ତୃପ୍ତି ହୋଟେଲ ମାଲିକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିବା ଘଟଣା: ପ୍ରତିଶ୍ରୁତି ପରେ ହଟିଲା ରାସ୍ତା ଅବରୋଧ

ଭୁବନେଶ୍ୱର,୩୧।୭(ବ୍ୟୁରୋ): ରସୁଲଗୁଡ଼ସ୍ଥିତ ତୃପ୍ତି ହୋଟେଲ ମାଲିକ ବୁଲୁ ସାମନ୍ତରାୟଙ୍କୁ ମଙ୍ଗଳବାର ରାତିରେ ଆକ୍ରମଣ କରି ସୁନାଚେନ୍‌, ବ୍ରେସଲେଟ୍‌ ଓ ଟଙ୍କା ଲୁଟି ନେଇଥିଲେ ଦୁର୍ବୃତ୍ତ। ଏହାର ପ୍ରତିବାଦ ସହ ଅଭିଯୁକ୍ତଙ୍କ ଗିରଫ ଦାବିରେ ବୁଧବାର ପୂର୍ବାହ୍ନରେ ସ୍ଥାନୀୟ ବାସିନ୍ଦା ଟାୟାର ଜାଳି ରାସ୍ତା ଅବରୋଧ କରିଥିଲେ। ଫଳରେ ଭୁବନେଶ୍ୱର-କଟକ, ଭୁବନେଶ୍ୱର ପୁରୀ ମଧ୍ୟରେ ଯାତାୟାତ ବାଧାପ୍ରାପ୍ତ ହୋଇଥିଲା ଉଭୟପଟୁ ଆସୁଥିବା ଶତାଧିକ ଗାଡ଼ିମୋଟର ଦୀର୍ଘ ସମୟ ଧରି ଅଟକି ରହିଥିଲା। ଡିସିପି ଅନୁପ ସାହୁ ଏବଂ ପୋଲିସ କମିଶନର ସତ୍ୟଜିତ୍‌ ମହାନ୍ତି ଲୋକଙ୍କୁ ବୁଝାଶୁଝା କରିବା ସହ ଅଭିଯୁକ୍ତଙ୍କୁ ଧରିବାର ପ୍ରତିଶ୍ରୁତି ଦେବା ପରେ ରାସ୍ତା ଅବରୋଧ ହଟିଥିବା ଜଣାପଡ଼ିଛି।
ସୂଚନାଯୋଗ୍ୟ, ତୃପ୍ତି ହୋଟେଲ ମାଲିକ ବୁଲୁ ରାତି ପ୍ରାୟ ସାଢ଼େ ୧୨ଟାରେ ହୋଟେଲ ବନ୍ଦ କରି ପାଲାମଣ୍ଡପ ନିକଟସ୍ଥ ଘରକୁ ଫେରୁଥିଲେ। ଘରଠାରୁ ଅଳ୍ପ ଦୂରରେ ଏକ ପଲସର ବାଇକରେ ୩ ଜଣ ଦୁର୍ବୃତ୍ତ ମୁହଁରେ କଳାକପଡ଼ା ବାନ୍ଧି ଆଙ୍କ ଆଗରେ ଅଟକି ଥିଲେ। ସେମାନଙ୍କ ମଧ୍ୟରୁ ଜଣେ ବନ୍ଧୁକ ବାହାର କରି ବୁଲୁଙ୍କୁ ଦେଖାଇଥିଲେ। ଏହି ସମୟରେ ବୁଲୁ ବାଇକ୍‌ ଛାଡ଼ି ଦୌଡ଼ିବାରୁ ମାରଣାସ୍ତ୍ରରେ ତାଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଥିଲେ। ଏଥିରେ ତାଙ୍କ ବେକ, ହାତ, ପେଟ ଓ ଜଙ୍ଘରେ ଗଭୀର ଆଘାତ ଲାଗିଛି। ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri