Posted inଖେଳ

ତିଓ୍ବାରୀଙ୍କ ସ୍ଥାନରେ ଈଶ୍ୱରନଙ୍କୁ ବେଙ୍ଗଲର ନେତୃତ୍ୱ

କୋଲକାତା,୩୧।୮: ଆଗାମୀ ଘରୋଇ କ୍ରିକେଟ ସିଜନରେ ଅଭିମନ୍ୟୁ ଈଶ୍ୱରନ ବେଙ୍ଗଲ ଦଳର ନେତୃତ୍ୱ ନେବେ। ମଙ୍ଗଳବାରଠାରୁ ଜୟପୁରଠାରେ ହେବାକୁ ଥିବା ୫୦ ଓଭର ବିଶିଷ୍ଟ ଟୁର୍ନାମେଣ୍ଟ ବିଜୟ ହଜାରେ ଟ୍ରଫି ଲାଗି ଈଶ୍ୱରନଙ୍କ ନେତୃତ୍ୱରେ ୨୧ ଜଣିଆ ବେଙ୍ଗଲ ଦଳ ଘୋଷଣା ହୋଇଛି। ସେ ପୂରା ସିଜନରେ ଦଳର ଅଧିନାୟକତ୍ୱ ସମ୍ଭାଳିବେ ବୋଲି ସ୍ପଷ୍ଟ କରାଯାଇଛି। ସୁଦୀପ ଚାଟାର୍ଜୀ ଉପ ଅଧିନାୟକ ମନୋନୀତ ହୋଇଛନ୍ତି। ପୂର୍ବତନ ଅଧିନାୟକ ମନୋଜ ତିଓ୍ବାରୀଙ୍କୁ ଦଳରେ ସ୍ଥାନ ମିଳିଛି। ଆମେ ନେତୃତ୍ୱ ପରିବର୍ତ୍ତନ କରିବା ନେଇ ତିଓ୍ବାରୀଙ୍କ ସହ ଆଲୋଚନା କରିଥିଲୁ। ଖେଳାଳି ଭାବେ ଦଳୀୟ ପ୍ରଦର୍ଶନରେ ଯୋଗଦାନ କରିବା ତାଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସେ ସିନିୟର ଭାବେ ଈଶ୍ୱରନଙ୍କୁ ଗାଇଡ୍‌ କରିବେ ବୋଲି ଆଶ୍ୱାସନା ଦେଇଛନ୍ତି ବୋଲି ସିଏବି ଯୁଗ୍ମ ସମ୍ପାଦକ ଅଭିଷେକ ଡାଲମିଆ କହିଛନ୍ତି। ଏବେ ଦୁଲୀପ ଟ୍ରଫି ଖେଳୁଥିବା ଈଶ୍ୱରନ କହିଛନ୍ତି, ଏହା ଏକ ବଡ଼ ଚ୍ୟାଲେଞ୍ଜ। କିନ୍ତୁ ମୋ ଆଡ଼ୁ ଶ୍ରେଷ୍ଠ ପ୍ରଦର୍ଶନ କରିବାକୁ ଉ୍ୟଦମ କରିବି। ଆସନ୍ତା ୨୪ ତାରିଖରେ ବିଜୟ ହଜାରେ ଟ୍ରଫିରେ ବେଙ୍ଗଲ ତା’ର ପ୍ରଥମ ମ୍ୟାଚ୍‌ରେ ଗୁଜରାଟକୁ ଭେଟିବ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଯାଉଯାଉ ବାଇକ୍‌ ସହ କଚାଡ଼ି ହୋଇପଡ଼ିଗଲେ ଯୁବକ, ୮ ଘଣ୍ଟା ପରେ ଘଟିଲା…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା -ଛଣମେରି ଗ୍ରାମ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତା ୟରେ ଶନିବାର ମଧ୍ୟାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ…

୨ ଦିନ ହେଲା ବସ୍‌ଷ୍ଟାଣ୍ଡ ବାସିନ୍ଦା ଜଳବନ୍ଦୀ, ନିଦ୍ରାରେ ପ୍ରଶାସନ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବସ୍‌ଷ୍ଟାଣ୍ଡ ବାସିନ୍ଦା ୨ ଦିନ ହେଲା ଜଳବନ୍ଦୀ ଅବସ୍ଥାରେ ରହିଛନ୍ତି। ଦିଗପହଣ୍ଡି ସହର ଜିଲାର ଏକ ପ୍ରମୁଖ…

ଗ୍ରାମ ସଭାପତିଙ୍କୁ ହତ୍ୟା ମାମଲା: ଆଜୀବନ କାରାଦଣ୍ଡ ଭୋଗିବେ ଦ୍ୱିତୀୟ ଅଭିଯୁକ୍ତ

ଭଞ୍ଜନଗର,୧୨ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଦଣ୍ଡିପଦର ଗ୍ରାମରେ ୨୦୧୬ରେ ଗ୍ରାମ ସଭାପତି ପରୀକ୍ଷିତ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ଉକ୍ତ ମାମଲାର ରାୟ ଶୁକ୍ରବାର ପ୍ରକାଶ…

ନିଖୋଜ ଥିଲେ, କେନାଲରୁ ମିଳିଲା ମହିଳାଙ୍କ ମୃତଦେହ

କୋକସରା,୧୨।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଲଡୁଗାଁ ପିତବାସପୁର କେନାଲ ବ୍ରିଜ ନିକଟରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତା ମହିଳା ଜଣକ…

ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି ଚାଖିବେ ବିଶ୍ୱ ପ୍ରତିନିଧି, ବଢ଼ିଲା ଓଡ଼ିଶାର ଗୌରବ

କୋରାପୁଟ,୧୨ା୯(ଅମିତାଭ ବେହେରା): କୋରାପୁଟର ପାହାଡ଼ିଆ ଅଞ୍ଚଳରେ ଆଦିବାସୀ ଚାଷୀଙ୍କ ଦ୍ୱାରା ଉତ୍ପାଦିତ ସୁଗନ୍ଧିତ କଫି ଏବେ ବିଶ୍ୱ ମଞ୍ଚରେ ପହଞ୍ଚିଛି। ନୂଆଦିଲ୍ଲୀରେ ଚାଲିଥିବା ୧୮ତମ ବ୍ରିକ୍ସ ଶିଖର…

ଭାଙ୍ଗିଲା ସ୍କୁଲ ଗୃହ କାନ୍ଥ, ପ୍ରଧାନ ଶିକ୍ଷକଙ୍କ ପାଖରେ ନାହିଁ…

ତୁମୁଡିବନ୍ଧ,୧୨ା୯(ଦୀପକ କୁମାର ପରାସେଠ): ଭାଙ୍ଗିଲା ପୁରୁଣା ବିଦ୍ୟାଳୟ ଗୃହର କାନ୍ଥ ଅଳ୍ପକେ ବର୍ତ୍ତିଲେ ଛାତ୍ରୀଛାତ୍ର। ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ପାଖରେ ନାହିଁ ସୂଚନା। ଏପରି ଘଟଣା କନ୍ଧମାଳ…

ଅଷ୍ଟ୍ରେଲିଆରେ ଇତିହାସ ରଚିଲା ପ୍ରବାସୀ ଓଡ଼ିଆଙ୍କ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’, ସବ୍ୟସାଚୀ-ଅର୍ଚ୍ଚିତା ଯୋଗ ଦେଇ…

ସିଡ୍‌ନୀ: ପ୍ରଥମଥର ପାଇଁ ଓଡ଼ିଆ ସିନେ କଳାକାରମାନଙ୍କୁ ନେଇ ସିଡ୍‌ନୀ-ମେଲବୋର୍ନ ସହରରେ ଏକ ମେଗା ସାଂସ୍କୃତିକ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’ ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି…

କଏଦୀ ଫେରାର, ଜେଲର ନିଲମ୍ବିତ

ନୂଆପଡ଼ା,୧୨ା୯(ମକାରୁ ବେମାଲ): ନୂଆପଡ଼ା ଉପକାରାଗାରରୁ କଏଦୀ ଫେରାର ହେବା ଘଟଣାରେ ଜେଲର ବଳରାମ ବିଶି ମାଝୀଙ୍କୁ ଶନିବାର ନିଲମ୍ବନ କରାଯାଇଛି। ଉପଜେଲର ସୁରକ୍ଷା ବ୍ୟବସ୍ଥାରେ ଅବହେଳାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?