Posted inଜାତୀୟ

ତିହାର ଜେଲ୍‌ ଗଲେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି.ଚିଦାମ୍ବରମ୍‌

ନୂଆଦିଲ୍ଲୀ: ଆଇଏନ୍‌ଏକ୍ସ ମିଡିଆ ମାମଲାରେ ଗିରଫ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି. ଚିଦାମ୍ବରମ୍‌ଙ୍କୁ ଦିଲ୍ଲୀର ସ୍ବତନ୍ତ୍ର ସିବିଆଇ କୋର୍ଟ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ତିହାରର ସେଣ୍ଟ୍ରାଲ ଜେଲ୍‌କୁ ପଠାଇ ଦେଇଛନ୍ତି। ତିହାର ଜେଲରେ ଚିଦାମ୍ବରମ୍‌ଙ୍କୁ କେଉଁସବୁ ସୁବିଧା ମିଳିବ, ସେନେଇ ଏକ ନିର୍ଦ୍ଦେଶନାମା ମଧ୍ୟ ଜାରି ହୋଇଛି। ଜେଲର ଅନ୍ୟ କଏଦୀଙ୍କ ଭଳି ତାଙ୍କ ସହ ବ୍ୟବହାର କରାଯିବ ବୋଲି ତିହାର କର୍ତ୍ତୃପକ୍ଷ କହିଛନ୍ତି। ମାତ୍ର ଚିଦାମ୍ବରମ୍‌ଙ୍କ ଓକିଲ କପିଲ ଶିବଲ କୋର୍ଟରେ ତାଙ୍କୁ ଜେଲରେ ସ୍ବତନ୍ତ୍ର ସୁବିଧା ସୁଯୋଗ ଯୋଗାଇ ଦେବାକୁ ନିବେଦନ କରିଛନ୍ତି।
ଜେଲରେ ଚିଦାମ୍ବରମ୍‌ଙ୍କ ପାଇଁ ଅତ୍ୟାଧୁନିକ ଟଏ୍‌ଲେଟ ବ୍ୟବସ୍ଥା, ତାଙ୍କୁ ଜେଡ୍‌ ସିକ୍ୟୁରିଟି ମିଳୁଥିବାରୁ ଜେଲରେ ତାଙ୍କର ସୁରକ୍ଷା ବ୍ୟବସ୍ଥା, ସ୍ବତନ୍ତ୍ର ସେଲ୍‌ର ବ୍ୟବସ୍ଥା କରାଯିବାକୁ ଶିବଲ ଆବେଦନ କରିଥିଲେ। ସିବିଆଇ କୋର୍ଟ ବିଚାରପତି ଅଜୟ କୁମାର ତୁରନ୍ତ ଚିଦାମ୍ବରମ୍‌ଙ୍କ ସମସ୍ତ ଆବେଦନକୁ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଈଶାନ କିସାନଙ୍କ ଧୂଆଁଧାର ଶତକ: ସୟଦ ମୁସ୍ତାକ ଅଲି ଟ୍ରଫି ଜିତିଲା ଝାଡ଼ଖଣ୍ଡ

ପୁନେ,୧୮ା୧୨: ଭାରତୀୟ ଘରୋଇ କ୍ରିକେଟର ସବୁଠାରୁ ବଡ଼ ଟି-୨୦ ଟୁର୍ଣ୍ଣାମେଣ୍ଟ ‘ସୟଦ ମୁସ୍ତାକ ଅଲି ଟ୍ରଫି’ ରେ ନୂଆ ଇତିହାସ ରଚିଛି ଝାଡ଼ଖଣ୍ଡ। ଗୁରୁବାର ପୁଣେଠାରେ...

ଭୁବନେଶ୍ୱର ଏମ୍‌ସକୁ ଯିବ ସ୍ୱତନ୍ତ୍ର ‘ଆମ୍ବୁଲାନ୍ସ କରିଡର’: ଆଉ ଟ୍ରାଫିକ୍‌ରେ ଫସିବେନି ରୋଗୀ

ଭୁବନେଶ୍ୱର,୧୮ା୧୨: ଜରୁରୀକାଳୀନ ସ୍ଥିତିରେ ରୋଗୀଙ୍କୁ ସୁରକ୍ଷିତ ଓ ଶୀଘ୍ର ହସ୍ପିଟାଲରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ଏକ ବଡ଼ ମାଷ୍ଟରପ୍ଲାନ୍ ପ୍ରସ୍ତୁତ କରିଛନ୍ତି। ଭୁବନେଶ୍ୱର ଖଣ୍ଡଗିରି...

୫୬,୦୦୦ ପାକିସ୍ତାନୀ ଭିକାରିଙ୍କୁ ତଢ଼ିଲା ସାଉଦି ଆରବ

ନୂଆଦିଲ୍ଲୀ,୧୮ା୧୨: ପାକିସ୍ତାନର ପେଶାଦାର ଭିକାରୀମାନେ ଏବେ ବିଶ୍ୱ ସ୍ତରରେ ଦେଶ ପାଇଁ ଏକ ବଡ଼ ଅପମାନର କାରଣ ସାଜିଛନ୍ତି। ନିକଟରେ ସାଉଦି ଆରବ ପ୍ରାୟ ୫୬,୦୦୦...

ଇରାନରେ ବର୍ତ୍ତମାନ ସୁଦ୍ଧା ଏତିକି ଜଣ ଜୀବିତ ଅଛନ୍ତି ପରମାଣୁ ବୈଜ୍ଞାନିକ, ରିପୋର୍ଟରେ ପ୍ରକାଶ ପାଇଲା…

ତେହରାନ,୧୮ା୧୨: ୨୦୨୫ ବର୍ଷ ଇରାନ ପାଇଁ ଏକ ଝଟ୍‌କା ଥିଲା। ଗୋଟିଏ ପଟେ ଏହାର ତିନୋଟି ପ୍ରକ୍ସି ସଂଗଠନ (ହମାସ୍‌, ହେଜ୍‌ବୋଲ୍ଲା ଏବଂ ହୁଟି) ଏହି...

ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ମହମ୍ମଦ ମୋକିମ, କହିଲେ ଖୁବ କମ୍ ଦିନ ଭିତରେ ନିଷ୍ପତ୍ତି ଜଣାଇବି

ଭୁବନେଶ୍ବର,୧୮ା୧୨: ପୂର୍ବତନ ବିଧାୟକ ମୋକିମଙ୍କୁ କଂଗ୍ରେସ ବହିଷ୍କାର କରିବା ପରେ ଦିନକୁ ଦିନ ନୂଆନୂଆ ରାଜନୈତିକ ବୟାନବାଜି ସାମ୍ନାକୁ ଆସିଛି । କଂଗ୍ରେସର କେନ୍ଦ୍ରୀୟ ନେତା...

୧୪ ଲକ୍ଷର ଗାଡ଼ିରେ ୧୦ ଲକ୍ଷ ଟଙ୍କା ମୋଡିଫିକେସନ ଖର୍ଚ୍ଚ, ବ୍ୟାକଫୁଟରେ ସରକାର

ଭୁବନେଶ୍ୱର,୧୮ା୧୨: ଓଡ଼ିଶା ବନ ବିଭାଗ ପକ୍ଷରୁ କିଣାଯାଇଥିବା ମହିନ୍ଦ୍ରା ‘ଥର୍’ ଗାଡ଼ିର ମୋଡିଫିକେସନ ଖର୍ଚ୍ଚକୁ ନେଇ ଏବେ ବଡ଼ ବିବାଦ ମୁଣ୍ଡ ଟେକିଛି। ୫୧ଟି ଥର୍...

ସୁଗ୍ରୀବଙ୍କ ରଙ୍ଗ ତୂଳୀରେ ଝଲସୁଛି ଆଦିମ ଜନଜାତି ଜୁଆଙ୍ଗଙ୍କ ଚିତ୍ରକଳା

କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗମାନେ ଏବେ ସମାଜର ମୁଖ୍ୟସ୍ରୋତରେ ସାମିଲ ହୋଇ ବିଭିନ୍ନ କଳା କୌଶଳରେ ନିଜର ପରିଦର୍ଷିତା...

ଆଦିବାସୀ ମହୋତ୍ସବ ‘ପରବ’ ଉଦ୍‌ଘାଟନ କରିବେ ମନ୍ତ୍ରୀ, ସୁରକ୍ଷା ପାଇଁ ୩୬ ପ୍ଲାଟୁନ ପୋଲିସ ମୁତୟନ

କୋରାପୁଟ,୧୮ା୧୨(ଅମିତାଭ ବେହେରା): ଗୁରୁବାର ସନ୍ଧ୍ୟା ୬ଟାରେ ଜାତୀୟସ୍ତରୀୟ ଆଦିବାସୀ ମହୋତ୍ସବ ପରବ ୨୦୨୫ର ଉଦ୍‌ଘାଟନ ହେବାକୁ ଯାଉଥିବାବେଳେ ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri