ତୀର୍ଥଯାତ୍ରାରେ ଗଲେ ୯୭୬ ବରିଷ୍ଠ ନାଗରିକ

ବ୍ରହ୍ମପୁର ଅଫିସ,୨୯।୨: ଗରିବ ଲୋକମାନଙ୍କ ପାଇଁ ତୀର୍ଥଯାତ୍ରା ସ୍ବପ୍ନ ଥିଲା। ଅର୍ଥାଭାବରୁ ତୀର୍ଥସ୍ଥାନକୁ ଯାଇ ପୂଣ୍ୟ ଅର୍ଜନ କରିବା ଆଶା ମଉଳି ଯାଉଥିଲା। ରାଜ୍ୟରେ ଗରିବ ଶ୍ରେଣୀର ବରିଷ୍ଠ ନାଗରିକମାନଙ୍କ ଏହି ସ୍ବପ୍ନକୁ ସାକାର କରିବା ପାଇଁ ୨୦୧୬ରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ବ୍ରହ୍ମପୁରରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଶୁଭାରମ୍ଭ ହୋଇଥିଲା। ଏହି ଯୋଜନାରେ ୧୩ଟି ପର୍ଯ୍ୟାୟରେ ୧୨,୦୦୦ରୁ ଉର୍ଦ୍ଧ୍ୱ ବରିଷ୍ଠ ନାଗରିକ ତୀର୍ଥଯାତ୍ରା କରିବାର ସୁଯୋଗ ପାଇଲେଣି। ଏହା ସେମାନଙ୍କ ମଧ୍ୟରେ ଆଧ୍ୟାତ୍ମିକ ଚେତନା ସୃଷ୍ଟି କରୁଛି ବୋଲି ଶୁକ୍ରବାର ବ୍ରହ୍ମପୁର ରେଳ ଷ୍ଟେଶନରେ ୧୪ତମ ପର୍ଯ୍ୟାୟ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଟ୍ରେନ ଶୁଭାରମ୍ଭ କରିବା ଅବସରରେ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ କହିଛନ୍ତି।
ବ୍ରହ୍ମପୁର ରେଳଷ୍ଟେଶନର ୪ନଂ. ପ୍ଲାର୍ଟଫର୍ମରୁ ଏହି ସ୍ବତନ୍ତ୍ର ଟ୍ରେନ ଦକ୍ଷିଣ ଓଡ଼ିଶାର ୮ଟି ଜିଲାରୁ ୯୭୬ ବରିଷ୍ଠ ନାଗରିକଙ୍କୁ ନେଇ ରାମେଶ୍ୱରମ୍‌, ମଦୁରାଇ, ତିରୁପତି ଅଭିମୁଖେ ଯାତ୍ରା ଆରମ୍ଭ କରିଛି । ମନ୍ତ୍ରୀ ପାଣିଗ୍ରାହୀ ତୀର୍ଥଯାତ୍ରୀମାନଙ୍କୁ ମିଠା, ଟିକେଟ, କିଟ୍‌ ପ୍ରଦାନ କରିଥିଲେ। ଆଗକୁ ଅଧିକରୁ ଅଧିକ ବରିଷ୍ଠ ନାଗରିକଙ୍କୁ ଏଥିରେ ସାମିଲ କରିବା ଲାଗି ପ୍ରୟାସ ଜାରି ରହିବ ବୋଲି ମନ୍ତ୍ରୀ ସୂଚନା ଦେଇଥିଲେ। ତୀର୍ଥଯାତ୍ରୀ ଟ୍ରେନ ଯାତ୍ରା ଆରମ୍ଭ କରିବା ବେଳେ ଅନ୍ୟମାନଙ୍କ ମଧ୍ୟରେ ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ, ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା, ଗଞ୍ଜାମ ଜିଲା ବିଜେଡି ସଭାପତି ଡା. ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ, ଜିଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ, କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ, ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା, ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ଉପଜିଲାପାଳ ସିନ୍ଧେ ଦତ୍ତାତ୍ରେୟ ଭାଉସାହେବ, ପୂର୍ବତନ ବିଡିଏ ଅଧ୍ୟକ୍ଷ ସୁବାସ ମହାରଣାଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ। ସ୍ବତନ୍ତ୍ର ଟ୍ରେନରେ କୋରାପୁଟ ଜିଲାରୁ ୧୧୩, ନବରଙ୍ଗପୁରରୁ ୮୩, ମାଲକାନଗିରିରୁ ୫୩, କନ୍ଧମାଳରୁ ୫୩, ବୌଦ୍ଧରୁ ୩୦, ରାୟଗଡାରୁ ୯୭, ଗଜପତିରୁ ୫୯, ବ୍ରହ୍ମପୁର ମହାନଗର ସମେତ ଗଞ୍ଜାମ ଜିଲାରୁ ୪୮୮ ତୀର୍ଥଯାତ୍ରୀଙ୍କ ସହ ୩୦ ପ୍ରଶାସନିକ ଅଧିକାରୀ ଦକ୍ଷିଣ ଭାରତ ଅଭିମୁଖେ ଯାତ୍ରା କରିଛନ୍ତି । ୫ ଦିନ ଯାତ୍ରା ଶେଷ କରି ଏମାନେ ଆସନ୍ତା ୫ ତାରିଖରେ ଫେରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀ ଭୋଟ ଉପରେ ସଭିଙ୍କ ନଜର

ବରଗଡ଼,୨୯ା୪(ପ୍ରେମାନନ୍ଦ ଖମାରୀ): ଆସନ୍ତା ମେ ୨୦’ରେ ବରଗଡ଼ ଜିଲାରେ ସାଧାରଣ ନିର୍ବାଚନକୁ ନେଇ ମତଦାନ ହେବ। ଅନ୍ୟପଟେ ସେହି ମାସ ୧୦ ତାରିଖରୁ ବରଗଡ଼ ସମେତ...

ଘାଟିରୁ ଖସିଲା ପେପର ରୋଲ୍‌ ବୋଝେଇ ଟ୍ରକ୍‌: ଡ୍ରାଇଭର, ହେଲପର ଆହତ

ଖଲ୍ଲିକୋଟ,୨୯ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବଡ଼ଘାଟିରେ ସୋମବାର ଭାରସାମ୍ୟ ହରାଇ ୫୦ଫୁଟ ତଳକୁ ଏକ...

ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ

କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍‌କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ...

ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ବର୍ଷା, ବାପାଙ୍କ ସମାଧିପୀଠରେ ପୂଜାର୍ଚ୍ଚନା କରି ହେଲେ ଭାବବିହ୍ବଳ

ପଦ୍ମପୁର,୨୯ା୪(ପ୍ରଦୀପ୍ତ ଦାଶ): ସୋମବାର ପଦ୍ମପୁର ନିର୍ବାଚନ ମଣ୍ଡଳୀର ବିଧାୟିକା ବର୍ଷା ସିଂ ବରିହା ତାଙ୍କ ନାମାଙ୍କନପତ୍ର ଦାଖଲ କରିବା କାର୍ଯ୍ୟକ୍ରମ ରହିଥିବାବେଳେ ସକାଳୁ ସକାଳୁ ପଦ୍ମପୁରସ୍ଥିତ...

ଉପକୂଳ ଓଡ଼ିଶାରେ ବହିବ ସାମୁଦ୍ରିକ ଝଡ଼

ଭୁବନେଶ୍ୱର,୨୯ା୪: ସୋମବାର ସକାଳ ସାଢ଼େ ୮ଟା ସୁଦ୍ଧା ବିଭିନ୍ନ ସ୍ଥାନର ତାପମାତ୍ରା ରେକର୍ଡ କରାଯାଇଛି। ବାରିପଦାରେ ତାପମାତ୍ରା ୩୬ ଡିଗ୍ରୀ ଥିବା ବେଳେ ବାଲେଶ୍ୱରରେ ୩୬,...

ପଖାଳକୁ ଭାରି ପଡ଼ିଲାଣି ପିଆଜ, ଆଳୁ

ବଲାଙ୍ଗୀର,୨୯ା୪(ବୀରେନ୍ଦ୍ର କୁମାର ଝାଙ୍କର): ପ୍ରଚଣ୍ଡ ଖରାରେ ତାପମାତ୍ରା ବୃଦ୍ଧି ଏବେ ଲୋକଙ୍କୁ ଅସ୍ତବ୍ୟସ୍ତ କରି ପକାଇଛି। ଏତିକି ବେଳେ ଆଳୁ, ପିଆଜ ଏବଂ ପନିପରିବା ଦରବୃଦ୍ଧି...

ବାସି, ଦୂଷିତ ଖାଦ୍ୟ ବିକ୍ରି ବଢ଼ୁଛି

ନୟାଗଡ଼,୨୯।୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ବିଭିନ୍ନ ହୋଟେଲ, ଢ଼ାବା, ଜଳଖିଆ ଦୋକାନରେ ବିକ୍ରି ହେଉଥିବା ଖାଦ୍ୟ ଆଖିକୁ ଭଲ ଦେଖାଯାଉଥିଲେ ହେଁ ଗୁଣବତ୍ତା(ମାନ) ଠିକ୍‌ ରହୁନି...

ଲୁରୁ ଗ୍ରାମରେ ପଡ଼ିନାହିଁ ବିକାଶର ପାଦଚିହ୍ନ

ପାରଳାଖେମୁଣ୍ଡି,୨୯ା୪ (ଗିରିଧାରୀ ପରିଛା): ସରକାର ଯୋଜନା ଉପରେ ଯୋଜନା କରୁଛନ୍ତି। ହେଲେ ଅନେକ ଯୋଜନା ବହୁ ଜାଗାରେ ପହଞ୍ଚି ପାରୁନାହିଁ। ଦୀର୍ଘ ବର୍ଷର ସ୍ଥାୟୀ ସରକାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri