‘ତାଳି ନ ବଜାଇ ଆର୍ଥିକ ପ୍ୟାକେଜ୍‌ର ଘୋଷଣା କରନ୍ତୁ ସରକାର’: ରାହୁଲ

ନୂଆଦିଲ୍ଲୀ,୨୧।୩: କରୋନା ଭାଇରସ କବଳରେ ଏବେ ସାରା ବିଶ୍ୱ। ଭାରତରେ ମଧ୍ୟ କରୋନାର ପ୍ରଭାବ କିଛି କମ୍‌ ନାହିଁ। ଏବେ ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ପାଖାପାଖି ୩ଶହ ହୋଇଥିବା ବେଳେ ୪ ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି। ଏପରି ସ୍ଥଳେ ତାଳି ନ ବଜାଇ ବରଂ କେନ୍ଦ୍ର ସରକାର ଆର୍ଥିକ ପ୍ୟାକେଜର ଘୋଷଣା କରିବା ଜରୁରୀ ବୋଲି କହିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ।

ଗୋଟିଏ ଦିନ ପୂର୍ବରୁ ମଧ୍ୟ ରାହୁଲ କହିଥିଲେ, କରୋନା ଭାଇରସ ଆମର ଦୁର୍ବଳ ଅର୍ଥ ବ୍ୟବସ୍ଥା ଉପରେ ଏକ କଡା ପ୍ରହାର। ଏହା କ୍ଷୁଦ୍ର ଓ ମଧ୍ୟମ ବ୍ୟବସାୟୀ, ଶ୍ରମିକମାନଙ୍କ ଉପରେ ଖୁବ୍‌ ପ୍ରଭାବ ପକାଇବ। ତେଣୁ ତାଳି ମାରିଲେ ସେମାନଙ୍କର କୌଣସି ଲାଭ ହେବନାହିଁ। ଏହି ସମୟରେ ବଡ ଆର୍ଥିକ ପ୍ୟାକେଜର ଘୋଷଣା ଜରୁରୀ ବୋଲି ରାହୁଲ କହିଥିଲେ। କେନ୍ଦ୍ର ସରକାର ଏହା ଉପରେ ବିଶେଷ ଧ୍ୟାନ ଦେବାକୁ ସେ କହିଛନ୍ତି। ପରୋକ୍ଷରେ ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟାର୍ଗେଟ କରି ଏହା କହିଛନ୍ତି।

ସୂଚନାଯୋଗ୍ୟ, ରବିବାର ‘ଜନତା କର୍ଫ୍ୟୁ’ ପାଳନ ପାଇଁ ମୋଦି ଆହ୍ବାନ ଦେଇଛନ୍ତି। ଏହି ସମୟରେ କେହି ଘରୁ ବାହାରକୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି। ଦିନ ତମାମ ଏହା ପାଳନ କରାଯିବାକୁ ଥିବା ବେଳେ ସନ୍ଧ୍ୟା ୫ଟାରେ ସମସ୍ତେ ନିଜ ନିଜ ଝରକା କବାଟ ପାଖରେ ଠିଆ ହୋଇ ‘ଜନତା କର୍ଫ୍ୟୁ’ ସମୟରେ ସେବା ଯୋଗାଉଥିବା ଲୋକଙ୍କୁ ତାଳି ମାରି ଥାଳି ବଜାଇ, ଘଣ୍ଟି ବଜାଇ ଧନ୍ୟବାଦ ଦେବାକୁ ମୋଦି କହିଛନ୍ତି। ଯାହାକୁ ନେଇ ରାହୁଲ ପ୍ରଧାନମନ୍ତ୍ରୀଙ୍କୁ ଟାର୍ଗେଟ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ବିପଦସଙ୍କୁଳ ଅବସ୍ଥାରେ ଛାତ୍ରୀଛାତ୍ରଙ୍କ ଜୀବନ, ବିଦ୍ୟାଳୟ ଛାତ ଦେଇଯାଇଛି ୧୧ କେଭି ବିଦ୍ୟୁତ ତାର

ରିଆମାଳ, ୧୬।୫( ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଳକ ପରା ଗ୍ରାମପଞ୍ଚାୟତ ଅନ୍ତର୍ଗତ ଲୋହରାକୋଟ ଗ୍ରାମରେ ୧୯୭୨ରେ ସରକାରୀ ଉନ୍ନିତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସ୍ଥାପିତ…

ଜମିବାଡ଼ି ବିବାଦରୁ ସାନଭାଇଙ୍କୁ ପିଟି ହତ୍ୟା: ବଡ଼ଭାଇ-ଭାଉଜଙ୍କ ସହ ବନ୍ଧା ହେଲେ ୫

ମହାକାଳପଡ଼ା,୧୬ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ବାରଡ଼ାଙ୍ଗ ନାଉରୀ ସାହିରେ ଗୁରୁବାର ସାରେ ଏକ ପରିବାର ମଧ୍ୟରେ ଜମି ବାଡ଼ି ବିବାଦ ଓ ମାଟି…

୨୦୧୪ରେ କେତେ ଥିଲା ପେଟ୍ରୋଲ-ଡିଜେଲ ଦର? ୧୨ ବର୍ଷରେ କେତେ ବଢିଛି? ଜାଣନ୍ତୁ…

ନୂଆଦିଲ୍ଲୀ, ୧୬।୫: ଅନ୍ତର୍ଜାତୀୟ ବଜାରରେ କ୍ରମାଗତ ଭାବେ କ୍ରୁଡ୍‌ ଅଏଲ ବା ଅଶୋଧିତ ତୈଳ ଦର ବୃଦ୍ଧି ପାଇବାରେ ଲାଗିଛି । ଭାରତରେ ବି ଏବେ ତୈଳ…

ଖଣି ଅଧିକାରୀଙ୍କୁ ଆକ୍ରମଣ କଲେ ମୋରମ ମାଫିଆ: ଜୀବନରୁ ମାରିଦେବାକୁ ଧମକ

ଖଇରା,୧୬।୫(ଉତ୍କଳ ବନ୍ଧୁ ପଣ୍ଡା):ବାଲେଶ୍ୱର ଜିଲା ଅନ୍ତର୍ଗତ ଖଇରାରେ ଅଧିଷ୍ଠିତ କନିଷ୍ଠ ଖଣି ଅଧିକାରୀଙ୍କୁ ମୋରମ ମାଫିଆମାନେ ଆକ୍ରମଣ କରିଛନ୍ତି। ଗାଡ଼ିକାଚ ଭାଙ୍ଗିବା ନେଇ ଖଣି ଅଧିକାରୀ ଅଭିଷେକ…

ଚଳନ୍ତା ଟ୍ରେନ୍‌ ଆଗକୁ ବାଇକ୍‌ ଧରି ପଶିଆସିଲେ ଅଜଣା ବ୍ୟକ୍ତି: ଆଉ ତା’ପରେ ଘଟିଲା…

ଅତାବିରା, ୧୬/୫(ଯୁଧିଷ୍ଠିର ମହାପାତ୍ର):ବରଗଡ ଜିଲା ଅତାବିରା ଥାନା ଅନ୍ତର୍ଗତ ବରଗଡ ସମ୍ବଲପୁର ରେଲୱେ ଡାଉନ ଲାଇନର ଭୋଇପାଲି ଓଭର ବ୍ରିଜ ପାଖରେ ଜୈନେକ ବ୍ୟକ୍ତି କଟି ଯିବାରୁ…

ପୁଣି ଆଉ ଗୋଟିଏ ଦେଶ ଉପରେ ଏୟାରଷ୍ଟ୍ରାଇକ୍‌ କଲା ଆମେରିକା: ISISର ଦ୍ୱିତୀୟ ସର୍ବୋଚ୍ଚ କମାଣ୍ଡର ନିହତ

ଓ୍ବାଶିଂଟନ୍‌,୧୬।୫: ଇରାନ ପରେ ପୁଣି ଆଉ ଗୋଟିଏ ଦେଶ ଉପରେ ଆକ୍ରମଣ କରିଛି ଆମେରିକା। ନାଇଜେରିଆ ଉପରେ ଆମେରିକା ଏୟାରଷ୍ଟ୍ରାଇକ୍‌ କରିଥିବା ଜଣାପଡ଼ିଛି। ଅବଶ୍ୟ ଆମେରିକା ଏବଂ…

ମୋ ପୁଅକୁ ବଞ୍ଚାଇଦିଅ….କାଳିଆ ଦୁଆରେ ମା’ବାପା

ପୁରୀ,୧୬ା୫(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଏକ ଭାବବିହ୍ବଳ ଦୃଶ୍ୟ ଦେଖିବାକୁ ମିଳିଛି, ଯାହା ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ମା’ବାପା ତାଙ୍କ ପୁଅର…

ଏହି ଦିନ ମାହିକା ଶର୍ମାଙ୍କୁ ବିବାହ କରିବେ ହାର୍ଦ୍ଦିକ ପାଣ୍ଡ୍ୟା! ସାମ୍‌ନାକୁ ଆସିଲା ତାରିଖ, IPL ମଝିରେ କରିବେ ଦ୍ୱିତୀୟ ବିବାହ

ମୁମ୍ବାଇ,୧୬।୫: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ମଧ୍ୟରେ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ରିପୋର୍ଟ ଅନୁଯାୟୀ ହାର୍ଦ୍ଦିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri