ତୃତୀୟ ଲହର ପାଇଁ ରାଜ୍ୟ ସରକାର ପ୍ରସ୍ତୁତ

ଭୁବନେଶ୍ୱର,୫।୭(ବ୍ୟୁରୋ): କରୋନା ତୃତୀୟ ଲହର ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଥିବା ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ରବିବାର କହିଛନ୍ତି। ତୃତୀୟ ଲହରରେ ଶିଶୁମାନେ ଆକ୍ରାନ୍ତ ହେବେ ବୋଲି ଆଶଙ୍କା କରାଯାଉଥିବାରୁ ସରକାର ଏକ ଏସ୍‌ଓପି ପ୍ରସ୍ତୁତ କରିଛନ୍ତି। ସମସ୍ତ ଜିଲା ପ୍ରଶାସନ ଓ ହସ୍ପିଟାଲକୁ ସଜାଗ ରଖାଯାଇଛି। ଡାକ୍ତର, ନର୍ସଙ୍କୁ ଏନେଇ ସ୍ବନ୍ତ୍ର ପ୍ରଶିକ୍ଷଣ ଦିଆଯାଉଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଆଇସୋଲେଶନ ବେଡ୍‌ ପ୍ରସ୍ତୁତ ରଖିବାକୁ କୁହାଯାଇଛି। ଗୁରୁତର ଚିକିତ୍ସା ପାଇଁ ରାଜ୍ୟରେ ଥିବା ମେଡିକାଲ କଲେଜ ଓ ହସ୍ପିଟାଲରେ ୬୪ ନବଜାତ ଶିଶୁ ଇଣ୍ଟେନ୍‌ସିଭ୍‌ କେୟାର ୟୁନିଟ୍‌(ଏନ୍‌ଆଇସିୟୁ) ପ୍ରତିଷ୍ଠା ପାଇଁ ଉଦ୍ୟମ ଚାଲିଛି। ଏଥିରେ ବୁର୍ଲା ଭିମ୍‌ସାରରେ ୨୦, କଟକ ଏସ୍‌ସିବି ଏବଂ ବାଲେଶ୍ୱର ଫକୀର ମୋହନ ମେଡିକାଲ କଲେଜ ଓ ହସ୍ପିଟାଲରେ ୧୦ଟି ଲେଖାଏ ରହିବ। ଏହା ବ୍ୟତୀତ ଏହି ମେଡିକାଲ କଲେଜଗୁଡ଼ିକରେ ୯୪ଟି ପେଡିଆଟ୍ରିକ୍‌ ଇଣ୍ଟେନ୍‌ଶିଭ୍‌ କେୟାର ୟୁନିଟ୍‌ (ପିଆଇସିୟୁ) ଏବଂ ୪୪ଟି ହାଇ ଡିପେଣ୍ଡେନ୍ସି ୟୁନିଟ୍‌(ଏଚ୍‌ଡିୟୁ) ସ୍ଥାପନ କରିବାକୁ ନିର୍ଦ୍ଦେଶ ଦିଆଯାଇଥିବା ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି।
ରାଜ୍ୟରେ କରୋନା ସ୍ଥିତି ଓ ସମ୍ଭାବ୍ୟ ତୃତୀୟ ଲହର ସମ୍ପର୍କରେ ସ୍ବାସ୍ଥ୍ୟ ବିଶେଷଜ୍ଞ ଡା. ନିରୋଜ ମିଶ୍ର କହିଛନ୍ତି, ଅଗଷ୍ଟରେ କଟକଣା କୋହଳ ହେବା ଅନୁଚିତ୍‌। ତୃତୀୟ ଲହର ଆସିବା ନେଇ ଆକଳନ କରାଯାଉଥିବାରୁ ନଭେମ୍ବର ପୂର୍ବରୁ ରାଜ୍ୟରେ ସମ୍ପୂୂର୍ଣ୍ଣ ଟିକାକରଣ କରିବା ପାଇଁ ଡା. ମିଶ୍ର ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌. ପ୍ରବେଶିକା ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ): ଚଳିତ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ଦୁଇ ବର୍ଷିଆ ବି.ଏଡ୍‌., ଏମ୍‌.ଏଡ୍‌. ଏବଂ ବି.ଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର…

ଗ୍ରୀଷ୍ମ ପ୍ରବାହ ଯୋଗୁ ବଢୁଛି ଆର୍ଥିକ ସଙ୍କଟ

ନୂଆଦିଲ୍ଲୀ, ୧୧ା୭ : ଜଳବାୟୁ ପରିବର୍ତ୍ତନଜନିତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବିଶ୍ୱବ୍ୟାପୀ ଶ୍ରମଜୀବୀଙ୍କ ଜୀବନ ଜୀବିକା ବିପନ୍ନ ହେବାରେ ଲାଗିଛି। ଏହାଫଳରେ ବିଶେଷକରି ପରିବାର ଚଳାଇବା…

ଜନଗଣନା ପରେ ପଞ୍ଚାୟତ ଭୋଟ

ଭୁବନେଶ୍ୱର,୧୧।୭(ରବିନାରାୟଣ ଜେନା): ରାଜ୍ୟରେ ଚାଲିଥିବା ଭୋଟରତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ(ଏସ୍‌ଆଇଆର୍‌) ଏବଂ ଜନଗଣନା ପରେ ପଞ୍ଚାୟତ ଓ ପୌର ନିର୍ବାଚନ ହେବ ବୋଲି ରାଜ୍ୟ ନିର୍ବାଚନ ଆୟୁକ୍ତ(କମିଶନର)…

ବିନା ପ୍ରେସ୍‌କ୍ରିପ୍ସନରେ ବିକ୍ରି ହେବନି ୧୨%ରୁ ଅଧିକ ଆଲ୍‌କୋହଲଯୁକ୍ତ ଔଷଧ

ନୂଆଦିଲ୍ଲୀ,୧୧ା୭: ଆଲ୍‌କୋହଲଯୁକ୍ତ ଔଷଧର ଦୁରୁପଯୋଗ ହେଉଥିବାରୁ ଏହାକୁ ରୋକିବା ପାଇଁ କେନ୍ଦ୍ର ସରକାର ଔଷଧ ପ୍ରସ୍ତୁତି ନିୟମ ଡ୍ରଗ୍ସ ରୁଲ୍‌ସ, ୧୯୪୫ରେ ସଂଶୋଧନ ଆଣିଛନ୍ତି। ୧୨ ପ୍ରତିଶତରୁ…

ଜୀବିତ ରୋଗୀଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଆଉ ତା’ପରେ…

କାମାକ୍ଷାନଗର, ୧୧।୭ (ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଜୀବିତ ରୋଗୀଙ୍କୁ ଚିକିତ୍ସା…

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ସମଣା ଘାଟରୁ ଉଠୁନି ଗୋଟେ ମୁଠା ବାଲି; ତଥାପି ପୋଲିସ,ପ୍ରଶାସନ, ମୁଖ୍ୟମନ୍ତ୍ରୀଙ୍କୁ ମିଛ ଟାର୍ଗେଟ: ପ୍ରତିବାଦରେ ଗର୍ଜିଲେ…

ହାଟଡିହୀ,୧୦।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ସମଣା ବାଲିଘାଟକୁ ନେଇ ଚାଲିଥିବା ଇଚ୍ଛାକୃତ ଅପପ୍ରଚାର ଓ ଷଡ଼ଯନ୍ତ୍ର ବିରୋଧରେ ଗ୍ରାମବାସୀ ସ୍ୱର ଉତ୍ତୋଳନ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri