Posted inଖେଳ

ତୃତୀୟ ଟି୨୦ରେ ନ୍ୟୁଜିଲାଣ୍ଡ ବିଜୟୀ

ନେଲସନ, ୫।୧୧- ଭ୍ରମଣକାରୀ ଇଂଲଣ୍ଡ ବିପକ୍ଷରେ ମଙ୍ଗଳବାର ଏଠାରେ ଖେଳାଯାଇଥିବା ୩ୟ ଟି୨୦ ମ୍ୟାଚକୁ ନ୍ୟୁଜିଲାଣ୍ଡ ୧୪ ରନରେ ଜିତିନେଇଛି। ଏଥିସହ ୫ ମ୍ୟାଚ୍‌ବିଶିଷ୍ଟ ସିରିଜରେ ଘରୋଇ ନ୍ୟୁଜିଲାଣ୍ଡ ୨-୧ରେ ଅଗ୍ରଣୀ ଲାଭ କରିଛି। ପୂର୍ବରୁ ସିରିଜର ପ୍ରଥମ ମ୍ୟାଚ୍‌କୁ ଇଂଲଣ୍ଡ ୭ ଉଇକେଟ୍‌ରେ ଜିତିଥିଲା। ତେବେ ଦ୍ୱିତୀୟ ମ୍ୟାଚ୍‌କୁ ୨୧ ରନରେ ଜିତି ନ୍ୟୁଜିଲାଣ୍ଡ ବରାବର୍‌ସ୍ଥିତିକୁ ଆସିଥିଲା। ସିରିଜର ୪ର୍ଥ ମ୍ୟାଚ୍‌ ଶୁକ୍ରବାର ନାପିଅରରେ ଖେଳାଯିବ।
ସ୍ଥାନୀୟ ସାକ୍ସଟନ ଓଭାଲ ଗ୍ରାଉଣ୍ଡରେ ଖେଳାଯାଇଥିବା ଏହି ୩ୟ ଟି୨୦ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଅଧିନାୟକ ଟିମ୍‌ ସୌଦୀ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ। ପ୍ରାରମ୍ଭରୁ ଦଳ ବିସ୍ଫୋରକ ବ୍ୟାଟ୍ସମ୍ୟାନ କଲିନ୍‌ ମୁନରୋ (୬ ରନ)ଙ୍କ ଉଇକେଟ୍‌ ହରାଇଥିଲା। କିନ୍ତୁ ମଧ୍ୟକ୍ରମରେ କଲିନ୍‌ ଡି ଗ୍ରାଣ୍ଡହୋମଙ୍କ ଅର୍ଦ୍ଧଶତକ ସାଙ୍ଗକୁ ଅନ୍ୟ ବ୍ୟାଟ୍ସମ୍ୟାନଙ୍କ ମିଳିତ ବ୍ୟାଟିଂ ସଫଳତା ବଳରେ ଘରୋଇ ଦଳ ୨୦ ଓଭରରେ ୭ ଉଇକେଟ୍‌ ହରାଇ ୧୮୦ ରନ ସଂଗ୍ରହ କରିଥିଲା। ଗ୍ରାଣ୍ଡହୋମ୍‌ ୩୫ ବଲରୁ ୫ ଚୌକା ଓ ୩ ଛକା ସହାୟତାରେ ୫୫ ରନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଓପନର୍‌ ମାର୍ଟିନ ଗୁପଟିଲ ୩୩, ରସ୍‌ ଟେଲର ୨୭, ଜେମ୍ସ ନିଶାମ ୨୫, ମିଚେଲ ସାଣ୍ଟନର ୧୫ ରନ କରିଥିଲେ। ଇଂଲଣ୍ଡ ପକ୍ଷରୁ ଟମ୍‌ କୁରାନ ୨ଟି ଏବଂ ସାମ୍‌ କୁରାନ, ଶକିବ ମହମ୍ମଦ, ପ୍ୟାଟ୍ରିକ ବ୍ରାଉନ ଓ ମାଥ୍ୟୁ ପାର୍କିଶନ ଗୋଟିଏ ଲେଖାଏ ଉଇକେଟ୍‌ ନେଇଥିଲେ। ଜବାବରେ ୧୮୧ ରନର ଲକ୍ଷ୍ୟକୁ ପିଛା କରିଥିବା ଇଂଲଣ୍ଡ ଏକଦା ୧୫ ଓଭରରେ ୨ ଉଇକେଟ୍‌ ହରାଇ ୧୩୯ ରନ କରି ସୁବିଧାଜନକ ସ୍ଥିତିରେ ରହିଥିଲା। ଶେଷ ୩୦ ବଲରୁ ବିଜୟ ପାଇଁ ଦଳକୁ ୪୨ ରନ ଆବଶ୍ୟକ ହେଉଥିଲା। କିନ୍ତୁ ମଧ୍ୟକ୍ରମ ବ୍ୟାଟ୍ସମ୍ୟାନଙ୍କ ବିଫଳତା ଯୋଗୁ ଦଳ ୨୦ ଓଭରର ୭ ଉଇକେଟ ହରାଇ ୧୬୬ ରନ କରିବାକୁ ସମର୍ଥ ହୋଇଥିଲା। ଇଂଲଣ୍ଡର ପ୍ରାରମ୍ଭିକ ୪ ବ୍ୟାଟ୍ସମ୍ୟାନ ଟମ୍‌ ବାଣ୍ଟନ (୧୮), ଡେଭିଡ ମଲାନ (୫୫), ଜେମ୍ସ ଭିନିକ (୪୯) ଓ ଅଧିନାୟକ ଇଅନ ମୋର୍ଗାନ (୧୮)ଙ୍କୁ ଛାଡ଼ିଦେଲେ ଅନ୍ୟ କୌଣସି ବ୍ୟାଟ୍ସମ୍ୟାନ ସଫଳ ହୋଇପାରି ନ ଥଲେ। ବିଜୟୀ ଦଳ ପକ୍ଷରୁ ଲୋକି ଫର୍ଗୁଶନ ଓ ବ୍ଲେୟାର ଟିକ୍‌ନର ୨ଟି ଲେଖାଏ ଉଇକେଟ୍‌ ନେଇଥିଲେ। ଗ୍ରାଣ୍ଡହୋମ୍‌ଙ୍କୁ ମ୍ୟାଚ୍‌ର ଶ୍ରେଷ୍ଠ ଖେଳାଳି ପୁରସ୍କାର ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇପିଏଲ୍‌ ୨୦୨୪ର ନୂଆ ହିରୋ ଶଶାଙ୍କ କିଏ? ୧୦୦ ଟେଷ୍ଟ ଖେଳିଥିବା କ୍ରିକେଟର ବି କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୪: ଆଇପିଏଲ୍‌ ୨୦୨୪କୁ ମିଳିଛି ନୂଆ ହିରୋ। ସେ କୌଣସି ବିଦେଶୀ ଖେଳାଳି ନୁହନ୍ତି ବରଂ ପଞ୍ଜାବ କିଙ୍ଗ୍ସର ଅନ୍‌କ୍ୟାପ୍ଡ ଖେଳାଳି ଶଶାଙ୍କ ସିଂ। ଶଶାଙ୍କଙ୍କୁ...

ସେମିରେ ଦୀପିକା କୁମାରୀ

ସାଂଘାଇ, ୨୭ା୪: ମାତୃତ୍ୱ ଲାଭ ପରେ ମଧ୍ୟ ଭାରତର ପୂର୍ବତନ ବିଶ୍ୱର ନମ୍ବର-୧ ତୀରନ୍ଦାଜ ଦୀପିକା କୁମାରୀ ତାଙ୍କ ଭଲ ପ୍ରଦର୍ଶନ ଜାରି ରଖିଛନ୍ତି। ଏଠାରେ...

ଆଜିଠାରୁ ଥୋମାସ୍‌, ଉବର କପ୍‌

ଚେଙ୍ଗ୍‌ଡୁ, ୨୭ା୪ ଥୋମାସ କପ୍‌ ଓ ଉବର କପ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା ଏଠାରେ ଶନିବାରଠାରୁ ଆରମ୍ଭ ହେବ। ଭାରତୀୟ ପୁରୁଷ ଦଳ ଏଥର ଥୋମାସ କପ୍‌...

ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା କଲେ ବଡ଼ ଘୋଷଣା

ସାଓ ପାଉଲୋ, ୨୭ା୪: ଛଅ ଥର ମହିଳା ବିଶ୍ୱକପ୍‌ ଖେଳିଥିବା ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା ଚଳିତ ବର୍ଷ ଶେଷ ହେବା ପରେ ଜାତୀୟ ଦଳରୁ...

ଆଇପିଏଲ୍‌ ଇତିହାସରେ ସର୍ବାଧିକ ରନ୍‌ ଚେଜ୍‌

କୋଲକାତା, ୨୭।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ କରିଥିବା ୨୬୧ ରନ ପର୍ଯ୍ୟାପ୍ତ ହେଲାନି। ଜନି ବେୟାରଷ୍ଟୋଙ୍କ ଅପରାଜିତ ଶତକ ସହାୟତାରେ ପଞ୍ଜାବ କିଙ୍ଗ୍ସ...

ଟି୨୦ ବିଶ୍ୱକପ୍‌ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ।...

ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ପଣ୍ଟିଂଙ୍କ ଖୁଲାସା: ଯେଉଁ ବ୍ୟାଟ୍‌ରେ ଶତକ ମାରୁଥିଲେ…

ନୂଆଦିଲ୍ଲୀ,୨୬।୪: ଦୁଇ ଥର ବିଶ୍ୱକପ୍‌ ବିଜେତା ଅଷ୍ଟ୍ରେଲିଆ ଅଧିନାୟକ ରିକି ପଣ୍ଟିଂ ଏବେ ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ୍‌ ଭାବେ ଦାୟିତ୍ୱ ସମ୍ପାଦନ କରୁଛନ୍ତି। ଦିନ...

ପାକିସ୍ତାନକୁ ହରାଅ, ତୁମକୁ ଭୂରି ଭୋଜନ ମୁଁ ଦେବି- ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ କିଛି ଏଭଳି କହିଥିଲେ ସଚିନ…

ନୂଆଦିଲ୍ଲୀ,୨୬।୪: କୌଣସି ଫର୍ମାଟ ହେଉ ନା କାହିଁକି ଭାରତ ପାକିସ୍ତାନ ମ୍ୟାଚ୍‌ କଥା ପଡ଼ିଲେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥାଏ। ହେଲେ ଦୁଇ ଦେଶ ଏବେ କେବଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri