ତାଳଚେରରେ ସୁଧୁରୁନି ବିଦ୍ୟୁତ୍‌ ସେବା

ତାଳଚେର, ୨୩ା୭(ନି.ପ୍ର.) ଏନଜେନରେ କାର୍ଯ୍ୟରତ ଜଣେ କର୍ମଚାରୀଙ୍କ ମୃତ୍ୟୁ ପରେ ୩୦ ଲକ୍ଷ ଟଙ୍କା କ୍ଷତିପୂରଣ ଦାବିରେ କର୍ମଚାରୀମାନେ ଚଳାଇଥିବା ଆନ୍ଦୋଳନ ୩ ମାସରେ ପହଞ୍ଚିଲାଣି। ହେଲେ ଏହାର ସମାଧାନ କରାଯାଉ ନ ଥିବାରୁ ତାଳଚେର ଅଞ୍ଚଳର ବିଦ୍ୟୁତ୍‌ ଉପଭୋକ୍ତାମାନେ ଅକଥନୀୟ ଦୁର୍ଦ୍ଦଶା ଭୋଗକରି ଚାଲିଛନ୍ତି।
ଗତ ଏପ୍ରିଲ ୨୨ରେ ହାଟତୋଟା ରାସ୍ତାରେ ବିଦ୍ୟୁତ୍‌ ଖୁଣ୍ଟରେ ଚଢି ମରାମତି କାମ କରୁଥିବା ବେଳେ ରାସୋଳର ଅଭିଜିତ ସାହୁ ନାମକ ଜଣେ ଠିକା ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା। ମୃତ କର୍ମଚାରୀଙ୍କ ପରିବାରକୁ ୩୦ ଲକ୍ଷ ଟଙ୍କା କ୍ଷତିପୂରଣ ଓ ଜଣକୁ ନିଯୁକ୍ତି ଦେବାକୁ କର୍ମଚାରୀମାନେ ଦାବି କରିଥିଲେ। ହେଲେ କମ୍ପାନୀ କର୍ତ୍ତୃପକ୍ଷ ଦାବି ପୂରଣ ନ କରିବାରୁ ସେହିଦିନ ଠାରୁ ଚାଇଁପାଳ ଡିଭିଜନରେ କାର୍ଯ୍ୟରତ ୧୪ଟି ସେକ୍ସନର ୩୯୩ ଜଣ କର୍ମଚାରୀ କାର୍ଯ୍ୟବନ୍ଦ ଆନ୍ଦୋଳନ ଚଳାଇଛନ୍ତି। ଫଳରେ ସମ୍ପୃକ୍ତ କର୍ମଚାରୀମାନେ ବିଦ୍ୟୁତ୍‌ ମରାମତି, ରକ୍ଷଣାବେକ୍ଷଣ କାମ କରୁ ନାହାନ୍ତି। ଉପଭୋକ୍ତାଙ୍କୁ ବିଲ୍‌ ଦେଉ ନାହାନ୍ତି କି ସେମାନଙ୍କଠାରୁ ଦେୟ ନେଉ ନାହାନ୍ତି। ଅପରପକ୍ଷରେ ଏନଜେନ କାର୍ଯ୍ୟାଳୟରେ ସେବେଠାରୁ ତାଲା ଝୁଲୁଥିବାରୁ ଦେୟ ଦେବାକୁ ଯାଉଥିବା ଉପଭୋକ୍ତାମାନେ ନିରାଶ ହୋଇ ବାରମ୍ବାର ଫେରୁଛନ୍ତି। ଗୋଟିଏ ପଟେ ମାସିକ ଦେୟ ବଢ଼ି ଚାଲିଥିବା ବେଳେ ଅନ୍ୟପଟେ ବିଦ୍ୟୁତ୍‌ ବିଭ୍ରାଟ ଉପଭୋକ୍ତାଙ୍କ ଉପରେ ବୋଝ ଉପରେ ଲଳିତା ବିଡା ସଦୃଶ ହୋଇଛି। ଏ ସମ୍ପର୍କରେ ଉପଜିଲାପାଳ ପରେଶଚନ୍ଦ୍ର ନାୟକ କହିଛନ୍ତି, ଏନଜେନ ସମ୍ପର୍କରେ ଆଉ କୌଣସି ଖବର ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ୁଛି ହାତୀ ଜନିତ କ୍ଷୟକ୍ଷତି

ବଇଣ୍ଡା,୫।୫(ପରିକ୍ଷିତ ସାହୁ)ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଧଣ୍ଡାତୋପା ରେଞ୍ଜରେ କିଛିଦିନ ହେବ ହାତୀ ଉପଦ୍ରବ ଲାଗି ରହିଛି। ନିକଟସ୍ଥ ଜଙ୍ଗଲରୁ ଚାଲି ଆସୁଥିବା ହାତୀ ଜମି...

ପ୍ରାର୍ଥତ୍ପତ୍ର ଦାଖଲ ନ କରି ଫେରିଗଲେ ନଳିନୀକାନ୍ତ

ଆଠମଲ୍ଲିକ, ୩ା୫(ଉଦୀପ୍ତ ପୁରୋହିତ)/ ଅନୁଗୋଳ (ଅମିତ କୁମାର ସାମଲ):ଅନୁଗୋଳ ଜିଲା ଆଠମଲ୍ଲିକ ବିଜେଡି ବିଧାୟକ ପ୍ରାର୍ଥୀ ନଳିନୀକାନ୍ତ ପ୍ରଧାନ ଗୁରୁବାର ପ୍ରାର୍ଥିପତ୍ର ଦାଖଲ ପାଇଁ ବିରାଟ...

ଶଙ୍ଖ ଛାଡ଼ିଲେ ପୂର୍ବତନ ବିଧାୟକ

ଛେଣ୍ଡିପଦା,୧ା୫(ଅଜିତ ଧଳ):ଅନୁଗୋଳ ଜିଲା ଛେଣ୍ଡିପଦା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଖଗେଶ୍ୱର ବେହେରା ବିଜେଡିରୁ ଇସ୍ତଫା ଦେଇଛନ୍ତି। ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ସେ...

‘ଓଡ଼ିଆ ଅସ୍ମିତାକୁ ଜାଗ୍ରତ କରି ରାଜ୍ୟକୁ ୧ ନମ୍ବର କରିବା’

ଅନୁଗୋଳ,୩୦ା୪ (ଅମିତ କୁମାର ସାମଲ)/ ଆଠମଲ୍ଲିକ (ଉଦୀପ୍ତ ପୁରୋହିତ)/ ବଇଣ୍ଡା (ପରିକ୍ଷିତ ସାହୁ):ଓଡ଼ିଶାରେ ପ୍ରଥମ ଥର ଓ କେନ୍ଦ୍ରରେ ତୃତୀୟ ଥର ପାଇଁ ଭାଜପା ସରକାର...

‘ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର’

ଅନୁଗୋଳ,୨୮ା୪(ଅମିତ କୁମାର ସାମଲ)ଓଡ଼ିଆ ଭାଷା, ସଂସ୍କୃତି ଏବଂ ଓଡ଼ିଆ ଲୋକଙ୍କ ଭବିଷ୍ୟତ ଆଜି ଅନ୍ଧାରରେ। ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର। ଓଡ଼ିଶାରେ ଭ୍ରଷ୍ଟ,...

ନିର୍ବାଚନ ଥିବାରୁ ମୁହଁ ଦେଖାଇଲେ ନେତା

ଅନୁଗୋଳ,୨୮।୪ (ଅମିତ କୁମାର ସାମଲ)ଅନୁଗୋଳ ଦେଇ ଯାଇଥିବା ୫୫ ନମ୍ବର ଜାତୀୟ ରାଜପଥ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଦୀର୍ଘବର୍ଷ ହେଲା କାର୍ଯ୍ୟ ଚାଲିଥିଲେ ମଧ୍ୟ ଶେଷ...

ଉଚ୍ଛେଦକୁ ୬ ବର୍ଷ ବିତିଲା, ନିର୍ମାଣ ହେଉନି

ବଇଣ୍ଡା,୨୮।୪(ପରିକ୍ଷିତ ସାହୁ)ରାଜପଥ ନିର୍ମାଣ ପାଇଁ କରାଯାଇଥିଲା ଉଚ୍ଛେଦ। ଭଙ୍ଗା ଯାଇଥିଲା ରାସ୍ତା ପାର୍ଶ୍ୱରେ ଥିବା ଅନେକ ଯାତ୍ରୀ ବିଶ୍ରାମାଗାର। ସରକାରୀ କାର୍ଯ୍ୟାଳୟଗୁଡ଼ିକୁ ମଧ୍ୟ ମାଟିରେ ମିଶାଇ...

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri