Posted inଜାତୀୟ

ତେଜସ୍‌ରେ ଉଡ଼ିଲେ ରାଜନାଥ

ବେଙ୍ଗାଲୁରୁ,୧୯।୯ : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ନେଇ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଯୁଦ୍ଧ ବିମାନ ତେଜସ୍‌ ଗୁରୁବାର ଉଡ଼ାଣ କରିଛି। ବେଙ୍ଗାଲୁରୁର ହିନ୍ଦୁସ୍ତାନ ଏରୋନୋଟିକ୍ସ୍‌ ଲିମିଟେଡ୍‌ ବିମାନ ବନ୍ଦରରୁ ଏହା ଉଡ଼ାଣ ଆରମ୍ଭ କରିଛି। ରାଜନାଥ ଏଥିରେ ଅଧଘଣ୍ଟା ପର୍ଯ୍ୟନ୍ତ ଉଡ଼ାଣ କରିଛନ୍ତି। ତାଙ୍କ ସହିତ ଏୟାର ଭାଇସ୍‌ ମାର୍ଶଲ ଏନ୍‌.ତିଓ୍ବାରୀ ଜେତସ୍‌ରେ ଉଡ଼ାଣ କରିଛନ୍ତି। ୩ ବର୍ଷ ତଳେ ଏହା ଭାରତୀୟ ବାୟୁସେନାରେ ସାମିଲ୍‌ ହୋଇଥିଲା। ୨୦୦୧ ଜାନୁୟାରୀ ୪ରେ ଏହି ଯୁଦ୍ଧ ବିମାନ ପ୍ରଥମ ଉଡ଼ାଣ କରିଥିଲା। ହିନ୍ଦୁସ୍ତାନ ଏରୋନୋଟିକ୍ସ୍‌ ଲିମିଟେଡ୍‌ ଦ୍ୱାରା ଏହାକୁ ନିର୍ମାଣ କରାଯାଇଛି। ୮୩ ତେଜସ୍‌ ବିମାନ ନିର୍ମାଣ ପାଇଁ ହିନ୍ଦୁସ୍ତାନ ଏରୋନୋଟିକ୍ସ୍‌ ଲିମିଟେଡ୍‌ ସହିତ ୪୫ ହଜାର କୋଟି ଟଙ୍କାର ଚୁକ୍ତି ହୋଇଛି। ତେଜସ୍‌ ପାକିସ୍ତାନ-ଚାଇନାର ଥଣ୍ଡରବାର୍ଡ ଯୁଦ୍ଧ ବିମାନଠାରୁ ବେଶ୍‌ ଶକ୍ତିଶାଳୀ। ତେଣୁ ଏହାକୁ ନେଇ ପାକିସ୍ତାନ-ଚାଇନାର ଚିନ୍ତା ବଢ଼ିବାରେ ଲାଗିଛି। ସୂଚନାଯୋଗ୍ୟ, ବାୟୁସେନା ଦ୍ୱାରା ବ୍ୟବହୃତ ହେଉଥିବା ମିଗ୍‌-୨୧ ଏବେ ପୁରୁଣା ହୋଇଯାଇଛି। ଏହା ଯୋଗୁ ଇତିମଧ୍ୟରେ ୪୩ ଯବାନ ଶହୀଦ୍‌ ହୋଇ ସାରିଛନ୍ତି। ଗତ ୪୫ ବର୍ଷ ମଧ୍ୟରେ ୪ ଶହ ୬୫ ମିଗ୍‌ ବିମାନ ଦୁର୍ଘଟଣା ଗ୍ରସ୍ତ ହୋଇଛି। ସେହିପରି ଯୁଦ୍ଧ କ୍ଷେତ୍ରରେ ୧୧ ମିଗ୍‌ ବିମାନ ଧ୍ୱଂସ ହୋଇଛି। ଦେଶର ଆବଶ୍ୟକତାକୁ ଦୃଷ୍ଟିରେ ରଖି ନୂଆ ଯୁଦ୍ଧ ବିମାନ ଲାଗି ଉଦ୍ୟମ ୧୯୮୦ରୁ ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

ଜନ୍ମଦିନର ୬ ଦିନ ପୂର୍ବରୁ ଆତ୍ମହତ୍ୟା କଲେ ଏହି ଅଭିନେତ୍ରୀ: ମୃତ୍ୟୁ ପୂର୍ବରୁ ସ୍ବାମୀଙ୍କୁ ଭିଡିଓ କଲ୍‌ କରି…

ଟିଭି ଅଭିନେତ୍ରୀ ସୁଭାଷିନୀ ତାଙ୍କ ଜନ୍ମଦିନର ମାତ୍ର ୬ ଦିନ ପୂର୍ବରୁ ଆତ୍ମହତ୍ୟା କରିଛନ୍ତି। ସୁଭାଷିନୀ ଫାଶୀ ଦେଇ ଦେଇଥିବା ଜଣାପଡ଼ିଛି। ସେ ସନ ଟିଭିରେ ପ୍ରସାରିତ…

କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….

କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ…

ପିଇବା ପାଣି ପାଇଁ ଗର୍ଜିଲେ ଅଞ୍ଚଳବାସୀ: ସମାଧାନ ପାଇଁ ମିଳିଲା ପ୍ରତିଶ୍ରୁତି

ଦାରିଙ୍ଗବାଡି,୬।୪(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଡବେରୀ ଶାଳବଣଠାରେ ସୋମବାର ଡବେରୀ ଅଞ୍ଚଳକୁ ମଦମୁକ୍ତ ଏବଂ ପିଇବା ପାଣି ସମସ୍ୟାର ସମାଧାନ ପାଇଁ ବସିଲା ବୈଠକ। ଅଞ୍ଚଳର…

ନୀଳମାଧବଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଲେ ରାଜ୍ୟ ସରକାର: ଛୁଟିଲା ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୪(ବାବୁଲା ପ୍ରଧାନ):ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ସଭାପତି ନୀଳମାଧବ ପାତ୍ରଙ୍କୁ ରାଜ୍ୟ ସରକାର ଗଞ୍ଜାମ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ଏହି…

ପ୍ରଶଂସକଙ୍କୁ ଗୁଡ୍‌ନ୍ୟୁଜ୍‌ ଦେଲେ କରିଶ୍ମା: ଖୁବ୍‌ଶୀଘ୍ର…

ଅଭିନେତ୍ରୀ କରିଶ୍ମା ତନ୍ନା ଖୁବଶୀଘ୍ର ମା’ ହେବାକୁ ଯାଉଛନ୍ତି। ସେ ତାଙ୍କ ସ୍ବାମୀ ବରୁଣ ବାଙ୍ଗେରା ସହ ଫଟୋ ଶେୟାର କରି ପ୍ରଶଂସକଙ୍କୁ ଏହି ଗୁଡ୍‌ନ୍ୟୁଜ୍‌ ଦେଇଛନ୍ତି।…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri