Posted inରାଜ୍ୟ

ତୀବ୍ର ଅବପାତରେ ପରିଣତ ହେଲା ଘୂର୍ଣ୍ଣିଝଡ଼, ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ଓଡ଼ିଶାର ୫ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର, ୨।୧୨: ଦକ୍ଷିଣ ଏବଂ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିଝଡ଼ ତୀବ୍ର ଅବପାତରେ ପରିଣତ ହୋଇଛି। ଏହା ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାତ୍ୟାର ରୂପ ନେବ ଏବଂ ଅଧିକ ଘନୀଭୂତ ହୋଇ ପଶ୍ଚିମ-ଉତ୍ତର- ପଶ୍ଚିମ ଦିଗରେ ଗତି କରିବ ବୋଲି ଭାରତୀୟ ପାଣିପାଗ ବିଭାଗ କହିଛି। ଆଇଏମ୍‌‌ଡି ପକ୍ଷରୁ ଜାରି ସୂଚନା ଅନୁସାରେ, ଏହି ସାମୁଦ୍ରିକ ଝଡ଼ ଏବେ ତାମିଲନାଡ଼ୁର ପୁଡୁଚେରୀ ଠାରୁ ୫୦୦ କିଲୋମିଟର ଏବଂ ଚେନ୍ନାଇ ଠାରୁ ୫୧୦ କି.ମି. ଦୂରରେ କେନ୍ଦ୍ରୀଭୂତ ହୋଇଛି।

ଆସନ୍ତା ୪ ତାରିଖରେ ଏହା ଦକ୍ଷିଣ ଆନ୍ଧ୍ର ଓ ଉତ୍ତର ତାମିଲନାଡ଼ୁ ଉପକୂଳ ନିକଟତର ହେବ। ୫ ତାରିଖରେ ନେଲୋର ଓ ମଚ୍ଛଲିପଟନମ ଉପୂକଳରେ ସ୍ଥଳଭାଗ ଛୁଇଁବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ସ୍ଥଳଭାଗ ଅତିକ୍ରମ ବେଳେ ପବନର ବେଗ ଘଣ୍ଟାପ୍ରତି ସର୍ବାଧିକ ୧୦୦ କିମି ରହିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଆସନ୍ତାକାଲି ଠାରୁ ୭ ତାରିଖ ଯାଏଁ ରାଜ୍ୟରେ ବର୍ଷାର ସମ୍ଭାବନା ରହିଛି।

୫ ତାରିଖରୁ ବର୍ଷାର ବିସ୍ତୃତି ବଢ଼ିବା ସହ ଦକ୍ଷିଣ-ଓଡ଼ିଶାର କିଛି ଜିଲ୍ଲାର ପ୍ରବଳ ବର୍ଷାର ସମ୍ଭାବନା ଅଛି। ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି ଏବଂ କୋରାପୁଟରେ ୭୦ରୁ ୨୦୦ ମିଲିମିଟର ବର୍ଷା ହେବା ନେଇ ବିଭାଗ ଚେତାବନୀ ଦେଇଛି। ପ୍ରବଳରୁ ଅତିପ୍ରବଳ ବର୍ଷାର ଆଶଙ୍କା ଥିବାରୁ ଏହି ୫ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସବୁ ବନ୍ଦରରେ ଏକ ନମ୍ବର ବିପଦ ସଙ୍କେତ ଜାରି କରାଯାଇଥିବାବେଳେ ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ଗଭୀର ସମୁଦ୍ର ମଧ୍ୟକୁ ମାଛ ଧରିବା ପାଇଁ ନ ଯିବାକୁ ମତ୍ସ୍ୟଜୀବୀମାନଙ୍କୁ ସତର୍କ କରାଯାଇଛି।

ସାମୁଦ୍ରିକ ଝଡ଼ ଓ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ ନିର୍ଦ୍ଦେଶାଳୟ ପକ୍ଷରୁ ଏହି ପାଞ୍ଚଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ମାର୍ଗଦର୍ଶିକା ଜାରି କରାଯାଇଛି। ଏଥିରେ ଘୂର୍ଣ୍ଣିଝଡ଼ ଯୋଗୁଁ ସୃଷ୍ଟି ହେବାକୁ ଥିବା ସମ୍ଭାବ୍ୟ ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଜରୁରୀ ପରିସ୍ଥିତି ଦୃଷ୍ଟିରୁ ଆଜିଠାରୁ ୬ ତାରିଖ ଯାଏଁ ଏହି ଜିଲ୍ଲାଗୁଡ଼ିକର ସମସ୍ତ କ୍ଷେତ୍ର କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଏଥିସହିତ ବାତ୍ୟାକୁ ଦୃଷ୍ଟିରେ ରଖି କୃଷକମାନେ ପାଚିଲା ଧାନ ତଥା ଅନ୍ୟାନ୍ୟ ଅମଳ ଯୋଗ୍ୟ ଶସ୍ୟଗୁଡ଼ିକୁ କ୍ଷେତରୁ ଆଣି ସୁରକ୍ଷିତ ସ୍ଥାନରେ ରଖିବା ପାଇଁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡରେ କାଳବୈଶାଖୀ ତାଣ୍ଡବ, ଟିଣ ଆଜବେଷ୍ଟ ପଡି କଟିଗଲା ଯୁବକଙ୍କ ହାତ

ଦେବଗଡ,୨୬।୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି । ଅନେକ ଲୋକଙ୍କ ଘର ଦ୍ୱାର ଭାଙ୍ଗି ବାସହରା ହୋଇ ପଡିଛନ୍ତି ।…

ବାରଙ୍ଗ ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ: ପରିବାର ଲୋକେ ଦେଲେ ଚେତାବନୀ

ଭୁବନେଶ୍ୱର/ବାରଙ୍ଗ,୨୬ା୫(ତ୍ରିନାଥ ମହାନ୍ତି/ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ହାଜତରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗରେ ସୋମବାର ରାତିରେ ଉତ୍ତେଜନା ଦେଖିବାକୁ ମିଳିଛି। ସ୍ଥାନୀୟ ଚଣ୍ଡୀପ୍ରସାଦ ଗ୍ରାମର ଶତାଧିକ ମହିଳାପୁରୁଷ ରାତିତମାମ…

ବିଳମ୍ବିତ ରାତିରେ ପୁଣି ୨ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ପୋଲିସର ଏନ୍‌କାଉଣ୍ଟର

ଵ୍ରହ୍ମପୁର, ୨୬।୫:(ସୁବାସ ଚନ୍ଦ୍ର ପାଢ଼ୀ): ଆଉ ଅପରାଧୀଙ୍କୁ ତ୍ରାହି ନାହିଁ । ଵ୍ରହ୍ମପୁର ପୋଲିସ ବିଗତ କିଛି ଦିନ ହେବ ଅପରାଧୀଙ୍କୁ ଏନକାଉଣ୍ଟର ଜାରି ରଖିଛି ।…

ପୁରୀରେ ହେବ BRICS ସମ୍ମିଳନୀ: ଯୋଗଦେବେ ବିଭିନ୍ନ ରାଷ୍ଟ୍ରର…

ଭୁବନେଶ୍ୱର,୨୫।୫: ଓଡ଼ିଶାରେ ପୁଣି ଏକ ବିଶ୍ୱସ୍ତରୀୟ ସମ୍ମିଳନୀ ଆୟୋଜନ ହେବାକୁ ଯାଉଛି। ଆସନ୍ତା ଜୁନ ୩ରୁ ପୁରୀରେ ହେବ BRICS ଦ୍ୱିତୀୟ ବୈଷୟିକ ସମ୍ମିଳନୀ। ଏହି ସମ୍ମିଳନୀରେ…

ବିଜେଡି ଛାଡିବା ପରେ ବଡ଼ ଗୁମର ଖୋଲିଲେ ଦେବାଶିଷ, କହିଲେ-ନବୀନ ବାବୁ ଭାଜପା ହାତ ଧରି…

ଭୁବନେଶ୍ୱର,୨୫।୫: ବିଜେଡି ଛାଡ଼ିବା ପରେ ଦେବାଶିଷ ସାମନ୍ତରାୟ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ନବୀନ ବାବୁ ଭାଜପା ହାତ ଧରି କ୍ୟାରିୟର ଆରମ୍ଭ କରିଥିଲେ। ବାଜପେୟୀ,…

OERC ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ପ୍ରଦୀପ

ଭୁବନେଶ୍ୱର,୨୩।୫: OERC ଅଧ୍ୟକ୍ଷ ପଦରୁ ପ୍ରଦୀପ ଜେନା ଇସ୍ତଫା ଦେଇଛନ୍ତି। ବ୍ୟକ୍ତିଗତ କାରଣ ଦର୍ଶାଇ ସେ ପଦବୀରୁ ଇସ୍ତଫା ଦେଇଥିବା ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି। ଏପରକି…

ପ୍ରଧାନମନ୍ତ୍ରୀଙ୍କୁ ଭେଟି ଏସବୁ ବିଷୟରେ ଆଲୋଚନା କଲେ ମୋହନ, ଓଡ଼ିଶାବାସୀ ଶୁଣିଲେ ହୋଇଯିବେ ଖୁସି!

ଭୁବନେଶ୍ୱର, ୨୫।୫: ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଦ୍ୱିତୀୟ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ ଆମନ୍ତ୍ରଣ କରିଥିବା ଜଣାପଡିଛି। ଏନେଇ ଏକ୍ସରେ ସୂଚନା…

ଇଦ-ଉଲ-ଜୁହା ଛୁଟି ପରିବର୍ତ୍ତନ: ଏହି ଦିନକୁ ଛୁଟି ଘୋଷଣା କଲେ ସରକାର

ଭୁବନେଶ୍ୱର,୨୫।୫: ଶେଷରେ ଇଦ-ଉଲ-ଜୁହା ଛୁଟିକୁ ନେଇ ଦ୍ୱନ୍ଦ୍ୱ ଦୂର ହୋଇଛି। ଆସନ୍ତା ୨୭ରେ ନୁହେଁ, ୨୮ରେ ଇଦ-ଉଲ-ଜୁହା ପାଇଁ ସରକାରୀ ଛୁଟି ଘୋଷଣା କରାଯାଇଛି। ଏନେଇ ସରକାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri