Posted inଖେଳ

ତିନି ଦଶନ୍ଧିର ଖେଳାଳି ଏକାଠି

ବେନାଉଲିମ୍‌ (ଗୋଆ), ୯ା୩ (ପି.ଟି.)-ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ଅବସରରେ ରବିବାର ସ୍ଥାନୀୟ ବେନାଉଲିମ୍‌ ଗ୍ରାଉଣ୍ଡରେ ୩ ଦଶନ୍ଧିର ଭାରତୀୟ ମହିଳା ଫୁଟ୍‌ବଲରମାନେ ଏକାଠି ହୋଇଥିଲେ। ଭାରତରେ ହେବାକୁଥିବା ୧୭ ବର୍ଷରୁ କମ୍‌ ଫିଫା ମହିଳା ବିଶ୍ୱକପ୍‌ ୨୦୨୦ ସ୍ଥାନୀୟ ଆୟୋଜକ କମିଟି ତରଫରୁ ଏହି ଇଭେଣ୍ଟର ଆୟୋଜନ କରାଯାଇଥିଲା। ଏହି ଅବସରରେ ବର୍ତ୍ତମାନ ଓ ପୂର୍ବତନ ଖେଳାଳିମାନେ ଭବିଷ୍ୟତର ଖେଳାଳିମାନଙ୍କୁ ପ୍ରେରଣା ଦେଉଥିବା ଦେଖିବାକୁ ମଳିଥିଲା। ପୂର୍ବତନ ଭାରତୀୟ ମହିଳା ଦଳର ଅଧିନାୟିକା ବେମ୍‌ବେମ୍‌ ଦେବୀ ଏବଂ ବର୍ତ୍ତମାନର ଅଧିନାୟିକା ଆଶାଲତା ଦେବୀ ଭାରତର ୧୭ ବର୍ଷରୁ କମ୍‌ ଦଳର ଖେଳାଳିମାନଙ୍କ ସହିତ ଭାବର ଆଦାନପ୍ରଦାନ କରୁଥିବା ଦେଖିବାକୁ ମିଳିଥିଲା, ଯେଉଁମାନେ ପ୍ରଥମ ଥର ଏକ ଫିଫା ଟୁର୍ନାମେଣ୍ଟ ଖେଳିବାକୁ ଯାଉଛନ୍ତି। ଗୋଆର ବିଭିନ୍ନ ଏନଜିଓ ଏବଂ ସ୍କୁଲଗୁଡ଼ିକରୁ ଆସିଥିବା ୧୦୦ରୁ ଊର୍ଦ୍ଧ୍ୱ ପିଲା ଏହି କାର୍ଯ୍ୟକ୍ରମରେ ଯୋଗଦାନ କରିଥିଲେ। ନାଇଜେରିଆ ତରଫରୁ ୪ଥର ଫିଫା ମହିଳା ବିଶ୍ୱକପ୍‌ ଖେଳିଥିବା ତଥା ଭାରତର ୧୭ ବର୍ଷରୁ କମ୍‌ ଗୋଲକିପିଂ କୋଚ୍‌ ପ୍ରିସିଅସ୍‌ ଡେଡେ ସ୍କୁଲ ପିଲାମାନଙ୍କୁ ତାଙ୍କ ଗୋଲ୍‌ କିପିଂ କୌଶଳର କେତୋଟି ନମୁନା ଦେଖାଇଥିଲେ। ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ୍‌ ଚଳିତ ବର୍ଷ ଶେଷଭାଗରେ ଅହମ୍ମଦାବାଦ, ଭୁବନେଶ୍ୱର, ଗୁଆହାଟୀ, କୋଲକାତା ଏବଂ ନଭି ମୁମ୍ବାଇରେ ଖେଳାଯିବ। ଏହି ଟୁର୍ନାମେଣ୍ଟ ନଭେମ୍ବର ୨ରୁ ଆରମ୍ଭ ହେବ। ଫାଇନାଲ ନଭେମ୍ବର ୨୧ରେ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ଭୁବନେଶ୍ୱର କୁମାରଙ୍କ ପ୍ରତ୍ୟାବର୍ତ୍ତନ ଉପରେ ମହମ୍ମଦ ସାମି ଦେଲେ ଏମିତି ବୟାନ ସମସସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ପାଇଁ ଭୁବନେଶ୍ୱର କୁମାର ଚାରି ବର୍ଷ ପରେ ଭାରତୀୟ ଦଳକୁ ଫେରିଛନ୍ତି। ଅନ୍ୟପକ୍ଷରେ, ମହମ୍ମଦ ସାମି…

ସାଢ଼େ ୯ ବର୍ଷ ପରେ ଶତକ ହାସଲ କରି ଇତିହାସ ରଚିଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୧୦।୧୦: ଦକ୍ଷିଣ ଆଫ୍ରିକା ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଡର୍ବାନର କିଙ୍ଗସମିଡ ଷ୍ଟାଡିୟମରେ ଚାଲିଛି। ଅଷ୍ଟ୍ରେଲିଆର ମଧ୍ୟ-କ୍ରମ ବ୍ୟାଟର ମ୍ୟାଟ ରେନଶ’ ଏହି ମ୍ୟାଚରେ…

IND vs WI, 3rd T20 Playing-11: ଶୋଚନୀୟ ପରାଜୟ ପରେ ଭାରତୀୟ ଦଳରେ ପରିବର୍ତ୍ତନ; ଏହି ଅଲରାଉଣ୍ଡରଙ୍କ ସ୍ଥାନ ନେବେ …

ନୂଆଦିଲ୍ଲୀ,୧୦।୧୦: ଦ୍ୱିତୀୟ ଟି-୨୦ ମ୍ୟାଚରେ ୱେଷ୍ଟ ଇଣ୍ଡିଜ ବ୍ୟାଟରମାନେ ଭାରତୀୟ ବୋଲରଙ୍କୁ ନିର୍ଦ୍ଦୟ ଭାବେ ପ୍ରହାର କରିଥିଲେ। ଭାରତ ୨୫୦ ରନର ସ୍କୋରକୁ ରକ୍ଷା କରିବାରେ ବିଫଳ…

ଚମତ୍କାର ରେକର୍ଡ କଲେ ତିଲକ ବର୍ମା: ଟି-୨୦ କ୍ରିକେଟ୍‌ରେ ପ୍ରଥମଥର କଲେ ଏମିତି କମାଲ

ନୂଆଦିଲ୍ଲୀ,୧୦।୧୦: ଭାରତୀୟ ଟି-୨୦ ଦଳର ଉପଅଧିନାୟକ ତିଲକ ବର୍ମାଙ୍କ ବ୍ୟାଟ ପୁଣିଥରେ ଗର୍ଜିଛି। ୱେଷ୍ଟଇଣ୍ଡିଜ ବିପକ୍ଷରେ ରାଞ୍ଚିରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ସେ ମାତ୍ର ୧୮ଟି…

ଦୁର୍ଭାଗ୍ୟଶାଳୀ ସଞ୍ଜୁ ସାମସନ: ପ୍ରଥମଥର ପାଇଁ ଜଣେ ଖେଳାଳି ଭାବେ ସାମ୍ନା କଲେ ଏମିତି ଅବସ୍ଥା

ରାଞ୍ଚି,୧୦।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ ସଞ୍ଜୁ ସାମସନ ଚମତ୍କାର ବ୍ୟାଟିଂ କରି ୪୧ଟି ବଲରୁ ୮୨ ରନ ସଂଗ୍ରହ କରିଥିଲେ। ୯ଟି ଚୌକା ଓ…

IND vs WI: ବୋଲରଙ୍କ କ୍ୟାରିୟର ବରବାଦ…! କାହା ଉପରେ ରାଗି ଏମିତି କହିଲେ ଗୌତମ ଗମ୍ଭୀର? ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଦଶ ଦିନ ମଧ୍ୟରେ ଦ୍ୱିତୀୟ ଥର ପାଇଁ, ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ପିଚକୁ ନେଇ କଡ଼ା ସମାଲୋଚନା କରିଛନ୍ତି। ଗତ ରାତିରେ ଭାରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?