Posted inଖେଳ

ତୃତୀୟ ଆଶେସ ଟେଷ୍ଟ: ଅଷ୍ଟ୍ରେଲିଆ ୧୭୯ ରନରେ ସୀମିତ

ଲିଡ୍ସ (ୟୁନାଇଟେଡ କିଙ୍ଗଡମ୍‌),୨୩|୮ (ଏଏଫ୍‌ପି)-ସ୍ଥାନୀୟ ହେଡିଂଲେଠାରେ ଗୁରୁବାର ତୃତୀୟ ଆଶେସ ଟେଷ୍ଟ ଆରମ୍ଭ ହୋଇଛି। ମେଘୁଆ ପାଗ ବୋଲରଙ୍କୁ ସୁହାଇବ ବୋଲି ଆଶା ରଖି ଇଂଲଣ୍ଡ ଅଧିନାୟକ ଜୋ ରୁଟ୍‌ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲେ। ବୋଲରମାନେ ପ୍ରଭାବୀ ବୋଲିଂ କରି ରୁଟ୍‌ଙ୍କ ନିଷ୍ପତ୍ତି ଯଥାର୍ଥ ବୋଲି ସାବ୍ୟସ୍ତ କରିଥିଲେ। ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ମାତ୍ର ୧୭୯ କରି ଆଲଆଉଟ ହୋଇଯାଇଥିଲା। ଦଳ ପକ୍ଷରୁ ମାର୍ନସ ଲବୁସ୍କେନ୍‌ ସର୍ବାଧିକ ୭୪ରନ କରିଥିବା ବେଳେ ଓପନର ଡେଭିଡ ଓ୍ବାର୍ନର ୬୧ରନ କରିଥିଲେ। ଉଇକେଟକିପର ତଥା ଅଧିନାୟକ ଟିମ୍‌ ପେନ୍‌ ୧୧ରନ କରିଥିବାବେଳେ ଅନ୍ୟ କୌଣସି ବ୍ୟାଟ୍ସମ୍ୟାନ ଦୁଇଅଙ୍କ ସ୍ପର୍ଶ କରିପାରି ନ ଥିଲେ। ଭ୍ରମଣକାରୀ ଦଳର ବ୍ୟାଟିଂ ବିପର୍ଯ୍ୟୟରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ଇଂଲଣ୍ଡ ବୋଲର ଜୋଫ୍ରା ଆର୍ଚର। ସେ ୪୫ ରନ ବିନିମୟରେ ୬ଟି ଉଇକେଟ ଅକ୍ତିଆର କରିଥିଲେ। ଷ୍ଟୁଆର୍ଟ ବ୍ରଡ ୨ ଉଇକେଟ ନେଇଥିବା ବେଳେ କ୍ରିସ୍‌ ଓକ୍ସ ଓ ବେନ୍‌ ଷ୍ଟୋକ୍ସ ଗୋଟିଏ ଲେଖାଏଁ ଉଇକେଟ ସଫଳତା ପାଇଥିଲେ।
ବର୍ଷାଜନିତ କାରଣରୁ ଖେଳ ଏକ ଘଣ୍ଟା ବିଳମ୍ବରେ ଆରମ୍ଭ ହୋଇଥିଲା। ପୂର୍ବରୁ ଡକରା ପାଇ ଆସିଥିବା ଅଷ୍ଟ୍ରେଲୀୟ ଓପନର ମାର୍କସ ହାରିସ ମାତ୍ର ୮ ରନ କରି ଜୋଫ୍ରା ଆର୍ଚରଙ୍କ ବଲ୍‌ରେ ବେୟାରଷ୍ଟୋଙ୍କ ଦ୍ୱାରା କ୍ୟାଚ ଆଉଟ ହୋଇଯାଇଥିଲେ। ଦଳର ସ୍କୋର ସେତେବେଳକୁ ମାତ୍ର ୧୨ ରନ ଥିଲା। ମଧ୍ୟାହ୍ନ ଭୋଜନ ପୂର୍ବରୁ ମାତ୍ର ୪ ଓଭର ବୋଲିଂ ସମ୍ଭବ ହୋଇଥିଲ। ଭ୍ରମଣକାରୀ ଦଳ ଏହି ମ୍ୟାଚରୁ ଓପନର କାମେରନ ବ୍ୟାଙ୍କ୍ରଫ୍ଟଙ୍କୁ ବାଦ୍‌ ଦେଇଥିଲା। ଏହି ବ୍ୟାଟ୍ସମ୍ୟାନ ଗତ ୪ଟି ଇନିଂସରେ ମାତ୍ର ୪୪ ରନ କରିବାରେ ସକ୍ଷମ ହୋଇଛନ୍ତି। ଡେଭିଡ ଓ୍ବାର୍ନରଙ୍କ ପାର୍ଟନର ହେବାଲାଗି ହାରିସଙ୍କୁ ଦଳରେ ନେଇଥିଲା। ଲଡର୍‌ସଠାରେ ଅନୁଷ୍ଠିତ ଦ୍ୱିତୀୟ ଟେଷ୍ଟ ମ୍ୟାଚ ବର୍ଷାରେ ପ୍ରଭାବିତ ହେବା ସହ ଡ୍ର ଭାବେ ଶେଷ ହୋଇଥିଲା। ଉଭୟଙ୍କୁ ଇଂଲଣ୍ଡର ନୂଆ ବଲ୍‌ ବୋଲର ଷ୍ଟୁଆର୍ଟ ବ୍ରଡ୍‌ ଏବଂ ଆର୍ଚରଙ୍କ ବୋଲିଂ ବିରୋଧରେ ସଂଘର୍ଷ କରିବାକୁ ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ନୀତୀଶ ରାଣାଙ୍କୁ ବଡ଼ ଜରିମାନା, କାହିଁକି ଜାଣନ୍ତୁ…

ଚେନ୍ନାଇ,୧୨ା୪:ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟର ନୀତୀଶ ରାଣାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌…

କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କଲା ପଦ୍ମପୁର ବନ ବିଭାଗ, ମିଳିଲା….

ପଦ୍ମପୁର,୧୨।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗକୁ ସଫଳତା । ଶନିବାର ଜଗଦଳପୁର ଥାନା ଅନ୍ତର୍ଗତ ଲୋହରା କୋଟ ଗ୍ରାମ ପାଖରୁ ଏକ ସାଗୁଆନ ଗଣ୍ଡି ବୋଝେଇ ମେକ୍ସ…

ବରଗଡରେ ୨ଟି ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ… ନା ଦେଖିଥିଲେ ଜାତି, ନା ଦେଇଥିଲେ ଯୌତୁକ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ନ ଥିଲା ଜାତି ଭେଦଭାବ। ବାହାରି ନ ଥିଲା ବରାତି ଶୋଭାଯାତ୍ରା। କେବଳ ୨ଟି ଫୁଲମାଳା…

ଦୋକାନରେ ଚାଲିଥିଲା ଗଞ୍ଜେଇ ବିକ୍ରି, ପୋଲିସ ଅତର୍କିତ ଚଢ଼ାଉ କରି…

ତିହିଡ଼ି,୧୨ା୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବଜାରରେ ଥିବା ଏକ ବେଆଇନ ଗଞ୍ଜେଇ ଦୋକାନ ଉପରେ ତିହିଡ଼ି ପୋଲିସ ଅତର୍କିତ ଚଢ଼ାଉ କରି ଜଣେ ଗଞ୍ଜେଇ ବିକ୍ରେତା…

US Iran Peace Talks In Pakistan: ବିଫଳ ହେଲା ଶାନ୍ତି ଆଲୋଚନା, କିନ୍ତୁ କାହିଁକି ପାକିସ୍ତାନକୁ ଧନ୍ୟବାଦ ଦେଲା ଇରାନ? ଜାଣନ୍ତୁ ଏହାର ବଡ଼ କାରଣ

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ସମ୍ପୂର୍ଣ୍ଣ ବିଫଳତାରେ ଶେଷ ହୋଇଥିଲା। ୨୧ ଘଣ୍ଟା ଧରି ଚାଲିଥିବା ଆଲୋଚନା…

ଆରମ୍ଭ ହେଲା ହର୍ମୁଜ ପ୍ରଣାଳୀର ସଫେଇ… ଯୁଦ୍ଧଜାହାଜ, ଡ୍ରୋନ, ହେଲିକପ୍ଟର ନିୟୋଜିତ; ଆମେରିକାର ‘ହାଇଟେକ ଅପରେଶନ’ ଆରମ୍ଭ

ତେହରାନ,୧୨।୪: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଆମେରିକା ହର୍ମୁଜ ପ୍ରଣାଳୀରେ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଏହି ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ…

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri