ତାହିର ପ୍ରଥମ ସ୍ପିନର

ଲଣ୍ଡନ,୩୧।୫(ପି.ଟି.)- ଦକ୍ଷିଣ ଆଫ୍ରିକା ଅଭିଜ୍ଞ ସ୍ପିନର ଇମ୍ରାନ ତାହିର ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ପ୍ରଥମ ସ୍ପିନର ଭାବେ କୌଣସି ବିଶ୍ୱକପ୍‌ର ପ୍ରଥମ ଓଭର ବୋଲିଂ କରିଛନ୍ତି। ଗୁରୁବର ଆୟୋଜକ ଇଂଲଣ୍ଡ ବିପକ୍ଷ ଉଦ୍‌ଘାଟନୀ ମ୍ୟାଚ୍‌ରେ ଲେଗ୍‌ ସ୍ପିନର ତାହିରଙ୍କୁ ପ୍ରଥମ ଓଭର ବୋଲିଂ କରିବାକୁ ଅଧିନାୟକ ଫାଫ୍‌ ଡୁପ୍ଲେସି ସୁଯୋଗ ଦେଇଥିଲେ। ଟସ୍‌ ଜିତିବା ପରେ ତାହିରଙ୍କୁ ଡୁପ୍ଲେସି ପ୍ରଥମ ଓଭର ବୋଲିଂ କରିବାକୁ ଡାକିଥିଲେ। ତାହିର ଅବଶ୍ୟ ଅଧିନାୟକଙ୍କୁ ନିରାଶ କରି ନ ଥିଲେ। ସେ ପ୍ରଥମ ଓଭରରେ ଦ୍ୱିତୀୟ ବଲରେ ଇଂଲଣ୍ଡ ଓପନର ଜନୀ ବେୟାରଷ୍ଟୋଙ୍କୁ ଖାତା ଖୋଲିବା ପୂର୍ବରୁ ଆଉଟ କରିଥିଲେ। ଗୁଗଲି ପକାଇ ତାହିର ବେୟାରଷ୍ଟୋଙ୍କୁ ଚକ୍‌ମା ଦେଇଥିଲେ। ବେୟାରଷ୍ଟୋ ଉଇକେଟକିପର କ୍ୱିଣ୍ଟନ ଡିକକ୍‌ଙ୍କୁ କ୍ୟାଚ୍‌ ଦେଇ ପ୍ୟାଭିଲିୟନ ଫେରିଥିଲେ। ୧୯୯୨ ବିଶ୍ୱକପ୍‌ରେ ନ୍ୟୁଜିଲାଣ୍ଡ ଅଫ୍‌ସ୍ପିନର ଦୀପ ପଟେଲ ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚ୍‌ରେ ଦ୍ୱିତୀୟ ଓଭର ବୋଲିଂ କରିଥିଲେ। ତାହିର ଏବେ ୪୦ ବର୍ଷ ୬୪ ଦିନରେ ପଦାର୍ପଣ କରିଛନ୍ତି। ସେ ବୟୋଜ୍ୟେଷ୍ଠ ଖେଳାଳିଭାବେ ଦକ୍ଷିଣ ଆଫ୍ରିକା ପାଇଁ ବିଶ୍ୱକପ ଖେଳୁଛନ୍ତି। ପୂର୍ବରୁ ଓମାର ହେନେରୀ ୪୦ ବର୍ଷ ୩୯ ଦିନରେ ବିଶ୍ୱକପ୍‌ ଖେଳିଥିଲେ। ତାହିର ଏବେ ଓମାରଙ୍କୁ ପଛରେ ପକାଇଛନ୍ତି। ଓମାନର ୧୯୯୨ ବିଶ୍ୱକପ୍‌ରେ ଓ୍ବେଲିଂଟନରେ ଶ୍ରୀଲଙ୍କା ବିପକ୍ଷରେ ଖେଳିବାର ସୁଯୋଗ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇଶାନଙ୍କ ବଡ଼ ଉପଲବ୍ଧି: ସ୍ବତନ୍ତ୍ର କ୍ଲବ୍‌ରେ ହେଲେ ସାମିଲ

ଚେନ୍ନାଇ,୭ା୯: ଭାରତୀୟ ବ୍ୟାଟର ଇଶାନ କିଷନ ସୋମବାର ମହାନ ଭାରତୀୟ ବ୍ୟାଟର କ୍ଲବରେ ସ୍ଥାନ ପାଇଛନ୍ତି। ସେ ଦେଶର ଷଷ୍ଠ ବ୍ୟାଟର ଭାବେ ଦୁଲୀପ ଟ୍ରଫି ଫାଇନାଲରେ…

ଭାରତୀୟ କ୍ରିକେଟ ପାଇଁ ଐତିହାସିକ ଦିନ ହେବ ଅକ୍ଟୋବର ୩: ଜାଣନ୍ତୁ କାହିଁକି..

ନୂଆଦିଲ୍ଲୀ,୭।୯: ଭାରତୀୟ କ୍ରିକେଟ ପାଇଁ ଆସନ୍ତା ୩ ଅକ୍ଟୋବର ଏକ ଐତିହାସିକ ଦିନ ହୋଇପାରେ। ଯଦି ଟିମ ଇଣ୍ଡିଆ ୨୦୨୬ ଏସିଆନ ଗେମ୍ସରେ ପୁରୁଷ କ୍ରିକେଟରେ ଗୋଲ୍ଡ…

ଆପତ୍ତିଜନକ ଇଙ୍ଗିତ କରିବା ପାକିସ୍ତାନ ଅଧିନାୟିକାଙ୍କୁ ପଡ଼ିଲା ମହଙ୍ଗା

ଦୁବାଇ, ୭ା୯: ପାକିସ୍ତାନ ଅଧିନାୟିକା ଫାତିମା ସାନାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୧୦ ପ୍ରତିଶତ ଜରିମାନା କରାଯାଇଛି। ଶନିବାର ଚଳିତ ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ର…

ଏମିତି କାମ କରି ଗର୍ଲଫ୍ରେଣ୍ଡଙ୍କ ହୃଦୟ ଜିତିଲେ ଇଶାନ କିଶାନ: ଭାଇରାଲ ହେଉଛି…

ନୂଆଦିଲ୍ଲୀ,୭।୯: ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଦିନ ପାଇଁ ଚେନ୍ନାଇର ଚେପକ ଷ୍ଟାଡିୟମରେ ଏକ ବିଶାଳ ଭିଡ଼ ହୋଇଥିଲା। ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟରୁ ରନର ଝଡ଼ ଦେଖିବା…

ଗିଲଙ୍କୁ ୫ ହଜାର ଟଙ୍କା ଦେଲେ ଅଭିଷେକ ଶର୍ମାଙ୍କ ପିତା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୯: ଟିମ ଇଣ୍ଡିଆର ଅଧିନାୟକ ଶୁବମନ ଗିଲଙ୍କ ମୋଟ ସମ୍ପତ୍ତି ୮୦ କୋଟି ବୋଲି ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ୫,୦୦୦ ତାଙ୍କ ପାଇଁ ବିଶେଷ…

ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ ଖେଳିବେନି ଆୟର: ତାଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୭।୯: ଭାରତୀୟ ଦଳ ସେପ୍ଟେମ୍ବର ୨୭ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକ ଦିନିକିଆ ସିରିଜ ଖେଳିବାର କାର୍ଯ୍ୟକ୍ରମ ରହିଛି। ଏହି ସିରିଜରେ ଟିମ ଇଣ୍ଡିଆର…

ଫାଇନାଲ ମଝିରେ ତିଲକ-ସୂର୍ଯ୍ୟବଂଶୀଙ୍କ ମଧ୍ୟରେ ହାଇଭୋଲଟେଜ୍‌ ଡ୍ରାମା! ମଇଦାନରେ ଘଟିଲା… ଭିଡିଓ ଭାଇରାଲ

ଚେନ୍ନାଇ,୭।୯: ଚେନ୍ନାଇର ଏମ.ଏ. ଚିଦାମ୍ବରମ ଷ୍ଟାଡିୟମରେ ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯାଉଛି। ମ୍ୟାଚର ପ୍ରଥମ ଦିନରେ…

ଇତିହାସ ରଚିବା ପରେ ହଠାତ୍‌ ପଡ଼ିଆ ଛାଡ଼ିଦେଲେ ଇଶାନ କିଶାନ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୭।୯: ଭାରତୀୟ ଷ୍ଟାର୍‌ କ୍ରିକେଟର୍‌ ତଥା ପୂର୍ବ ଜୋନର ଅଧିନାୟକ ଇଶାନ କିଶାନ ପୁଣି ଥରେ ପ୍ରମାଣ କରିଛନ୍ତି ଯେ ସେ ଜଣେ ମ୍ୟାଚ ବିଜେତା ଖେଳାଳି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri