ତୃତୀୟ ତ୍ରୈମାସ ବିକାଶ ହାର ଖସିବ

ନୂଆଦିଲ୍ଲୀ,୨୬-୧୧: ୨୦୧୯-୨୦ ଆର୍ଥତ୍କ ବର୍ଷରେ ଦ୍ୱିତୀୟ ତ୍ରୈମାସରେ ଦେଶର ଜିଡ଼ିପି ଅଭିବୃଦ୍ଧି ୬ ବର୍ଷର ସର୍ବନିମ୍ନ ସ୍ତର ୫%କୁ କମିଛି। ଏହା ତୃତୀୟ ତ୍ରୈମାସରେ ଆହୁରି ଖସିବ ବୋଲି ସିଙ୍ଗାପୁର ଭିତ୍ତିକ ଡିବିଏସ୍‌ ବ୍ୟାଙ୍କ ପକ୍ଷରୁ ଅନୁମାନ କରାଯାଇଛି। ବ୍ୟାଙ୍କ ଏହାର ରିପୋର୍ଟରେ କହିଛି ଯେ, ଅକ୍ଟୋବର-ଡିସେମ୍ବରରେ ଭାରତା ବିକାଶ ହାର ହ୍ରାସ ଘଟି ୪.୩% ରହିପାରେ। ଘରୋଇ କ୍ଷେତ୍ର ଆର୍ଥତ୍କ କାର୍ଯ୍ୟକଳାପ ହ୍ରାସ ହେବା ଯୋଗୁ ଏହା ବିଭିନ୍ନ କ୍ଷେତ୍ର ଉପରେ ପ୍ରଭାବ ପକାଉଛି। ଏଥିଯୋଗୁ ଚାହିଦା ମଧ୍ୟ ପ୍ରଭାବିତ ସ୍ଥିତିରେ ରହିବ ବୋଲି ଆକଳନ କରାଯାଉଛି। ଏହି ସମୟରେ ନୂଆ ପ୍ରକଳ୍ପ ଘୋଷଣା ସର୍ବନିମ୍ନ ସ୍ତରରେ ରହିଛି। କଞ୍ଜ୍ୟୁମର ଡ୍ୟୁରେବଲ୍ସ, କ୍ୟାପିଟାଲ ଗୁଡସ ଏବଂ ବିଭିନ୍ନ ସାମଗ୍ରୀ କ୍ଷେତ୍ରରେ ଉତ୍ପାଦନ ହାର ମନ୍ଥର ରହିଛି। ଲୋକମାନଙ୍କର ରୋଜଗାର ଭଳି ପ୍ରସଙ୍ଗ ଉପଭୋକ୍ତାଙ୍କ ମନୋଭାବ ଉପରେ ଗଭୀର ପ୍ରଭାବ ପକାଉଥିବା ରିଜର୍ଭ ବ୍ୟାଙ୍କ ଏହାର ରିପୋର୍ଟରେ ଉଲ୍ଲେଖ କରିଛି। ପ୍ରତ୍ୟକ୍ଷ ଏବଂ ପରୋକ୍ଷ ଟିକସ ସଂଗ୍ରହ କମ୍‌ ହେଉ ଥିବାରୁ ଏହା ଚାହିଦାରେ ହ୍ରାସକୁ ଦର୍ଶାଉଛି। ବ୍ୟାଙ୍କ ଏବଂ ଅଣ ବ୍ୟାଙ୍କିଙ୍ଗ ବିତ୍ତ ପ୍ରତିଷ୍ଠାନଗୁଡିକରେ ଋଣ ଅଭିବୃଦ୍ଧି ପୂର୍ବ ତୁଳନାରେ ମନ୍ଥର ସ୍ଥିତିରେ ରହିଛି। ଏଭଳି ସ୍ଥିତିରେ ସନ୍ତୁଳନ ରକ୍ଷା ଲାଗି ବିତ୍ତିୟ ଖର୍ଚ୍ଚ ତ୍ୱରିତ ହେବାର ସମ୍ଭାବନା ରହିଛି। ସାଧାରଣ ନିର୍ବାଚନ ଯୋଗୁ ଋଣ ପ୍ରଦାନ ହାର ୬ ମାସ ମଧ୍ୟରେ ଧିମା ରହିଥିଲା। ଅଣ ତୈଳ ଏବଂଅଣ ସୁନା ସାମଗ୍ରୀ ଆମଦାନୀ ହ୍ରାସ ହେବା ଯୋଗୁ ଏହା ବ୍ୟବସାୟ କ୍ଷେତ୍ରରେ ସନ୍ତୁଳନ ଆସିବା ଦିଗରେ ସହାୟକ ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରାଫିକ ଚାଲାଣ ବାକିଥିଲେ କଟିବ ଘର ଲାଇନ୍‌! ସୁପ୍ରିମକୋର୍ଟ କହିଲେ ବଡ଼କଥା

ନୂଆଦିଲ୍ଲୀ,୨୯।୯: ଗାଡ଼ି ଚଳାଉଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ଖବର। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଇ-ଚାଲାଣ କଟିବା ପରେ ଦୀର୍ଘଦିନ ଧରି ଜରିମାନା…

ଏସବୁ ରାଜ୍ୟରେ ବଢିଲା DA! ଅକ୍ଟୋବରରେ ବଢିକି ଆସିବ ଦରମା! ପେନସନଭୋଗୀଙ୍କୁ ବି ଦଶହରା ଭେଟି ଦେଲେ ସରକାର

ନୂଆଦିଲ୍ଲୀ,୨୯।୯: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ଘରେ କୌଣସି ବୟସ୍କ ପେନସନଭୋଗୀ ଅଛନ୍ତି, ତେବେ ଏହି ଖବର ଆପଣଙ୍କ ମୁହଁରେ ଏକ ବଡ଼ ହସ…

SBI ଗ୍ରାହକ ସାବଧାନ! ଅକ୍ଟୋବର ୧ରୁ ବଦଳିବ ATM ରୁ ଟଙ୍କା ଉଠାଇବା ନିୟମ, ଦେବାକୁ ପଡିବ ଏକ୍ସର୍ଟା ଚାର୍ଜ…

ନୂଆଦିଲ୍‌ଲୀ,୨୯।୯: ଯଦି ଆପଣ ଦେଶର ସବୁଠାରୁ ବଡ଼ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ବା ଏସବିଆଇର ଗ୍ରାହକ, ତେବେ ଏହି ଖବର ଆପଣଙ୍କ ପାଇଁ…

ସିସିକ୍ୟୁସିରେ ଓଏମ୍‌ସିର ୧୭ଟି ଟିମ୍‌କୁ ସ୍ବର୍ଣ୍ଣ ପଦକ

ଭୁବନେଶ୍ୱର,୨୯।୯: କ୍ୱାଲିଟି ସର୍କଲ ଫୋରମ ଅଫ୍‌ ଇଣ୍ଡିଆ (କ୍ୟୁସିଏଫ୍‌ଆଇ), ଭୁବନେଶ୍ୱର ଚାପ୍ଟର ପକ୍ଷରୁ ଆୟୋଜିତ ୮ମ ଚାପ୍ଟର କନ୍‌ଭେନ୍ସନ ଅନ୍‌ କ୍ୱାଲିଟି କନ୍ସେପ୍ଟସ (ସିସିକ୍ୟୁସି)-୨୦୨୬ରେ ଓଡ଼ିଶା ଖଣି…

LPG ଠାରୁ ଆରମ୍ଭ କରି UPI-NPS ପର୍ଯ୍ୟନ୍ତ, ଅକ୍ଟୋବର ୧ରୁ ଲାଗୁ ହେବ ବଡ଼ ପରିବର୍ତ୍ତନ! ଆଗୁଆ କରନ୍ତୁ ଏମିତି ମିଳିବ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୯: ଅକ୍ଟୋବର ଆରମ୍ଭ ହେବାକୁ ଯାଉଛି, ଯାହା ସହିତ ଉତ୍ସବର ଋତୁ ଏବଂ ଅନେକ ପର୍ବପର୍ବାଣୀ ଆସୁଛି। ତଥାପି, ଏହି ମାସରେ କିଛି ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ମଧ୍ୟ…

ଶେୟାର ବଜାରରେ ହାହାକାର, ବୁଡ଼ିଗଲା ନିବେଶକଙ୍କ ୮ ଲକ୍ଷ କୋଟି

ମୁମ୍ବାଇ,୨୯।୯: ପଶ୍ଚିମ ଏସିଆ ସ୍ଥିତିକୁ ନେଇ ଉତ୍ପନ୍ନ ଭୂ-ରାଜନୈତିକ ଅସ୍ଥିରତା ଗତ କିଛି ସପ୍ତାହ ଧରି ଶେୟାର ବଜାର ପାଇଁ ନକାରାତ୍ମକ ସ୍ଥିତି ସୃଷ୍ଟି କରିଛି ।…

ଏଣିକି ବିନା ପ୍ରେସକ୍ରିପ୍ସନରେ ମିଳିବନି ଏସିଡିଟି ଔଷଧ, CDSCO ଜାରି କଲା ନୂଆ ସର୍ତ୍ତ

ନୂଆଦିଲ୍ଲୀ,୨୯।୯: ଏସିଡିଟି ହେଲେ ଏଣିକି ମେଡିକାଲ ଷ୍ଟୋରରୁ ନିଜ ଇଚ୍ଛାରେ ଔଷଧ କିଣିବା ସହଜ ହେବ ନାହିଁ। ନୂଆ ନିୟମ ଅନୁସାରେ, ଡାକ୍ତରଙ୍କ ପରାମର୍ଶ କିମ୍ବା ପ୍ରେସକ୍ରିପ୍ସନ…

ଗୋଟିଏ UPI ପେମେଣ୍ଟରୁ ସରକାରଙ୍କୁ ମିଳେ କେତେ ଟଙ୍କା? ପ୍ରତି ଟ୍ରାଞ୍ଜାକ୍ସନ୍‌ର ପୂରା ହିସାବ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୮।୯: ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ ବା UPI ଜରିଆରେ ପ୍ରତିଦିନ କୋଟି କୋଟି ଟଙ୍କାର କାରବାର ହେଉଛି। କିନ୍ତୁ ଆପଣ କେବେ ଭାବିଛନ୍ତି କି, ଆପଣଙ୍କ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?