ଜବତ କରିଛି। ଉକ୍ତ ଡଙ୍ଗାରେ ପ୍ରାୟ ୫ ହଜାରରୁ ଅଧିକ ଲିଟର…

ଚେକ୍‌ ବାଉନ୍ସ ମାମଲା: ଦୁଇଗୁଣା ଅର୍ଥ ଦେବାକୁ ନିର୍ଦ୍ଦେଶ ଦେଇ କୋର୍ଟ କହିଲେ ଅଭିଯୁକ୍ତଙ୍କୁ…

ଭଞ୍ଜନଗର,୯ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି ଭିୟେନା ନାୟକ ଏକ ଚେକ୍‌ ବାଉନ୍ସ ମାମଲା ବିଚାର କରି ଅଭିଯୁକ୍ତ ରଞ୍ଜନ ସ୍ବାଇଁଙ୍କୁ ଏକ ବର୍ଷ କାରାଦଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri