ତୀର୍ଥଯାତ୍ରୀଙ୍କୁ ଲୁଟ୍‌ ଉଦ୍ୟମ ପଣ୍ଡ, ୩ ଗିରଫ

ଅନୁଗୋଳ ଅଫିସ/ବଅଁରପାଳ,୩।୧ – ଅନୁଗୋଳ ଜିଲା ବଅଁରପାଳ ଥାନା ତଳମୂଳ ଉଚ୍ଚ ବିଦ୍ୟାଳୟ ନିକଟରେ ବୁଧବାର ବିଳମ୍ବିତ ରାତିରେ ତୀର୍ଥଯାତ୍ରୀଙ୍କଠାରୁ ଲୁଟ୍‌ ଉଦ୍ୟମ ପଣ୍ଡ ହୋଇଛି। ଜଣେ ଯୁବକଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୩ ଦୁର୍ବୃତ୍ତଙ୍କୁ ତୀର୍ଥଯାତ୍ରୀମାନେ କାବୁ କରି ପୋଲିସ ଜିମା ଦେଇଛନ୍ତି। ପରେ ପୋଲିସ ସେମାନଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗିରଫମାନେ ହେଲେ ଢେଙ୍କାନାଳ ଜିଲା କଣ୍ଟାବଣିଆ ଥାନା ନୂଆଗାଁ ଅଞ୍ଚଳର ଶର୍ମା ନନ୍ଦ ଗଡ଼ନାୟକ(୩୨), ବଅଁରପାଳ ଥାନା ଗଡ଼ତଳମୂଳ ଅଞ୍ଚଳର ପ୍ରକାଶ ପଟ୍ଟନାୟକ(୨୬) ଓ ସୁବାସ ଭୋଇ(୨୪)। ସେମାନଙ୍କ ନିକଟରୁ ୩ଟି ବାଇକ, ଗୋଟିଏ ଦେଶୀ ବନ୍ଧୁକ, ୩ ଜୀବନ୍ତ ଗୁଳି, ଗୋଟିଏ ସୁନାର ହନୁମାନ ଲକେଟ୍‌ ଓ ୪ଟି ମୋବାଇଲ ଜବତ କରାଯାଇଥିବା ବଅଁରପାଳ ଥାନା ଅଧିକାରୀ ସୁନୀଲ କୁମାର କର ସୂଚନା ଦେଇଛନ୍ତି।
ପୋଲିସ କହିଛି, ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଗ୍ରାମର ୧୫ରୁ ଊର୍ଦ୍ଧ୍ୱ ତୀର୍ଥଯାତ୍ରୀ ପୁରୀ ଓ ତାରା ତାରିଣୀରୁ ତୀର୍ଥ ସାରି ୨ଟି ବୋଲେରୋରେ ଫେରୁଥିବାବେଳେ ତଳମୂଳଠାରେ ସମ୍ପୃକ୍ତ ଅଭିଯୁକ୍ତମାନେ ସେମାନଙ୍କୁ ଅଟକାଇ ଥିଲେ। ପରେ ବନ୍ଧୁକ ଦେଖାଇ ଭୟଭୀତ କରାଇଥିଲେ। ସେହି ସମୟରେ ଉକ୍ତ ଗାଡ଼ିରେ ଥିବା ଜଣେ ଯୁବକ ସାହସ କରି ଅନୁଗୋଳ ପୋଲିସ କଣ୍ଟ୍ରୋଲ ରୁମ୍‌କୁ ଫୋନ୍‌ କରିବା ସହ ଜଣେ ଦୁର୍ବୃତ୍ତ ପିନ୍ଧିଥିବା ହେଲମେଟକୁ ମୁଥ ମାରିଥିଲେ। ଫଳରେ ଦୁର୍ବୃତ୍ତ ଜଣକ ତଳେ ପଡ଼ିଯାଇଥିଲେ। ପରେ ଅନ୍ୟ ୨ ଦୁର୍ବୃତ୍ତଙ୍କୁ ତୀର୍ଥଯାତ୍ରୀମାନେ କାବୁ କରିନେଇଥିଲେ। ତଳେ ପଡ଼ିଯାଇଥିବା ଦୁର୍ବୃତ୍ତ ଜଣଙ୍କ କୌଶଳକ୍ରମେ ସେଠାରୁ ଖସି ପଳାଇଥିଲେ। ପରେ ମହୀଧରପୁର ଫାଣ୍ଡି ଓ ବଅଁରପାଳ ଥାନା ପୋଲିସ ପହଞ୍ଚତ୍ ଧରାପଡ଼ିଥିବା ୨ଜଣଙ୍କ ସହ ଖସି ପଳାଇଥିବା ଦୁର୍ବୃତ୍ତଙ୍କୁ କାବୁ କରିଥିଲେ। ଏ ନେଇ ପୋଲିସ ନଂ. ୨/୨୦୨୦ରେ ଏକ ମାମଲା ରୁଜୁ କରି ଗିରଫ ଦୁର୍ବୃତ୍ତଙ୍କୁ କୋର୍ଟ ଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri