Posted inଭଦ୍ରକ

ତିହିଡ଼ିରେ କୋର୍ଟ ପାଇଁ ଚିହ୍ନଟ ହୋଇପାରୁନି ଜମି

ତିହିଡ଼ି, ୨୬।୭(ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ବ୍ଲକରେ ଅତିରିକ୍ତ ଜେଏମ୍‌ଏଫ୍‌ସି କୋର୍ଟ ସହ ଅତିରିକ୍ତ ସିଭିଲ ଜଜ୍‌ କୋର୍ଟ ସ୍ଥାପନ ପାଇଁ ସ୍ଥିର ହୋଇଥିଲା। ମାତ୍ର ଏଥିନିମନ୍ତେ ଜମି ଚିହ୍ନଟ ହୋଇପାରୁ ନ ଥିବା ନେଇ ତିହିଡ଼ି ଓକିଲ ସଂଘର କର୍ମକର୍ତ୍ତାଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ସଂଘ ପକ୍ଷରୁ ଏ ସମ୍ପର୍କରେ ପୁନର୍ବାର ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରାଯାଇ ତୁରନ୍ତ ପଦକ୍ଷେପ ନେବାକୁ ଦାବି କରାଯାଇଛି।
ଉଲ୍ଲେଖନୀୟ ଯେ, ଗତ ଜାନୁୟାରୀ ୧୯ ତାରିଖରେ ଓକିଲ ସଂଘ ପକ୍ଷରୁ ଏ ନେଇ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯିବା ସହ ୧୫ ଦିନ ମଧ୍ୟରେ ପଦକ୍ଷେପ ନେବାକୁ ଦାବି ଜଣାଇଥିଲେ। ଏହାପରେ କୋର୍ଟ ପ୍ରତିଷ୍ଠା ପାଇଁ ସରକାରୀ ଜମି ଚିହ୍ନଟ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଏପରିକି ସରକାରୀ ଜମି ନ ମିଳିଲେ ଘରୋଇ ଜମି ଚିହ୍ନଟ କରି କ୍ରୟ କରିବା ଏବଂ ଆବଶ୍ୟକ ପଡ଼ିଲେ ଭଡ଼ାଘରେ କୋର୍ଟ ଚଳାଇବା ଲାଗି ହାଇକୋର୍ଟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲା। ପ୍ରଶାସନ ପକ୍ଷରୁ କୌଣସି ରିପୋର୍ଟ ପ୍ରଦାନ କରାଯାଇ ନ ଥିବାରୁ ଏପରି ବିଳମ୍ବ ହୋଇଥିବା ଜଣାଯାଇଛି। ଜିଲାର ଅନ୍ୟ ବ୍ଲକଗୁଡ଼ିକରେ ଏହି କୋର୍ଟ ସ୍ଥାପନ ହୋଇଥିବାବେଳେ ତିହିଡ଼ିରେ ହୋଇପାରି ନାହିଁ। ଫଳରେ ବ୍ଲକର ସର୍ବାଧିକ ମାମଲା ଜିଲା କୋର୍ଟରେ ବିଚାର ନ ହୋଇ ପଡ଼ିରହିଛି। ୨୦୧୭ ମସିହା ଜାନୁୟାରୀ ମାସ ପର୍ଯ୍ୟନ୍ତ ଜୁନିୟର ଡିଭିଜନରେ ୪୫୩ଟି ସିଭିଲ୍‌ ଏବଂ ୨୬୨୬ ଫୌଜଦାରି ମାମଲା ବିଚାରାଧୀନ ରହିଛି। ଏଥିଯୋଗୁ ତିହିଡ଼ି ଅଞ୍ଚଳବାସୀ ସମସ୍ୟାର ସମ୍ମୁଖୀନ ହେଉଥିବା କୁହାଯାଇଛି। ଏହି ପରିପ୍ରେକ୍ଷୀରେ ତୁରନ୍ତ ଜମି ଚିହ୍ନଟ କରି କୋର୍ଟ ପ୍ରତିଷ୍ଠା କରାଯିବା ଲାଗି ସଂଘର ସଭାପତି ସୂର୍ଯ୍ୟରଞ୍ଜନ ମିଶ୍ର, ଉପସଭାପତି ମନୋରଞ୍ଜନ ଦାସ, ସମ୍ପାଦକ ବିଷ୍ଣୁଚରଣ ଦାସ, ସହସମ୍ପାଦକ ଗୌରହରି ମହାନ୍ତି ଓ କୋଷାଧ୍ୟକ୍ଷ ତପନ ମିଶ୍ର ପ୍ରମୁଖ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜମୁଛି ପ୍ରଚାର: ଗାଁ ମୁହାଁ ପ୍ରାର୍ଥୀ

ଆଗରପଡ଼ା,୨୮।୪(ସୁଶାନ୍ତ ଦାଶ): ଭଣ୍ଡାରିପୋଖରୀ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ସଞ୍ଜୀବ ମଲ୍ଲିକ ବନ୍ତ ବ୍ଲକର ୧୪ ନଂ. ଆଗରପଡ଼ା ଜୋନ୍‌ର ବିଭିନ୍ନ ପଞ୍ଚାୟତ...

ଭାଜପାରୁ ଲଢ଼ିବେ ବାଣୀକଲ୍ୟାଣ

ବାସୁଦେବପୁର,୨୮।୪(ନାରାୟଣ ପ୍ରସାଦ ବାରିକ୍‌)ଭଦ୍ରକ ଜିଲା ବାସୁଦେବପୁର ବିଧାନସଭା କ୍ଷେତ୍ର ପାଇଁ ନବାଗତ ଯୁବନେତା ବାଣୀକଲ୍ୟାଣ ମହାନ୍ତିଙ୍କୁ ପ୍ରାର୍ଥୀ ଭାବେ ଭାଜପା ଶନିବାର ଘାଷଣା କରିଛି। ଯୁବ...

କାଦବରାଙ୍ଗରେ ରାଜନୈତିକ ହିଂସା

ଆଗରପଡ଼ା,୨୮ା୪(ସୁଶାନ୍ତ ଦାଶ)ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଶୁକ୍ରବାର ରାତିରେ ଆଗରପଡ଼ା ଥାନା ଅଧୀନ କାଦବରାଙ୍ଗ ବଜାରରେ ରାଜନୈତିକ ହିଂସା ଘଟିଛି। ଏହି ବିବାଦରୁ ଦୋକାନ...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri